ଆମେରିକାରେ ଓଡ଼ିଆ ପୋଷ୍ୟକନ୍ୟାଙ୍କୁ ନିର୍ଯାତନା: ଓଡ଼ିଶା ଫେରାଇ ଆଣିବାକୁ ଆକୁଳ ନିବେଦନ

ଭୁବନେଶ୍ୱର,୧୦ା୧୧(ସତ୍ୟଜିତ ରାଉତ):ଛୋଟବେଳେ ଟ୍ରେନ୍‌ରେ ମା’ ଓ ବାପାଙ୍କଠାରୁ ଅଲଗା ହୋଇଯାଇଥିଲେ। ଭୁବନେଶ୍ୱରର ଏକ ଅନାଥ ଆଶ୍ରମରେ ରହୁଥିବାବେଳେ ଆମେରିକାର ଜଣେ ମହିଳା ତାଙ୍କୁ ପୋଷ୍ୟକନ୍ୟା ଭାବେ ଗ୍ରହଣ କରି ସାଙ୍ଗରେ ନେଇଯାଇଥିଲେ। ଆମେରିକୀୟ ମା’, ବାପାଙ୍କୁ ପାଇ ନୂଆ ଜୀବନ ଜିଇବାକୁ ସ୍ବପ୍ନ ଦେଖି ବଡ଼ ହୋଇଥିବା ଏହି ଯୁବତୀଙ୍କ ଆଖିରେ ଏବେ ଲୁହ। ସେ ହେଲେ ପୂଜା ନାୟକ ଓରଫ ସେଜଲ ଜୋହନ (୨୧)। ଆମେରିକାରେ ପୋଷ୍ୟକନ୍ୟା ଭାବେ ରହୁଥିବା ପୂଜା ଓଡ଼ିଶା ଫେରି ଆସିବାକୁ ଆକୁଳ ନିବେଦନ କରିଛନ୍ତି। ବାଲେଶ୍ୱରରେ ରହୁଥିବା ସାଙ୍ଗ ଅମର ଦାସଙ୍କୁ ଭିଡିଓ ପଠାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ରବିବାର ଏହି ଘଟଣା ପଦାକୁ ଆସିଛି।
ଅମର କହିଛନ୍ତି, ପୂଜା ନହରକଣ୍ଟାସ୍ଥିତ ପଲ୍ଲୀ ଉନ୍ନୟନ ସେବା ସମିତି କନ୍ୟା ଆଶ୍ରମରେ ରହି ପଢ଼ୁଥିବାବେଳେ ତାଙ୍କ ସହ ପରିଚିତ ହୋଇଥିଲା। ପୂଜା ଟ୍ରେନରେ ହଜିଯିବା ପରେ ଚାଇଲ୍ଡଲାଇନ୍‌ ଦ୍ୱାରା ଉଦ୍ଧାର ହୋଇ ଅନାଥ ଆଶ୍ରମକୁ ଆସିଥିବା ଜାଣିବାକୁ ପାଇଥିଲେ। ତେବେ ୨୦୧୮ରେ ପୂଜାଙ୍କୁ ଏକ ଦମ୍ପତି ପୋଷ୍ୟକନ୍ୟା ଭାବେ ଗ୍ରହଣ କରି ନେଇଯାଇଥିଲେ। ଆମେରିକାକୁ ଯିବା ପରେ ତାଙ୍କ ନାମ ପୂଜାରୁ ସେଜଲ ଜୋହନ ହୋଇଥିଲା। ତେବେ ୨୦୨୩ରେ ସୋସିଆଲ୍‌ ମିଡିଆ ଜରିଆରେ ପୂଜାଙ୍କ ସହ ଅମରଙ୍କର ପୁଣି ଯୋଗାଯୋଗ ହୋଇଥିଲା। ପୂଜା ସେଠାରେ ଖୁସିରେ ନ ଥିବା ତାଙ୍କୁ କହିଥିଲେ। ପରେ ପାଳିତ ମା’ ତାଙ୍କଠାରୁ ମୋବାଇଲ ଓ ସିମ୍‌ ନେଇଯାଇଥିଲେ ବୋଲି ଅମର କହିଛନ୍ତି। ପୂଜା ଏକ ଭିଡିଓ ଶେୟାର କରିଥିବା ବେଳେ ସେଥିରେ ସେ କାନ୍ଦି କାନ୍ଦି କୋହଭରା କଣ୍ଠରେ ଅତ୍ୟାଚାରର କାହାଣୀ କହିବା ସହ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ପୂଜା କହିଛନ୍ତି, ଛୋଟବେଳେ ମୁଁ ଓଡ଼ିଶାରେ ଥିଲି। ଭୁବନେଶ୍ୱରର ଏକ ହଷ୍ଟେଲରେ ପଢ଼ୁଥିଲି। ଏବେ ପାଳିତା ମା’ ମତେ ବହୁ କଷ୍ଟ ଦେବା ସହ ଅତ୍ୟାଚାର କରୁଛନ୍ତି। ଘର କାମ ସବୁ କରାଉଛନ୍ତି। ମୁଁ ଆମେରିକାରେ ଏବେ ଖୁସିରେ ନାହିଁ। ମୁଁ ହିନ୍ଦୁ ହୋଇଥିବା ବେଳେ ପାଳିତ ମା’ ଖ୍ରୀଷ୍ଟିଆନ କରିଦେବାକୁ ବାଧ୍ୟ କରୁଛନ୍ତି। ଖାଇବାକୁ ମଧ୍ୟ ଦେଉନାହାନ୍ତି। ଏପରିକି ଦୁଇଥର ହତ୍ୟା ଉଦ୍ୟମ ମଧ୍ୟ କରାଯାଇଛି। ମୁଁ ସ୍କୁଲ ଛୁଟି ଦିନରେ ୧୦ ଲକ୍ଷ ଟଙ୍କା ରୋଜଗାର କରିଥିବାବେଳେ ଏହି ଟଙ୍କାକୁ ମୋଠାରୁ ନେଇଯାଇଛନ୍ତି। ଧର୍ମ ପରିବର୍ତ୍ତନ ନ କଲେ ସେମାନେ ଜୀବନରୁ ମାରିଦେବାକୁ ଚେତାବନୀ ଦେଇଛନ୍ତି। ଓଡ଼ିଶାବାସୀ ମୋତେ ସାହାଯ୍ୟ କରନ୍ତୁ ଏବଂ ସୁରକ୍ଷିତ ଭାବେ ଓଡ଼ିଶାକୁ ନେଇଯାଆନ୍ତୁ ବୋଲି ପୂଜା ଅନୁରୋଧ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri