ଦିବ୍ୟାଙ୍ଗ ପିଲାଙ୍କ ସହ ପର୍ଯ୍ୟଟନମନ୍ତ୍ରୀଙ୍କ ନୂଆବର୍ଷ

ଖଇରା, ୨।୧(ଡି.ଏନ.ଏ.)  ବାଲେଶ୍ୱର ଜିଲା ଖଇରା ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ଅଧୀନ କଣ୍ଟାବଣିଆସ୍ଥିତ କେଶବପୁରସ୍ତମ ମାନସିକ ଅନଗ୍ରସର ବିଦ୍ୟାଳୟ ପରିସରରେ ଦିବ୍ୟାଙ୍ଗ ପିଲାଙ୍କ ସହ ନୂଆବର୍ଷ ପାଳିଛନ୍ତି ସ୍ଥାନୀୟ ବିଧାୟକ ତଥା ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ। ଶନିବାର ଅପରାହ୍ନରେ ସେ ବିଦ୍ୟାଳୟକୁ ଯାଇ ପ୍ରଥମେ ଦିବ୍ୟାଙ୍ଗ ପିଲାଙ୍କ ସହ ଭାବର ଆଦାନ ପ୍ରଦାନ କରିବା ସହ ସେମାନଙ୍କୁ ଉତ୍ତରୀୟ ପ୍ରଦାନ କରିବା ସହ ଫଳ, ଚକୋଲେଟ ଓ ମାସ୍କ ବଣ୍ଟନ କରିଥିଲେ। ଏହି ଅବସରରେ ମନ୍ତ୍ରୀ ପାଣିଗ୍ରାହୀ ତାଙ୍କ ବକ୍ତବ୍ୟରେ ଉକ୍ତ ବିଦ୍ୟାଳୟର ଅନ୍ତେବାସୀଙ୍କ ପାଇଁ ସହାନୁଭୂତି ପ୍ରଦର୍ଶନ କରି ସୁରକ୍ଷା ପାଚେରି, ଶ୍ରେଣୀଗୃହ, ପାନୀୟ ଜଳ ବ୍ୟବସ୍ଥା ପ୍ରତି ଦୃଷ୍ଟି ଦେବାକୁ ପ୍ରତିଶ୍ରୁତି ଦେଇଥିଲେ। ପରେ ମନ୍ତ୍ରୀ ୩ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଶ୍ରେଣୀକକ୍ଷର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଗୋବିନ୍ଦପୁର ପଞ୍ଚାୟତର ଯୁବସଙ୍ଗଠକ ଅନନ୍ତ ପ୍ରସାଦ ବାରିକ, ପୂର୍ବତନ ସମବାୟ ବ୍ୟାଙ୍କ ପରିଚାଳକ ରବୀନ୍ଦ୍ର କୁମାର ବେହେରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ା ପ୍ରତିଷ୍ଠାତା କେଶବ ମହାପାତ୍ର ଓ ପ୍ରଧାନଶିକ୍ଷୟିତ୍ରୀ ମମତା କର ପ୍ରମୁଖ ବିଦ୍ୟାଳୟର ସମସ୍ୟା ସମ୍ପର୍କରେ ଅବଗତ କରିଥିଲେ। ସୁଶାନ୍ତ ମହାପାତ୍ର ମଞ୍ଚ ପରିଚାଳନା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ

ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...

ଜାଲରେ ପଡ଼ିଲା ୭ ଟନର ସାର୍କ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୫ା୧୨(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ସମୁଦ୍ର କୂଳ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଲା ବିଶାଳକାୟ ସାର୍କ ମାଛ। ଏହି ମାଛକୁ ନିକଟସ୍ଥ ଗ୍ରାମର...

ଶୁକଦେବଙ୍କୁ ମୃତ ଭାବି ନେଇଥିଲେ ଘର ଲୋକେ: ୨୫ ବର୍ଷ ପରେ ଘଟିଲା…

ସିମୁଳିଆ,୧l୧୨(ସନ୍ତୋଷ କୁମାର ନାୟକ): ମୃତ ଘୋଷିତ ବ୍ୟକ୍ତି ଘରକୁ ଫେରନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ବଙ୍ଗାଳପୁର ପଞ୍ଚାୟତ...

ଭାଇରାଲ ହେଉଛି ସେଜଲଙ୍କ ମା’ଙ୍କ ହାତଲେଖା ଚିଠି, ଏଥିରେ ଲେଖିଛନ୍ତି ସବୁଠୁ ବଡ଼ ଦୁଃଖ ସମୟରେ ମୁଁ ତୁମ…

ବାଲେଶ୍ୱର,୧ା୧୨: ସାମ୍ନାକୁ ଆସିଛି ସେଜଲଙ୍କ ପାଳିତ ମା’ଙ୍କ ଆବେଗଭରା ଚିଠି। ଏଥିରେ ସେ ଲେଖିଛନ୍ତି, ତୁମେ ଚାଲିଯାଉଥିବାରୁ ମୋ ହୃଦୟ କଷ୍ଟ ଓ ଯନ୍ତ୍ରଣାରେ ଭରିଯାଉଛି।...

ମହିଳା ଜନଶୁଣାଣି କାର୍ଯ୍ୟକ୍ରମ: ଶୁଣାଣି କଲେ ରାଷ୍ଟ୍ରୀୟ ମହିଳା ଆୟୋଗ ସଦସ୍ୟା

ବାଲେଶ୍ୱର, ୨୭।୧୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାପାଳଙ୍କ ଅଡିଟରିୟମ ହଲରେ ଗୁରୁବାରଏକ ଦିବସୀୟ ମହିଳା ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଜନଶୁଣାଣି କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ମହିଳା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri