ସ୍ତ୍ରୀଙ୍କୁ ଦେଇଆସୁଥିଲେ ନିର୍ଯାତନା: ୫ବର୍ଷ ଜେଲ

ବାରିପଦା ଅଫିସ,୧୪ା୧୧: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ମୁଖ୍ୟ ବିଚାର ବିଭାଗୀୟ କୋର୍ଟରେ ସୋମବାର ଏକ ମରଣାନ୍ତକ ଆକ୍ରମଣ ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ବାସୁଦେବ ଆଚାର୍ଯ୍ୟ ଏହାର ବିଚାର କରି ସ୍ତ୍ରୀ ଆକ୍ରମଣକାରୀ ଅଭିଯୁକ୍ତ ସ୍ବାମୀଙ୍କୁ ଦୋଷୀ ସାବ୍ୟସ୍ତ କରି ୫ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ବ୍ୟତୀତ ୫ହଜାର ଟଙ୍କା ଜରିମାନା ଓ ଅନାଦେୟ ଅଧିକ ୬ମାସ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ ରହିଛି। ଅଭିଯୁକ୍ତ ସ୍ବାମୀ ଜଣକ ହେଲେ କୁଳିଅଣା ଥାନା ଝିନେଇ ଗ୍ରାମର ଶୁକ୍ରା ସିଂ।
ସୂଚନା ଅନୁଯାୟୀ, ବାରିପଦା ସଦର ଥାନା ଟିକରପଡ଼ା ଗ୍ରାମର କୃଷ୍ଣଚନ୍ଦ୍ର ସିଂଙ୍କ ଝିଅ ରାଣୀଙ୍କ ସହ ଶୁକ୍ରାଙ୍କ ବିବାହ ହୋଇଥିଲା। ବିବାହ ପରଠାରୁ ଶୁକ୍ରା ତାଙ୍କୁ ଯୌତୁକ ଜନିତ ଶାରୀରିକ ଓ ମାନସିକ ନିର୍ଯାତନା ଦେଇଆସୁଥିଲେ। ଗତ ୨୦୨୨ ଏପ୍ରିଲ ୨୬ରେ କୌଣସି କାରଣକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ରାତି ୧୧ଟା ପାଖାପାଖି ସମୟରେ ସ୍ବାମୀ ଶୁକ୍ରା ଉତ୍ତ୍ୟକ୍ତ ହୋଇ ଏକ କଟୁରି ସାହାଯ୍ୟରେ ସ୍ତ୍ରୀ ରାଣୀଙ୍କ ମୁଣ୍ଡ ଓ ବେକରେ ମରଣାନ୍ତକ ଆକ୍ରମଣ କରିଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ପରିବାର ଲୋକେ ତାଙ୍କୁ ବାରିପଦା ପିଆର୍‌ଏମ୍‌ ମଡେିକାଲରେ ଭର୍ତ୍ତି କରିଥିଲେ। ଏହି ଘଟଣାକୁ ନେଇ ରାଣୀଙ୍କ ବାପା କୃଷ୍ଣଚନ୍ଦ୍ର କୁଳିଅଣା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ପୂର୍ବକ ଶୁକ୍ରାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଉକ୍ତ ମାମଲାକୁ ସରକାରୀ ଆଇନଜୀବୀ ବ୍ରଜେନ୍ଦ୍ର ମହାନ୍ତ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri