୧୪ରେ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ: ଜାଣନ୍ତୁ କେତେବେଳେ ଦେଖାଯିବ

ଭୁବନେଶ୍ୱର,୧୧ା୩(ସୁଚିସ୍ମିତା ସାହୁ):ଚଳିତବର୍ଷ ମୋଟ ୪ଟି ସୂର୍ଯ୍ୟୋପରାଗ ଓ ଚନ୍ଦ୍ରଗ୍ରହଣ ସଂଗଠିତ ହେବ। ଦୁଇଟି ଆଂଶିକ ସୂର୍ଯ୍ୟୋପରାଗ ଏବଂ ଦୁଇଟି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଦେଖିବାକୁ ମିଳିବ। ବର୍ଷର ପ୍ରଥମ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ମାର୍ଚ୍ଚ ୧୪ରେ ହେବ। ଏହା ଆମେରିକା, ପଶ୍ଚିମ ୟୁରୋପ, ପଶ୍ଚିମ ଆଫ୍ରିକା, ଉତ୍ତର ଏବଂ ଦକ୍ଷିଣ ଆଟଲାଣ୍ଟିକ ମହାସାଗର ଆଦି ଅଞ୍ଚଳରେ ଦେଖାଯିବ। ହେଲେ ଏହା ଭାରତକୁ ଦୃଶ୍ୟମାନ ହେବ ନାହିଁ। ଭାରତୀୟ ସମୟ ପୂର୍ବାହ୍ନ ୧୦ଟା ୩୯ ମିନିଟରେ ଚନ୍ଦ୍ର ଗ୍ରହଣ ଆରମ୍ଭ ହୋଇ ଅପରାହ୍ନ ୨ଟା ୧୮ରେ ଶେଷ ହେବ। କିନ୍ତୁ ପୂର୍ଣ୍ଣ ଗ୍ରହଣ ପୂର୍ବାହ୍ନ ୧୧ଟା ୫୬ରୁ ଅପରାହ୍ନ ୧ଟା ୧ ପର୍ଯ୍ୟନ୍ତ ଦେଖାଯିବ। ସେହି ସମୟରେ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ଧାରଣ କରିବ। ଭାରତରେ ଦିନ ସମୟରେ ଚନ୍ଦ୍ରଗ୍ରହଣ ଘଟୁଥିବାରୁ ଦେଶର କୌଣସି ସ୍ଥାନରେ ଏହା ଦୃଶ୍ୟମାନ ହେବନାହିଁ ବୋଲି ଜ୍ୟୋତିର୍ବିଜ୍ଞାନୀ ଡ. ଶୁଭେନ୍ଦୁ ପଟ୍ଟନାୟକ ସୂଚନା ଦେଇଛନ୍ତି। ସେହିପରି ମାର୍ଚ୍ଚ ୨୯ରେ ଆଂଶିକ ସୂର୍ଯ୍ୟୋପରାଗ ସଙ୍ଗଠିତ ହେବ। ଏହା ଉତ୍ତର ଆମେରିକା, ଗ୍ରୀନ୍‌ଲାଣ୍ଡ, ଆଇସ୍‌ଲାଣ୍ଡ, ଉତ୍ତର ଆଟ୍‌ଲାଣ୍ଟିକ ମହାସାଗର, ୟୁରୋପ ଏବଂ ଉତ୍ତର-ପଶ୍ଚିମ ରୁଷ୍‌ରେ ଦୃଶ୍ୟମାନ ହେବ। ଚଳିତବର୍ଷର ପ୍ରଥମ ସୂର୍ଯ୍ୟୋପରାଗ ମଧ୍ୟ ଭାରତରେ ଦୃଶ୍ୟମାନ ହେବ ନାହିଁ।
ଅନ୍ୟପକ୍ଷରେ ସେପ୍ଟେମ୍ବର ୭ କିମ୍ବା ୮ ତାରିଖରେ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ହେବ। ଏହା ସମଗ୍ର ଭାରତ ସହ ଏସିଆର ଅନ୍ୟ ଦେଶ ତଥା ୟୁରୋପ, ଆଣ୍ଟାର୍କଟିକା, ପଶ୍ଚିମ ପ୍ରଶାନ୍ତ ମହାସାଗର, ଅଷ୍ଟ୍ରେଲିଆ ଏବଂ ଭାରତ ମହାସାଗରର କିଛି ଅଞ୍ଚଳରେ ଦୃଶ୍ୟମାନ ହେବ। ସେପ୍ଟେମ୍ବର ୭ ରାତି ୮ଟା ୫୮ରୁ ୨ଟା ୨୫ ପର୍ଯନ୍ତ ଚନ୍ଦ୍ରଗ୍ରହଣ ରହିବ। ପୂର୍ଣ୍ଣ ଗ୍ରହଣ ରାତି ୧୦ଟାରୁ ରାତି ୧୨ଟା ୨୨ ପର୍ଯନ୍ତ ୨ ଘଣ୍ଟା ୨୨ ମିନିଟ ଧରି ଦେଖାଯିବ। ସେହି ସମୟରେ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ଧାରଣ କରିବ। ବର୍ଷର ଅନ୍ତିମ ଆଂଶିକ ସୂର୍ଯ୍ୟୋପରାଗ ସେପ୍ଟେମ୍ବର ୨୧-୨୨ ତାରିଖରେ ହେବ। ଏହା ନ୍ୟୁଜିଲାଣ୍ଡ, ଇଷ୍ଟର୍ନ ମେଲାନେସିଆ ଏବଂ ପଶ୍ଚିମ ଆଣ୍ଟାର୍କଟିକାରେ ଦୃଶ୍ୟମାନ ହେବ। ଏହି ଗ୍ରହଣ ମଧ୍ୟ ଭାରତରେ ଦୃଶ୍ୟମାନ ହେବ ନାହିଁ ବୋଲି ଡ. ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍‌ ଅଟକି ରହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ।…

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri