ଦିବ୍ୟାଙ୍ଗ ପିଲାଙ୍କ ସହ ପର୍ଯ୍ୟଟନମନ୍ତ୍ରୀଙ୍କ ନୂଆବର୍ଷ

ଖଇରା, ୨।୧(ଡି.ଏନ.ଏ.)  ବାଲେଶ୍ୱର ଜିଲା ଖଇରା ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ଅଧୀନ କଣ୍ଟାବଣିଆସ୍ଥିତ କେଶବପୁରସ୍ତମ ମାନସିକ ଅନଗ୍ରସର ବିଦ୍ୟାଳୟ ପରିସରରେ ଦିବ୍ୟାଙ୍ଗ ପିଲାଙ୍କ ସହ ନୂଆବର୍ଷ ପାଳିଛନ୍ତି ସ୍ଥାନୀୟ ବିଧାୟକ ତଥା ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ। ଶନିବାର ଅପରାହ୍ନରେ ସେ ବିଦ୍ୟାଳୟକୁ ଯାଇ ପ୍ରଥମେ ଦିବ୍ୟାଙ୍ଗ ପିଲାଙ୍କ ସହ ଭାବର ଆଦାନ ପ୍ରଦାନ କରିବା ସହ ସେମାନଙ୍କୁ ଉତ୍ତରୀୟ ପ୍ରଦାନ କରିବା ସହ ଫଳ, ଚକୋଲେଟ ଓ ମାସ୍କ ବଣ୍ଟନ କରିଥିଲେ। ଏହି ଅବସରରେ ମନ୍ତ୍ରୀ ପାଣିଗ୍ରାହୀ ତାଙ୍କ ବକ୍ତବ୍ୟରେ ଉକ୍ତ ବିଦ୍ୟାଳୟର ଅନ୍ତେବାସୀଙ୍କ ପାଇଁ ସହାନୁଭୂତି ପ୍ରଦର୍ଶନ କରି ସୁରକ୍ଷା ପାଚେରି, ଶ୍ରେଣୀଗୃହ, ପାନୀୟ ଜଳ ବ୍ୟବସ୍ଥା ପ୍ରତି ଦୃଷ୍ଟି ଦେବାକୁ ପ୍ରତିଶ୍ରୁତି ଦେଇଥିଲେ। ପରେ ମନ୍ତ୍ରୀ ୩ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଶ୍ରେଣୀକକ୍ଷର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଗୋବିନ୍ଦପୁର ପଞ୍ଚାୟତର ଯୁବସଙ୍ଗଠକ ଅନନ୍ତ ପ୍ରସାଦ ବାରିକ, ପୂର୍ବତନ ସମବାୟ ବ୍ୟାଙ୍କ ପରିଚାଳକ ରବୀନ୍ଦ୍ର କୁମାର ବେହେରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ା ପ୍ରତିଷ୍ଠାତା କେଶବ ମହାପାତ୍ର ଓ ପ୍ରଧାନଶିକ୍ଷୟିତ୍ରୀ ମମତା କର ପ୍ରମୁଖ ବିଦ୍ୟାଳୟର ସମସ୍ୟା ସମ୍ପର୍କରେ ଅବଗତ କରିଥିଲେ। ସୁଶାନ୍ତ ମହାପାତ୍ର ମଞ୍ଚ ପରିଚାଳନା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ନାନା ସମସ୍ୟାରେ ଛନ୍ଦି ହୋଇଛି ବରି ହାଇସ୍କୁଲ, ମଧ୍ୟାହ୍ନଭୋଜନ ଅର୍ଥରେ କିଣାଯାଉଛି ଚକ୍‌ଖଡ଼ି

ସିମୁଳିଆ,୭ା୯(ସନ୍ତୋଷ ନାୟକ): ୨୦୨୪-୨୫ ଶିକ୍ଷାବର୍ଷରୁ ବାଲେଶ୍ୱର ଜିଲାରେ ପ୍ରଥମ ପିଏମ୍‌ଶ୍ରୀ ବିଦ୍ୟାଳୟର ମାନ୍ୟତା ପାଇଥିବା ସିମୁଳିଆ ବ୍ଲକର ବରି ହାଇସ୍କୁଲ ନାନା ସମସ୍ୟା ମଧ୍ୟରେ ଛନ୍ଦି ହୋଇରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri