୪ କୋଟି ଟପିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ, ୨୬।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୮୫ ହଜାର ୯୧୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୬୬୫ ମୃତ୍ୟୁ ସଂଖ୍ୟା ଯୋଗୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

ସେହିପରି ୨ ଲକ୍ଷ ୯୯ ହଜାର ୭୫ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ସକ୍ରିୟ ମାମଲା ୨୨ ଲକ୍ଷ ୨୩ ହଜାର ୧୮ ରେ ପହଞ୍ଚିିଛି। ଦୈନିକ ପଜିଟିଭିଟି ହାର ୧୬.୧୬ ପ୍ରତିଶତ ରହିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୯୧ ହଜାର ୧୨୭ ଛୁଇଁଛି।

ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୮୫ ହଜାର୧୧୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୩ କୋଟି ୭୩ ଲକ୍ଷ ୭୦ ହଜାର ୭୯୧ ଜଣ ସୁସ୍ଥ ହୋଇଛନ୍ତି।

ଦେଶରେ ୧୬୩ କୋଟି ୫୮ ଲକ୍ଷ ୪୪ ହଜାର ୫୩୬ ଜଣଙ୍କୁ ଟିକାଦାନ କରାଯାଇଛି। ସେଥିମଧ୍ୟରେ ୮୮ କୋଟି ୯୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୬୯ କୋଟି ୪୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

Share