Posted inଖେଳ

ଟୁର୍‌ ଡି ଫ୍ରାନ୍ସ ଆରମ୍ଭ: ଅଲାଫିଲିପ୍‌ ପ୍ରଥମ ଷ୍ଟେଜ୍‌ରେ ବିଜୟୀ

ପ୍ୟାରିସ୍‌,୨୭।୬: ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ମଲ୍ଟିପଲ-ଷ୍ଟେଜ ବାଇସାଇକେଲ ରେସ୍‌ ଟୁର ଡି ଫ୍ରାନ୍ସ ଶନିବାରଠାରୁ ଆରମ୍ଭ ହୋଇଛି। ବିଶ୍ୱ ଚାମ୍ପିୟନ ଫ୍ରାନ୍ସର ଜୁଲିଆନ ଅଲାଫିଲିପ୍‌ ପ୍ରତିଯୋଗିତାରେ ଏହି ୧୦୮ତମ ସଂସ୍କରଣର ଘଟଣା ବହୁଳ ପ୍ରଥମ ପର୍ଯ୍ୟାୟ ତଥା ଷ୍ଟେଜ୍‌ ଓ୍ବାନ୍‌ ରେସ୍‌ରେ ବିଜୟୀ ହୋଇଛନ୍ତି। ରେସ୍‌ରେ ଅଷ୍ଟ୍ରେଲିଆର ମାଇକେଲ ମାଥ୍ୟୁସ ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ସ୍ଲୋଭେନିଆର ପ୍ରିମୋଜ ରୋଗଲିକ୍‌ ତୃତୀୟ ସ୍ଥାନ ଅଧିକାର କରିଥିଲେ। ଫେଭରାଇଟ୍‌ ବିବେଚିତ ହେଉଥିବା ଗତଥରର ଚାମ୍ପିୟନ ତାଡେଜ ପୋଗାକାର ଓ ୨୦୧୮ ସଂସ୍କରଣ ଚାମ୍ପିୟନ ଗେରେଣ୍ଟ ଥାମାସ ମଧ୍ୟ ଏଥର ଅଂଶଗ୍ରହଣ କରିଛନ୍ତି।
ରେସ୍‌ ଅବସରରେ ଅଲାଫିଲିପ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ ଓ ତାଙ୍କ ଆଣ୍ଠୁରୁ ରକ୍ତ ବାହରିବାରେ ଦେଖାଯାଇଥିଲା। ପ୍ରଥମ ଷ୍ଟେଜ୍‌ରେ ବିଜୟୀ ହେବାକୁ ଚାହୁଁଥିଲି ଓ ମୋର ପ୍ରୟାସ ସଫଳ ହୋଇଛି ବୋଲି ସେ କହିଛନ୍ତି। ଟୁର ଡି ଫ୍ରାନ୍ସ ଜୁନ୍‌ ୨୬ ତାରିଖରୁ ଆରମ୍ଭ ହୋଇଛି ଓ ଏହା ଜୁଲାଇ ୧୮ ତାରିଖରେ ଶେଷ ହେବ। ୩,୪୧୪.୪ କି.ମି. ବିଶିଷ୍ଟ ଏହି ପ୍ରତିଯୋଗିତାରେ ୨୧ଟି ପର୍ଯ୍ୟାୟ ରେସ୍‌ ଆୟୋଜନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କିଏ ଗଲେ, କିଏ ଆସିଲେ…

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ମାସରେ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୨ଟି ଟେଷ୍ଟ ମ୍ୟାଚ ସିରିଜ ଖେଳିବ। ଏହି ସିରିଜ ପାଇଁ ବିସିସିଆଇ (BCCI) ମଙ୍ଗଳବାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri