ଟସ୍‌ ଜିତିଲା ଆର୍‌ସିବି , ବ୍ୟାଟିଂ ନିଷ୍ପତ୍ତି…

ମୁମ୍ବାଇ, ୩୦।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୪୩ ତମ ମ୍ୟାଚ୍‌ରେ ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ଗୁଜରାଟ ଟାଇଟନ୍ସ(ଜିଟି) ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ବ୍ରେବୋର୍ନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଆରସିବି ପକ୍ଷରୁ ଅଧିନାୟକ ଫାଫ ଡୁ ପ୍ଲେସିସ ଟସ ଜିଣିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଜିଟିର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଙ୍କ ନେତୃତ୍ୱରେ ଟିମ୍‌ ବୋଲିଂ ଆରମ୍ଭ କରିଛି।

ଜିଟି ଟିମ୍‌ରେ ରିଦ୍ଧିମାନ ସାହା (ଓ୍ବିକେଟ କିପର), ଶୁବମାନ ଗିଲ, ହାର୍ଦ୍ଦିକ ପାଣ୍ଡ୍ୟା (ଅଧିନାୟକ), ଅଭିନାଭ ମନୋହର, ଡେଭିଡ ମିଲର, ରାହୁଲ ଟିୱାଟିଆ, ରସିଦ ଖାନ, ଅଲଜାରି ଜୋସେଫ, ଲକି ଫର୍ଗୁସନ, ୟଶ ଦିନଲ, ମହମ୍ମଦ ଶାମି ଖେଳୁଛନ୍ତି।

ସେହିପରି ଆରସିବି ପକ୍ଷରୁ ଫାଫ ଡୁ ପ୍ଲେସିସ (ଅଧିନାୟକ), ଅନୁଜ ରାୱତ, ବିରାଟ କୋହଲି, ଗ୍ଲେନ ମ୍ୟାକ୍ସୱେଲ, ଦୀନେଶ କାର୍ତ୍ତିକ, ଶାହବାଜ ଅହମ୍ମଦ, ସୁୟାଶ ପ୍ରଭାସାଇ, ଭାନିନ୍ଦୁ ହସରାଙ୍ଗା, ଜୋଶ ହାଜଲେଉଡ, ହର୍ଷଲ ପଟେଲ, ମହମ୍ମଦ ସିରାଜ ପ୍ରମୁଖ ଖେଳୁଛନ୍ତି।

Share