Posted inଖେଳ

ଟସ୍‌ ଜିତିଲା ବେଙ୍ଗାଲୁରୁ: ଆରମ୍ଭରୁ ବଡ଼ ଝଟ୍‌କା

ଚେନ୍ନାଇ, ୧୮।୪: ଆଇପିଏଲର ୧୪ ତମ ସିଜିନର ଦଶମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର ଅଧିନାୟକ ବିରାଟ କୋହଲି କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଥମେ ବ୍ୟାଟିଂ କରି ଦଳକୁ ପ୍ରଥମ ଓଭରରେ ଦୁଇଟି ଝଟ୍‌କା ଲାଗିଛି। ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚରେ ତିନିଜଣ ବିଦେଶୀ ଖେଳାଳିଙ୍କ ସହ ବେଙ୍ଗାଲୁରୁ ଦଳ ପଡିଆକୁ ଓହ୍ଲାଇଛି । ଏଥିସହିତ କେକେଆର ଦଳରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ବିରାଟ କୋହଲିଙ୍କ ଦଳ ସିଜନରେ ଏପର୍ଯ୍ୟନ୍ତ ଉଭୟ ମ୍ୟାଚ ଜିତିଛି ଏବଂ ବିଜୟର ହ୍ୟାଟ୍ରିକ ମାରିବାକୁ ଚେଷ୍ଟା କରିବ।
ବିଶ୍ୱକପ ବିଜେତା ଇଂଲଣ୍ଡ ଅଧିନାୟକ ମୋର୍ଗାନ ତାଙ୍କ ଆଇପିଏଲ ଦଳ କେକେଆରକୁ ଟ୍ରାକକୁ ଫେରାଇ ଆଣିବାକୁ ଚେଷ୍ଟା କରିବେ। ଚେନ୍ନାଇର ସମାନ ଗ୍ରାଉଣ୍ଡରେ କୋଲକାତା ସନରାଇଜର୍ସ ହାଇଦ୍ରାବାଦକୁ ୧୦ ରନ୍‌ରେ ପରାସ୍ତ କରି ବିଜୟ ସହ ସିଜିନ ଆରମ୍ଭ କରିଥିଲା କିନ୍ତୁ ପରବର୍ତ୍ତୀ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ପରାଜୟର ସମ୍ମୁଖୀନ ହୋଇଥିଲା। ଏପର୍ଯ୍ୟନ୍ତ ଉଭୟଙ୍କ ମଧ୍ୟରେ ମୋଟ ୨୬ ଟି ମ୍ୟାଚ ଖେଳାଯାଇଛି ଏବଂ ସେଥିମଧ୍ୟରୁ ୧୪ଟି କେକେଆରରୁ ଜିତିଥିବାବେଳେ ୧୨ ଟି ମ୍ୟାଚ ବେଙ୍ଗାଲୁରୁ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇହୁଦୀ ପର୍ବ ପାଳନ ବେଳେ ବିଚରେ ଫାୟାରିଂ, ୧୦ ମୃତ

ନୂଆଦିଲ୍ଲୀ,୧୪।୧୨: ଆଜି ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚ୍‌ରେ ସ୍ପଷ୍ଟ ଦିବାଲୋକରେ ଗୁଳିମାଡ଼ ଘଟିଛି। ଦୁଇଜଣ ସଶସ୍ତ୍ର ଆକ୍ରମଣକାରୀ ସାଧାରଣ ଲୋକଙ୍କ ଉପରେ ଅତର୍କିତ ଗୁଳିଚାଳନା କରିଥିଲେ।...

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

WWEରୁ ଅବସର ନେଲେ ଜନ୍ ସିନା, ଜାରି ରହିବ ଫିଲ୍ସ କ୍ୟାରିୟର

ନୂଆଦିଲ୍ଲୀ,୧୪।୧୨: ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି WWE ରିଙ୍ଗରେ ରାଜ କରିଥିବା ଜନ୍ ସିନା ଶେଷରେ ତାଙ୍କ କ୍ୟାରିଅରକୁ ବିଦାୟ ଦେଇଛନ୍ତି । ୪୮ବର୍ଷ...

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...

‘ନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି’

ଭୁବନେଶ୍ୱର,୧୪ା୧୨: ବର୍ଦ୍ଧିତ ଦରମା ନେବାକୁ ବିଜେଡି ବିଧାୟକ ନବୀନ ପଟ୍ଟନାୟକ ମନା କରିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଧାୟକ ଗଣେଶ୍ବର ବେହେରା। ସେ କହିଛନ୍ତି, ନବୀନ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…

ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri