୨୧ରୁ ତୋଷାଳି ମେଳା

ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଚଳିତବର୍ଷ ପଞ୍ଚଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆସନ୍ତା ୨୧ ତାରିଖରୁ ଫେବୃୟାରୀ ୪ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜିତ ହେବ। ଏଥିରେ ଦେଶର ବିଭିନ୍ନ ପ୍ରାନ୍ତରୁ କାରିଗର, ବୁଣାକାର ଓ ହସ୍ତଶିଳ୍ପୀମାନେ ଅଂଶଗ୍ରହଣ କରି ସେମାନଙ୍କ ପାରମ୍ପରିକ ହସ୍ତତନ୍ତ ଓ ହସ୍ତଶିଳ୍ପ ଉତ୍ପାଦ ପ୍ରଦର୍ଶନ କରିବେ।
ଏ ସମ୍ପର୍କରେ ସୂଚନା ଦେଇ ବିଭାଗୀୟ ମନ୍ତ୍ରୀ ପଦ୍ମିନୀ ଦିଆନ କହିଛନ୍ତି, ବୁଣାକାର ଓ ହସ୍ତଶିଳ୍ପ କାରିଗରଙ୍କ ସାମଗ୍ରୀର ବିକ୍ରି ନିମନ୍ତେ ଆବଶ୍ୟକ ବଜାର ସୃଷ୍ଟି କରି ସେମାନଙ୍କୁ ସ୍ବାବଲମ୍ବୀ କରିବା ସହ ଦକ୍ଷତା ଓ ଜ୍ଞାନ ବୃଦ୍ଧି ପାଇଁ ଭାବଗତ ଆଦାନପ୍ରଦାନର ସୁଯୋଗ ସୃଷ୍ଟି କରିବା ଏହି ମେଳାର ଆଭିମୁଖ୍ୟ। କୋଭିଡ୍‌ ଯୋଗୁ ଶିଳ୍ପୀ ଓ ବୁଣାକାରଙ୍କ ବ୍ୟବସାୟ ଠପ୍‌ ହୋଇଯାଇଥିବାବେଳେ ତୋଷାଳି ମେଳା ସେମାନଙ୍କୁ ମାର୍କେଟିଂ ପରିସର ପ୍ରଦାନ କରିବା ସହ ଶକ୍ତି ଯୋଗାଇବ ବୋଲି ମନ୍ତ୍ରୀ କହିଛନ୍ତି।
ତାରିଖ ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ମେଳାକୁ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ପ୍ରତିଦିନ ଅପରାହ୍ନ ୨ଟାରୁ ରାତି ୯ଟା ପର୍ଯ୍ୟନ୍ତ ମେଳା ଚାଲିବ। ଚଳିତ ବର୍ଷ ମେଳାରେ ୨୫୦ ଷ୍ଟଲ୍‌ ପଡ଼ିବ। ୪୦ ବୁଣାକାର, ୪୦ କାରିଗର ବିକାଶ ଆୟୁକ୍ତ(ହସ୍ତତନ୍ତ), ବିକାଶ ଆୟୁକ୍ତ(ହସ୍ତଶିଳ୍ପ), ଭାରତ ସରକାରଙ୍କ ଦ୍ୱାରା ପ୍ରାୟୋଜିତ ଷ୍ଟଲ୍‌ ରହିବ। ଏହାସହିତ ୧୧୦ ଜଣ କାରିଗର ଓ ୬୦ ଜଣ ବୁଣାକାରଙ୍କୁ ଯଥାକ୍ରମେ ରାଜ୍ୟ କୁଟୀର ଓ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ ଓଡ଼ିଶା ସରକାର ଏବଂ ରାଜ୍ୟ ହସ୍ତତନ୍ତ ନିର୍ଦ୍ଦେଶାଳୟ ଓଡ଼ିଶା ସରକାରଙ୍କ ତରଫରୁ ଷ୍ଟଲ୍‌ ଯୋଗାଇ ଦିଆଯିବ। କୋଭିଡ୍‌କୁ ଦୃଷ୍ଟିରେ ରଖି ଜନସମାବେଶକୁ ଏଡ଼ାଇବା ପାଇଁ ଚଳିତବର୍ଷ କୌଣସି ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବନାହିଁ। ଦିବ୍ୟାଙ୍ଗଙ୍କ ଲାଗି ମେଳା ପରିସରରେ ହୁଇଲ୍‌ ଚେୟାର ସହିତ ଏକ ସ୍ବତନ୍ତ୍ର ହେଲ୍ପ ଡେସ୍କ, ପାର୍କିଂ ସ୍ଥାନର ବ୍ୟବସ୍ଥା ପାଇଁ କୁହାଯାଇଛି। ଅନ୍ୟପକ୍ଷରେ ମେଳାରେ କୋଭିଡ୍‌ ଗାଇଡ୍‌ଲାଇନ୍‌କୁ କଡ଼ାକଡ଼ି ପାଳନ କରାଯିବ। ଏହା ଉପରେ କଡ଼ା ନଜର ରଖିବା ପାଇଁ ଉଚ୍ଚସ୍ତରୀୟ ଅଧିକାରୀଙ୍କୁ ନେଇ ଏକ ସ୍ବତନ୍ତ୍ର କମିଟି ଗଠନ କରାଯାଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri