ଗୁରୁତର ରୋଗୀଙ୍କୁ ଟୋସିଲିଜୁମାବ ଇଞ୍ଜେକ୍‌ଶନ

ଭୁବନେଶ୍ୱର, ୮।୫(ବ୍ୟୁରୋ): କରୋନା ରୋଗୀଙ୍କ ଚିକିତ୍ସା ପାଇଁ ନୂଆ ଟୋସିଲିଜୁମାବ୍‌ ଇଞ୍ଜେକ୍ସନ ଓ ଅନୁମୋଦିତ ଅନ୍ୟ ଔଷଧ ବ୍ୟବହାର ଲାଗି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏସ୍‌ଓପି ଜାରି ହୋଇଛି। ଭେଣ୍ଟିଲେଟରରେ ଥିବା ତଥା ଗୁରୁତର ଆକ୍ରାନ୍ତ ରୋଗୀଙ୍କ କ୍ଷେତ୍ରରେ ଟୋସିଲିଜୁମାବ ଇଞ୍ଜେକ୍ସନ ବ୍ୟବହାର କରାଯାଇପାରିବ ବୋଲି କୁହାଯାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ, ସମସ୍ତ ସରକାରୀ ଓ ଘରୋଇ ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ଚିଠି ଲେଖି ଜଣାଇଛନ୍ତି। ଏଥିସହିତ ଭୁବନେଶ୍ୱର ଏମ୍ସ ନିର୍ଦ୍ଦେଶିକା, କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ, ରାଉରକେଲା ଆଇଜିଏଚ୍‌, କଟକ ଏଏଚ୍‌ପିଜିଆଇସି ନିର୍ଦ୍ଦେଶକଙ୍କୁ ମଧ୍ୟ ଅବଗତ କରିଛି ବିଭାଗ। ବିଶେଷକରି ଅକ୍ସିଜେନ ସ୍ତର କମ୍‌ ଥିବା ଆକ୍ରାନ୍ତଙ୍କ କ୍ଷେତ୍ରରେ ଏହାର ପ୍ରୟୋଗ କରାଯିବ। ଏହି ଇଞ୍ଜେକ୍ସନକୁ ବ୍ୟବହାର ପାଇଁ ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ (ଡିସିଜିଆଇ)ର ଅନୁମତି ମିଳିଛି। ଏହାସହ ବିଶେଷଜ୍ଞ ଟିମ୍‌ ବି ଏହାର ବ୍ୟବହାରକୁ ନେଇ ସହମତି ପ୍ରକାଶ କରିଛି। ଏହି ଇଞ୍ଜେକ୍ସନ ଓ ଔଷଧକୁ କିପରି ବ୍ୟବହାର କରାଯିବ ତାହା ନିର୍ଦ୍ଧାରଣ କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ଏକ କମିଟି ଗଠନ କରିଛି। ଡାକ୍ତରଙ୍କ ପ୍ରେସ୍‌କ୍ରିପଶନ ଅନୁସାରେ ଏହି କମିଟି ଟୋସିଲିଜୁମାବ ଇଞ୍ଜେକ୍ସନ ବ୍ୟବହାର ନେଇ ନିଷ୍ପତ୍ତି ନେବ। ଏହି ନୂଆ ଔଷଧ ବ୍ୟବହାର ନେଇ ଡିସିଜିଆଇ କୌଣସି ସ୍ପଷ୍ଟ ଗାଇଡ୍‌ଲାଇନ ଜାରି କରିନାହିଁ। ଯେହେତୁ ଅନୁମତିପ୍ରାପ୍ତ ନୂଆ ଔଷଧ ପର୍ଯ୍ୟାପ୍ତ ପରିମାଣରେ ମିଳୁନାହିଁ, ତେଣୁ ଡାକ୍ତରଙ୍କ ପରାମର୍ଶ ପରେ ହିଁ ଏହାକୁ ବ୍ୟବହାର ପାଇଁ ଅନୁମତି ଦିଆଯାଇପାରିବ ବୋଲି କୁହାଯାଇଛି।
ହସ୍ପିଟାଲ ପକ୍ଷରୁ ବହୁ ମାତ୍ରାରେ ଏହାର ବ୍ୟବହାର ପାଇଁ ନିବେଦନ କରାଯାଉଛି। କିନ୍ତୁ ଯେଉଁ ରୋଗୀ ପାଇଁ ଏହାର ବ୍ୟବହାର ନିମନ୍ତେ ମାଗୁଛନ୍ତି ତାଙ୍କ ପକ୍ଷରେ ବ୍ୟବହାର ହେଉ ନ ଥିବା ଜଣାପଡ଼ିଛି। ତେଣୁ ବର୍ତ୍ତମାନ ହସ୍ପିଟାଲ କର୍ତ୍ତୃପକ୍ଷ କେଉଁ ରୋଗୀଙ୍କ ଚିକିତ୍ସାରେ ଏହି ଔଷଧ ବ୍ୟବହାର କରାଯିବ ସେ ନେଇ ଜିଲା ଚିକିତ୍ସାଧିକାରୀକୁ ସମ୍ପୂର୍ଣ୍ଣ ତଥ୍ୟ ଦେବେ। ସେମାନଙ୍କୁ ଔଷଧ ନିଗମ ପକ୍ଷରୁ ଏହି ଇଞ୍ଜେକ୍ସନ ମିଳିବ। ଇଞ୍ଜେକ୍ସନ ଦେବା ପୂର୍ବରୁ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରାଯାଇ ଏହାକୁ ପ୍ରୟୋଗ କରାଯିବ। ଏଥିସହ କରୋନା ଆକ୍ରାନ୍ତଙ୍କ କ୍ଷେତ୍ରରେ ପ୍ରୟୋଗ ହେଉଥିବା ଅନ୍ୟ ଔଷଧ ସମ୍ପର୍କରେ ମଧ୍ୟ ଏସ୍‌ଓପିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri