ଅଧା ରହିଗଲା ସମଲେଶ୍ୱରୀ ଦର୍ଶନ, ଟୁରିଷ୍ଟ ବସ ଓଲଟି ୧୫ ଆହତ

ସମ୍ବଲପୁର, ୨୭।୧୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଜାତୀୟ ରାଜପଥ(୫୫) ଉପରେ ଗୁରୁବାର ଭୋରରେ ଏକ ଟୁରିଷ୍ଟ ବସ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଏଥିରେ ୧୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଅହତମାନଙ୍କ ମଧ୍ଯରୁ ୭ ଜଣଙ୍କୁ ସମ୍ବଲପୁର ଜିଲାମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ଥିବା ବେଳେ ଗୁରୁତର ଆହତ ୮ ଜଣଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବୁର୍ଲା ଭିମସାରରେ ଭର୍ତ୍ତି କରାଯାଇଛି ।

ମିଳିଥିବା ସୂଚନା ଅନୁସାରେ ଗତ ଶୁକ୍ରବାର ରାତିରେ ଏକ ବସ୍(ଓଡି-୦୨-ସିଏଲ୍-୦୮୫୦) ଭୁବନେଶ୍ବରରୁ ୧୭ ଜଣ ପର୍ଯ୍ଯଟକଙ୍କୁ ନେଇ ମାଁ ସମଲେଶ୍ୱରୀଙ୍କ ଦର୍ଶନ ପାଇଁ ସମ୍ବଲପୁର ଅଭିମୁଖେ ବାହାରିଥିଲା। ମାତ୍ର ସମ୍ବଲପୁର ପହଞ୍ଚିବା ପୂର୍ବରୁ ଶନିବାର ଭୋର ପ୍ରାୟ ୬ଟାରେ କଂସର ନିକଟରେ ରାସ୍ତାରେ ଥିବା ଏକ ପୋଲର ଗାର୍ଡୱାଲକୁ ଧକ୍କାଦେଇ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ବସରେ ଆହତ ଯାତ୍ରୀଙ୍କ କହିବା ଅନୁସାରେ ଭୋର ସମୟରେ ବସ୍ ଚାଳକଙ୍କ ଆଖି ଲାଗିଯିବାରୁ ବସଟି ରାସ୍ତାକଡ଼କୁ ଚାଲିଯାଇ ଏକ ପୋଲର ଗାର୍ଡୱାଲ ସହ ଧକ୍କା ହୋଇଥିଲା। ଖବରପାଇ ଯୁଯୋମୁରା ଥାନା ପୋଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ପ୍ରଥମେ ଯୁଯୋମୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା। ତେବେ ସେଠାରେ ପ୍ରାଥମିକ ଚିକିତ୍ସା ପରେ ସମସ୍ତଙ୍କ ବିଭିନ୍ନ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ଯୁଯୋମୁରା ପଲିସ ଦୁର୍ଘଟଣାଗ୍ରସ୍ତ ବସକୁ ଜବତ କରି ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ କରିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri