୧୨୭ ଛାତ୍ରୀଛାତ୍ର ନେଲେ କୋଭିଡ ଟିକା

ହିଞ୍ଜିଳିକାଟୁ,୧୪।୨(ଡି.ଏନ୍‌.ଏ): କରୋନା ମହାମାରୀ ଯୋଗୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ର଼ଖି ଗତ ୨ବର୍ଷ ହେଲା ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିଥିଲା। ତେବେ କରୋନା ପ୍ରକୋପ ସାମାନ୍ୟ ହ୍ରାସ ହେବା ପରେ ପିଲାଙ୍କ ଭବିଷ୍ୟତକୁ ନଜରରେ ରଖି ରାଜ୍ୟ ସରକାର ପ୍ରଥମେ ଦଶମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନିଷ୍ପତ୍ତି ନେଇଥିଲେ। ଏହାପରେ ଷଷ୍ଠ ଶ୍ରେଣୀଠାରୁ ବର୍ତ୍ତମାନ ସମସ୍ତ ସ୍କୁଲ ଖୋଲିବା ନେଇ ନୋଟିସ ଜାରି କରାଯାଇଛି। ଏଥିପାଇଁ ୧୪ ବର୍ଷରୁ ଉଦ୍ଧର୍‌ବ ପିଲାଙ୍କୁ ଟିକାକରଣ ନେଇ ସରକାର ନିଷ୍ପତି ନେଇଛନ୍ତି। ଏହିକ୍ରମରେ ହିଞ୍ଜିଳିକାଟୁ ସରକାରୀ ବୃନ୍ଦାବନ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶାନ୍ତିଲତା ମୁନୀଙ୍କ ଅଧ୍ୟକ୍ଷତାରେ ପ୍ରଥମ ଓ ଦ୍ବିତୀୟ ଟିକାକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସୋମବାର ନବମ ଓ ଦଶମ ଶ୍ରେଣୀର ମୋଟ ୧୨୭ ଜଣ ଛାତ୍ରୀଛାତ୍ର ପ୍ରଥମ ଓ ଦ୍ବିତୀୟ ଟିକା ନେଇଛନ୍ତି। ପୁର୍ବରୁ ନେଇଥିବା ୭୧ଜଣ ବିଦ୍ୟାର୍ଥୀ ସୋମବାର ଦ୍ବିତୀୟ ଡୋଜ ନେଇଥିବା ବେଳେ ୫୬ ଜଣ ବିଦ୍ୟାର୍ଥୀ ପ୍ରଥମ ଟିକା ନେଇଛନ୍ତି। ଟିକାକରଣ କାର୍ଯ୍ୟକ୍ରମରେ ବିଦ୍ୟାଳୟର କିରାଣୀଙ୍କ ସମେତ ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ସ୍ବାସ୍ଥ୍ୟ ବିଭାଗର କର୍ମକର୍ତ୍ତାଙ୍କୁ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri