Posted inଜାତୀୟ

ଇସ୍ରୋ ବୈଜ୍ଞାନିକଙ୍କୁ ନିର୍ଯାତନା, ଜାମିନ୍‌ ବିରୋଧରେ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନୋଟିସ୍‌ ଜାରି…

ନୂଆଦିଲ୍ଲୀ,୨୨।୧୧: ଇସ୍ରୋ ଗୁପ୍ତଚରୀ ମାମଲାରେ ୪ ବୈଜ୍ଞାନିକଙ୍କୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗରେ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ଆଗୁଆ ଜାମିନ୍‌ ବିରୋଧରେ ନୋଟିସ୍‌ ଜାରି କରିଛନ୍ତି। ୧୯୯୪ରେ କ୍ରାୟୋଜେନିକ୍‌ ଇଞ୍ଜିନ୍‌ ଗୁପ୍ତଚରୀ ଅଭିଯୋଗ ଅଣାଯାଇ ବୈଜ୍ଞାନିକ ନାମ୍ବି ନାରାୟଣଙ୍କ ସମେତ ୪ ଇସ୍ରୋ ବୈଜ୍ଞାନିକଙ୍କୁ ୪ ଜଣ ପୋଲିସ ଏବଂ ଇଣ୍ଟେଲଜେନ୍ସ ବ୍ୟୁରୋ ଅଧିକାରୀ ଅଟକ ରଖି ନିର୍ଯାତନା ଦେଇଥିଲେ। ଏହି ମାମଲାରେ କେରଳ ହାଇକୋର୍ଟ ସମ୍ପୃକ୍ତ ପୋଲିସ ତଥା ଇଣ୍ଟେଲଜେନ୍ସ ବ୍ୟୁରୋ ଅଧିକାରୀଙ୍କୁ ଆଗୁଆ ଜାମିନ ପ୍ରଦାନ କରିଥିଲେ।

ଏହାକୁ ଚ୍ୟାଲେଞ୍ଜ କରି ସୁପ୍ରିମ୍‌କୋର୍ଟରେ ସିବିଆଇ ପକ୍ଷରୁ ଏକ ଆବେଦନ ଦାଖଲ କରାଯାଇଥିଲା। ବିଚାରପତି ଏ.ଏମ୍‌.ଖାନଓ୍ବିଲ୍‌କର ଏବଂ ସି.ଟି. ରବିକୁମାରଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ମାମଲାର ବିଚାର କରି ଆଗୁଆ ଜାମିନ୍‌ ପ୍ରଦାନ ନେଇ ନୋଟିସ୍‌ ଜାରି କରିଛନ୍ତି। ଏହାର ପରବର୍ତ୍ତୀ ଶୁଣାଣି ନଭେମ୍ବର ୨୯ରେ ହେବ ବୋଲି ଖଣ୍ଡପୀଠ ସୂଚନା ଦେଇଛନ୍ତି।

ଅତିରିକ୍ତ ସୋଲିସିଟର ଜେନେରାଲ ଏସ୍‌.ଭି. ରାଜୁ ହାଇକୋର୍ଟଙ୍କ ଦ୍ୱାରା ଅଗଷ୍ଟ ୧୩ରେ ଜାରି ହୋଇଥିବା ଆଗୁଆ ଜାମିନ୍‌ ଉପରେ ଷ୍ଟେ ଅର୍ଡର ପାଇଁ ଖଣ୍ଡପୀଠଙ୍କୁ ଅନୁରୋଧ କରିଥିଲେ।

ସିବିଆଇ ପକ୍ଷରୁ ପୋଲିସ ଅଧିକାରୀ ଏସ୍‌. ବିଜୟନ, ଥାମ୍ପି ଦୁର୍ଗାବତୀ, ପରବର୍ତ୍ତୀ ସମୟରେ ଗୁଜରାଟ ଡିଜିପି ହୋଇଥିବା ଆର୍‌.ବି. ଶ୍ରୀକୁମାର ଏବଂ ଇଣ୍ଟେଲଜେନ୍ସ ବ୍ୟୁରୋ ଅଧିକାରୀ ଏସ୍‌.ଜୟପ୍ରକାଶଙ୍କୁ ହାଇକୋର୍ଟଙ୍କ ପ୍ରକ୍ଷରୁ ପ୍ରଦାନ କରାଯାଇଥିବା ଜାମିନ ବିରୋଧରେ ବୈଜ୍ଞାନିକଙ୍କୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ଅଣାଯାଇଥିଲା।

ଏହି ମାମଲାରେ ଶ୍ରୀକୁମାରଙ୍କ ପକ୍ଷରୁ ଆଇନଜୀବୀ କପିଲ ସିବଲ ଏବଂ ଜୟପ୍ରକାଶଙ୍କ ପକ୍ଷରୁ ଆଇନଜୀବୀ କାଲେସ୍ବରାମ ରାଜ ଖଣ୍ଡପୀଠଙ୍କ ସମ୍ମୁଖରେ ଉପସ୍ଥିତ ଥିଲେ।

୨୦୧୮ରେ ଏହି ମାମଲାରେ ବୈଜ୍ଞାନିକ ନାମ୍ବି ନାରାୟଣଙ୍କୁ ୫୦ ଲକ୍ଷ ଟଙ୍କାର କ୍ଷତି ପୂରଣ ପ୍ରଦାନ କରାଯାଇଥିଲା।

୨୦୨୧ ଏପ୍ରିଲ୍‌ ବିଚାରପତି ଡି.କେ. ଜୈନଙ୍କ ଦ୍ୱାରା ଗଠିତ କମିଶନ ଏସମ୍ପର୍କିତ ରିପୋର୍ଟ ସୁପ୍ରିମ୍‌କୋର୍ଟରେ ଦାଖଲ କରିଥିଲେ। ଅଭିଯୁକ୍ତ ପୋଲିସ ଏବଂ ଇଣ୍ଟେଲଜେନ୍ସ ଅଧିକାରୀଙ୍କ ବିରୋଧରେ ପଦକ୍ଷେପ ଗ୍ରହଣ ଲାଗି ଶୀର୍ଷକୋର୍ଟ ସିବିଆଇକୁ ନିର୍ଦ୍ଦେଶ ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଜ୍ଞାନେଶ କୁମାରଙ୍କ ବିରୋଧରେ ଅଭିଜିତ ଦୀପକେଙ୍କର ବଡ ଘୋଷଣା, ‘ଆମେ ଜନ୍ତର ମନ୍ତ୍ରରେ ବସିବୁ ଏବଂ …’

ନୂଆଦିଲ୍ଲୀ,୧।୨୬: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାର ଏବଂ SIR କୁ ନେଇ ଚାଲିଥିବା ବିବାଦ ମଧ୍ୟରେ, Cockroach Janata Party (CJP) ଶୁକ୍ରବାର ମୁମ୍ବାଇରେ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?