ମଞ୍ଚରେ ଥିଲେ ମୁଖ୍ୟମନ୍ତ୍ରୀ, ପୂର୍ବ ସରକାରଙ୍କୁ କଟାକ୍ଷ କଲେ ଜିଲାପାଳ

ନୂଆଦିଲ୍ଲୀ,୨।୨: ସୁବର୍ଣ୍ଣପୁର ଜିଲାପାଳ ନୃପରାଜ ସାହୁଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ରବିବାର ସୁବର୍ଣ୍ଣପୁରରେ ଆୟୋଜିତ ‘ସୁଭଦ୍ରା ଶକ୍ତି ମେଳା’ ଶୁଭାରମ୍ଭ ହୋଇଥିଲା। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଜିଲାପାଳ ପରୋକ୍ଷରେ ପୂର୍ବ ବିଜେଡି ସରକାରଙ୍କୁ ଟାର୍ଗେଟ କରିଥିଲେ। ନୂଆ ସରକାରରେ ପ୍ରଶାସନିକ ସଂସ୍କୃତିରେ ଆସିଥିବା ପରିବର୍ତ୍ତନ ବିଷୟରେ ମତ ରଖିଥିଲେ। ଏହାକୁ ନେଇ ବିରୋଧୀ ବିଜେଡି ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିବା ସହ ଜିଲାପାଳଙ୍କ ନିରପେକ୍ଷତା ଉପରେ ପ୍ରଶ୍ନ ଉଠାଇଛି।

ସୋନପୁରରେ ଆୟୋଜିତ ଏହି ସରକାରୀ କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଦେବା ବେଳେ ଜିଲାପାଳ ଡକ୍ଟର ନୃପରାଜ ସାହୁ କହିଥିଲେ ଯେ, “ଦିନ ଥିଲା ଶାସକଙ୍କୁ ଦେଖି ହେଉନଥିଲା, କଥା ହୋଇ ହେଉନଥିଲା କିମ୍ବା ଛୁଇଁ ହେଉନଥିଲା। ସେହି ‘ଟଚ୍ ମି ନଟ୍, ସ୍ପିକ୍ ମି ନଟ୍, ସି ମି ନଟ୍’ ସଂସ୍କୃତିକୁ ବର୍ତ୍ତମାନର ସରକାର ଉପାଡ଼ି ଫିଙ୍ଗିଛନ୍ତି।” ଜିଲାପାଳଙ୍କ ଏହି ମନ୍ତବ୍ୟ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୨୪ ବର୍ଷର ଶାସନ ପ୍ରତି ଏକ କଟାକ୍ଷ ବୋଲି ଚର୍ଚ୍ଚା ହେଉଛି।

ଏହି ବୟାନକୁ ନେଇ ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି ଜିଲାପାଳଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ ପ୍ରଶ୍ନ କରିଛନ୍ତି ଯେ, “ଜିଲାପାଳ କ’ଣ ଭଜାପରେ ଯୋଗ ଦେଇଛନ୍ତି? ସେ ଜଣେ ସରକାରୀ ଅଧିକାରୀ ନା କୌଣସି ରାଜନୈତିକ ଦଳର ଏଜେଣ୍ଟ ଭାବେ କାମ କରୁଛନ୍ତି?” ବିଜେଡି ପକ୍ଷରୁ କୁହାଯାଇଛି ଯେ, ମୁଖ୍ୟମନ୍ତ୍ରୀଙ୍କୁ ଖୁସି କରିବା ପାଇଁ ଜିଲାପାଳ ନିଜର ସାମ୍ବିଧାନିକ ମର୍ଯ୍ୟାଦା ଭୁଲି ଏପରି ରାଜନୈତିକ ବୟାନ ଦେଉଛନ୍ତି। ଯଦି ସେ ରାଜନୀତି କରିବାକୁ ଚାହୁଁଛନ୍ତି, ତେବେ ଚାକିରିରୁ ଇସ୍ତଫା ଦେଇ ମଇଦାନକୁ ଆସନ୍ତୁ ବୋଲି ଦଳ ଚ୍ୟାଲେଞ୍ଜ କରିଛି। ଏହି ଘଟଣା ଏବେ ପ୍ରଶାସନିକ ନିରପେକ୍ଷତାକୁ ନେଇ ଏକ ବଡ଼ ବିତର୍କ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଇରାନ ଉପରୁ କଟକଣା ହଟାଇଲେ ଟ୍ରମ୍ପ୍‌, ତେହରାନ କହିଲା ଆମ ପାଖରେ…

ଓ୍ବାଶିଂଟନ/ତେହରାନ୍‌,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଏହାକୁ ପ୍ରଶମିତ କରିବା ପାଇଁ ଆମେରିକା ସମୁଦ୍ରରେ ଅଟକି…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri