ସାଇଧାରା-ଚନ୍ଦନଧାରା ଜଳପ୍ରପାତର ହେବ ପର୍ଯ୍ୟଟନ ବିକାଶ

ଝରିଗାଁ,୨୨।୧(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ରହିଛି ଚାରି ଗୋଟି ଜଳପ୍ରପାତ। ସେଗୁଡିକ ହେଲା ଝରିଗାଁ ପଞ୍ଚାୟତ ଅନ୍ତର୍ଗତ ଗୋସେଇଁ ଧାରା ଜଳପ୍ରପାତ, ବଡ଼ଟେମରା ପଞ୍ଚାୟତ ଅନ୍ତର୍ଗତ ଚନ୍ଦନଧାରା ଜଳପ୍ରପାତ, କୁଟୁରିଛାପାର ପଞ୍ଚାୟତର ସାଇଧାରା ଜଳପ୍ରପାତ ଏବଂ ତେଲନଦୀ ପଞ୍ଚାୟତର କର୍ପନ ଧାରା ଜଳପ୍ରପାତ। ଏଥିମଧ୍ୟରୁ ସାଇଧାରା ଏବଂ ଚନ୍ଦନଧାରାଠାରେ ଡିସେମ୍ବର ମାସଠାରୁ ମଇ ମାସ ପର୍ଯ୍ୟନ୍ତ ହଜାର ହଜାର ସଂଖ୍ୟାର ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଥାଏ। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ତଥା ମନୋରଞ୍ଜନ ପାଇଁ ସମସ୍ତ ପ୍ରକାରର ସୁବିଧା ସୁଯୋଗ ଯୋଗାଇଦେବା ଲକ୍ଷ୍ୟରେ ନବରଙ୍ଗପୁର ଜିଲାପାଳ ଗୁରୁତ୍ୱାରୋପ କରିଛନ୍ତି । ଜନସାଧାରଣଙ୍କ ବହୁ ଦିନର ଦାବି ତଥା ଆଶା ପୂରଣ ହେବାକୁ ଯାଉଛି l ଏନେଇ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବିରଞ୍ଚିନାରାୟଣ ଦରୱାନ ସାଇଧରା ଏବଂ ଚନ୍ଦନଧାରା ପର୍ଯ୍ୟଟନସ୍ଥଳକୁ ଗସ୍ତ କରି ଫେରିଛନ୍ତି l ଏହି ସମୟରେ ଝରିଗାଁ ବିଡ଼ିଓ ରାମକୃଷ୍ଣ ନାୟକ, ଏ ଇ ବିନିତ କୁମାର ମିଶ୍ର ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାଫିକ୍‌ ନିୟମ ମାନିଲେ ମିଳିବ ଏମିତି ଉପହାର

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଟାଉନ ଥାନା ପୋଲିସ ପକ୍ଷରୁ ମଙ୍ଗଳବାର ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏକ ସଚେତନତା ଶୋଭାଯାତ୍ରା ଥାନାରୁ...

ବିବାହ ଶୋଭାଯାତ୍ରାରେ ତୁମୁଳକାଣ୍ଡ: ଶୋଭାଯାତ୍ରା ଗାଡି ଚାଳକଙ୍କ ଭୁଜାଲି ମାଡରେ , ଯୁବକ ଗୁରୁତର

ହିଞ୍ଜିଳିକାଟୁ, ୧୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶ୍ରଦ୍ଧାପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ବିବାହ ଶୋଭାଯାତ୍ରା ଚାଲିଥିବା ବେଳେ କୌଣସି କଥାକୁ...

ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନାହାର -ଚେନ

ହିଞ୍ଜିଳିକାଟୁ, ୧୮।୨(ଦ୍ବିତୀକୃଷ୍ଣ ପଣ୍ଡା) : ଗତ କିଛି ମାସର ବ୍ୟବଧାନ ପରେ ହିଞ୍ଜିଳି ଥାନା ଇଲାକାରେ ପୁଣିଥରେ ଲୁଟେରା ଗ୍ୟାଙ୍ଗଙ୍କ ପାର୍ଦୁଭାବ ଦେଖିବାକୁ ମିଳିଛି। ଜୈନିକ...

ଲାଞ୍ଜିଗଡ଼ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ

ଲାଞ୍ଜିଗଡ଼,୧୮/୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଶ୍ଵନାଥପୁର ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା କାର୍ଯ୍ୟକ୍ରମ...

ମଣ୍ଡିରେ ଧାନପଡ଼ି ସରୁଛି ଟୋକନ ଅବଧି:ଧାନ କିଣାବିକାରେ ଚାଲିଛି ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ୨ଦିନ ପରେ ୩ମାସ ପୂରିବ। କିନ୍ତୁ ଏବେ ମଧ୍ୟ ଜିଲାର ବିଭିନ୍ନ ସ୍ଥାନରେ...

୪୦ଟି ଶିକ୍ଷଣ ସାମଗ୍ରୀ ପ୍ରଦର୍ଶିତ: ୧୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଅଂଶଗ୍ରହଣ

ଦିଗପହଣ୍ଡି,୧୮ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି କ୍ଲଷ୍ଟର ଅନ୍ତର୍ଗତ ମଧୁ ବିଦ୍ୟାପୀଠରେ ସିଆରସିସି ଅନିଲ କୁମାର ଦାସଙ୍କ ସଂଯୋଜନାରେ ୨ ଦିନ ଚାଲିଥିବା ବିଷୟ ଭିତ୍ତିକ...

ଅବକାରୀ ଚଢଉ ୩ ଗିରଫ: ୩୦ଲିଟର ମଦ ଜବତ

ପାଟଣା,୧୮।୨(ବୀରକିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ କଣ୍ଟିଆପଡ଼ା ପଞ୍ଚାୟତ ଭଗପଶି ଓ ବଲାଣିପଶି ଗ୍ରାମ ଅଞ୍ଚଳରେ ମଙ୍ଗଳବାର ପାଟଣା ଅବକାରୀ...

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ

ଦିଗପହଣ୍ଡି, ୧୮।୨ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡ଼ଙ୍ଗପୁର ସ୍ଥିତ ସାନଖେମୁଣ୍ଡି ଉଚ୍ଚ ବିଦ୍ୟାଳୟ ପରିସର ରେ ମଙ୍ଗଳବାର ବ୍ଲକସ୍ତରୀୟ ନିପୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri