ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା

ଭୁବନେଶ୍ୱର,୨୨।୧(ବ୍ୟୁରୋ): କୋଭିଡ୍‌ କଟକଣା ମଧ୍ୟରେ ଭୁବନେଶ୍ୱରରେ ଆରମ୍ଭ ହୋଇଛି ବହୁ ପ୍ରତୀକ୍ଷିତ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୧। ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ସ୍ଥାନୀୟ ଜନତା ମଇଦାନଠାରେ ଆୟୋଜିତ ଏହି ମେଳାକୁ ଗୁରୁବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସରେ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ, ପୂର୍ବ ଭାରତର ସର୍ବବୃହତ ହସ୍ତଶିଳ୍ପ ମେଳା ‘ତୋଷାଳି’ ଚଳିତବର୍ଷ ଏକ ଅସାଧାରଣ ପରିସ୍ଥିତିରେ ଆୟୋଜିତ ହେଉଛି। ତେଣୁ ସମସ୍ତେ କୋଭିଡ୍‌ ଗାଇଡ୍‌ଲାଇନକୁ କଡ଼ାକଡ଼ି ପାଳନ କରନ୍ତୁ। ଓଡ଼ିଶା କଳା ଓ ସଂସ୍କୃତିର ଭୂମି। ଓଡ଼ିଆ କାରିଗର କୋଣାର୍କ ପରି ବିସ୍ମୟ ସୃଷ୍ଟି କରିପାରନ୍ତି। ଆମ କାରିଗରଙ୍କ ଦକ୍ଷତାର ତୁଳନା ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ମେଳାରେ ରାଜ୍ୟ ହସ୍ତଶିଳ୍ପ ପୁରସ୍କାର ପାଉଥିବା କାରିଗରଙ୍କୁ ଅଭିନନ୍ଦନ ଜଣାଇଥିଲେ।
ଉଦ୍‌ଘାଟନୀ ସଭାରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ଯୋଗଦେଇ ଚଳିତବର୍ଷ ମେଳାରେ ଭାଗନେଇଥିବା ହସ୍ତଶିଳ୍ପ କାରିଗର ଓ ବୁଣାକାରଙ୍କୁ ଉତ୍ସାହିତ କରିଥିଲେ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ, ବିଜ୍ଞାନ ଓ କାରିଗରି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ବିଭାଗୀୟ ସଚିବ ଶୁଭା ଶର୍ମା, ବୟନ ଓ ହସ୍ତଶିଳ୍ପ ନିର୍ଦ୍ଦେଶକ ଜ୍ୟୋତିପ୍ରକାଶ ଦାସ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ୩ ଜଣ ଶିଳ୍ପୀଙ୍କୁ ୨୦୧୯ ମସିହା ଲାଗି ‘ରାଜ୍ୟ ହସ୍ତଶିଳ୍ପ ପୁରସ୍କାର’ ପ୍ରଦାନ କରାଯାଇଥିଲା। ସେମାନେ ହେଲେ ପଥର ଖୋଦେଇ ଶିଳ୍ପୀ ଦିବ୍ୟଜ୍ୟୋତି ବେହେରା, ତାଳପତ୍ର ଖୋଦେଇ ଶିଳ୍ପୀ ଦିଲୀପ କୁମାର ସ୍ବାଇଁ ଓ ମୃତ୍ତିକା ଶିଳ୍ପୀ ପ୍ରିୟଙ୍କା ପାତ୍ର। ସେହିଭଳି ୬ଜଣ ଶିଳ୍ପୀ ସୁଶାନ୍ତ କୁମାର ଦାସ(ପଥର ଖୋଦେଇ), ନିତ୍ୟାନନ୍ଦ ସ(ପଥର ଖୋଦେଇ), ରୋନିବାଳା ମହାପାତ୍ର(ପଟ୍ଟଚିତ୍ର ଶିଳ୍ପ), ନିର୍ମଳ ଚନ୍ଦ୍ର ଦାସ(ତାଳପତ୍ର ଖୋଦେଇ), ସୁରେଶ ଚନ୍ଦ୍ର ମହାପାତ୍ର(ଚାନ୍ଦୁଆ ହସ୍ତଶିଳ୍ପ) ଓ କୁନି ପାତ୍ର(ନଡ଼ା ଶିଳ୍ପ)ଙ୍କୁ ‘କଳାକୃତି ସମ୍ମାନ’ ପ୍ରଦାନ କରାଯାଇଥିଲା। ବିଭାଗୀୟ ଅତିରିକ୍ତ ଶାସନ ସଚିବ ତଥା ସିଡାକ୍‌ର ସଭ୍ୟସଚିବ କୈଳାସ ଚନ୍ଦ୍ର ସାହୁ ସ୍ବାଗତ ଭାଷଣ ଦେଇଥିଲେ।
ଫେବୃୟାରୀ ୪ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ମେଳାରେ ଚଳିତବର୍ଷ ୨୫୦ଟି ହସ୍ତତନ୍ତ ଓ ହସ୍ତଶିଳ୍ପ ଷ୍ଟଲ୍‌ ଖୋଲାଯାଇଛି। ଏଥିରେ ଓଡ଼ିଶାର ୧୭୦ ଓ ବାହାର ରାଜ୍ୟର ୮୦ଜଣ ହସ୍ତଶିଳ୍ପୀ ଓ ବୁଣାକାର ଅଂଶଗ୍ରହଣ କରିଛନ୍ତି। କୋଭିଡ୍‌ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏଥର ମେଳାରେ କୌଣସି ସାଂସ୍କୃତିକ କାର୍ଯ୍ୟକ୍ରମ ହେବ ନାହିଁ। ପ୍ରତିଦିନ ଅପରାହ୍ନ ୨ଟାରୁ ରାତି ୯ଟା ପର୍ଯ୍ୟନ୍ତ ମେଳା ଖୋଲା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri