ଆଜିଠାରୁ ତୋଷାଳି ଜାତୀୟ ହସ୍ତତନ୍ତ ମେଳା

ଭୁବନେଶ୍ୱର,୧।୨(ବ୍ୟୁରୋ): ସପ୍ତଦଶ ତୋଷାଳି ଜାତୀୟ ହସ୍ତତନ୍ତ ମେଳା ବୁଧବାରଠାରୁ ଜନତା ମଇଦାନଠାରେ ଆରମ୍ଭ ହେବ। ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ହସ୍ତତନ୍ତ ମନ୍ତ୍ରଣାଳୟର ବିକାଶ ଆୟୁକ୍ତ (ହସ୍ତଶିଳ୍ପ) ଓ ବିକାଶ ଆୟୁକ୍ତ (ହସ୍ତତନ୍ତ)ଙ୍କ ସହଭାଗିତାରେ ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ (ସିଡାକ୍‌) ଏହାର ଆୟୋଜନ କରିଛି। ଦେଶର ୫୬୦ଜଣ କାରିଗର ଓ ବୁଣାକାର ଏଥିରେ ଅଂଶଗ୍ରହଣ କରିଛନ୍ତି। ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର ସ୍ବତନ୍ତ୍ର ତଥା ପ୍ରସିଦ୍ଧ ହସ୍ତତନ୍ତ ସାମଗ୍ରୀ ପ୍ରଦର୍ଶନ ସହ ବିକ୍ରି ହେବ। ସେହିପରି ଗ୍ରାହକଙ୍କୁ ବିଭିନ୍ନ ରାଜ୍ୟର ଖାଦ୍ୟ ପରସି ଦେବାକୁ ୨୫ ଷ୍ଟଲ ରହିଛି। ଏଥିସହ ଓଡ଼ିଶା ସଂଗୀତ ନାଟକ ଏକାଡେମୀ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ମନୋରଞ୍ଜନ କରିବ। ରାଜ୍ୟର ସମୃଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପକୁ ନେଇ ଫ୍ୟାଶନ ଶୋ’ର ମଧ୍ୟ ଆୟୋଜନ କରାଯାଇଛି। ଦିବ୍ୟାଙ୍ଗ ଓ ବୟସ୍କ ପରିଦର୍ଶକଙ୍କ ପାଇଁ ସ୍ବତନ୍ତ୍ର ହେଲ୍ପ ଡେସ୍କର ବ୍ୟବସ୍ଥା ରହିଛି। ମେଳାକୁ ପ୍ଲାଷ୍ଟିକମୁକ୍ତ କରିବା ପାଇଁ ପର୍ଯ୍ୟାପ୍ତ ପରିମାରଣ ହାତ ତିଆରି ବ୍ୟାଗ୍‌ ଉପଲବ୍ଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri