ବଡ଼ଘାଗରା ପର୍ଯ୍ୟଟନ କେନ୍ଦ୍ର ଅବହେଳିତ, ବିକାଶ ଦାବି

କେନ୍ଦୁଝର,୨୬ା୧୦(ସ୍ବ.ପ୍ର.): ବଡ଼ଘାଗରା ପର୍ଯ୍ୟଟନ କେନ୍ଦ୍ରକୁ ଅବହେଳା କରାଯାଉଥିବା ନେଇ ସ୍ଥାନୀୟ ଅଧିବାସୀମାନେ ଜିଲାପାଳଙ୍କୁ ଲିଖିତ ଦାବିପତ୍ର ପ୍ରଦାନ କରିଛନ୍ତି। ଏନେଇ ପଦକ୍ଷେପ ଗ୍ରହଣ କରିବାକୁ ସ୍ଥାନୀୟ ବଂଶପାଳ ବ୍ଲକ ଅନ୍ତର୍ଗତ ଡଙ୍ଗା ପାଣି, କଣ୍ଟା କୋଳି, ମେଦିନୀପୁର, ଭେଜିଡିହି ଗ୍ରାମର ଅଧିବାସୀମାନେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ପ୍ରତ୍ୟେକ ବର୍ଷ ହଜାର ହଜାର ସଂଖ୍ୟାରେ ଏହି ସ୍ଥାନ ଭ୍ରମଣ କରିବାକୁ ବିଭିନ୍ନ ସ୍ଥାନରୁ ପର୍ଯ୍ୟଟକମାନେ ଆସିଥିଲେ ହେଁ ଏନ୍‌ଏଚ୍‌ ୪୯( ଅଞ୍ଜର)ରୁ ବଡ଼ ଘାଗରାକୁ ଯାଇଥିବା ରାସ୍ତାର ଦୁରବସ୍ଥା ଯୋଗୁ ପର୍ଯ୍ୟଟକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବଣ ଜଙ୍ଗଲ ପରିବେଷ୍ଟିତ ଏହି ଅଞ୍ଚଳରେ ହାତୀ ଓ ଅନ୍ୟ ବନ୍ୟପ୍ରାଣୀଙ୍କ ଚଳପ୍ରଚଳ ରହିଛି। ଏଣୁ ରାସ୍ତା ବିପର୍ଯ୍ୟସ୍ତ ହୋଇ ପଡ଼ିଥିବାରୁ ବିପଦପୂର୍ଣ୍ଣ ଅବସ୍ଥାରେ ଯିବା ଆସିବା କରିବାକୁ ପଡୁଛି। ସେହିପରି ଡ୍ୟାମକୁ ଯିବା ପାଇଁ ଅନ୍ୟ ଏକ ଏନ୍‌ଏଚ୍‌ ୪୯ରୁ ଡଙ୍ଗାପାଣି ଗ୍ରାମ ରାସ୍ତା ମଧ୍ୟ ବିପର୍ଯ୍ୟସ୍ତ ହୋଇ ପଡ଼ିଥିବାରୁ ଯାତାୟାତରେ ସମସ୍ୟା ସୃଷ୍ଟି ହେଉଛି। ନିକଟରେ ଥିବା ସାନ ଘାଗରା କେନ୍ଦ୍ରର ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଥିବା ବେଳେ ଏହାକୁ ଅଣଦେଖା କରାଯାଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।

ବଡ଼ଘାଗରା ଜଳ ପ୍ରପାତ ରହିଥିବା ବେଳେ ଡ୍ୟାମ୍‌ ତଥା ପାହାଡ଼ ଜଙ୍ଗଲ ପରିବେଶ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ସେହିପରି ଏଠାରେ ରହିଛି ଏକ ଶିବ ମନ୍ଦିର। ଏହା ନିକଟରେ ରହିଛି ପ୍ରଥମ ଜଳ ବିଦ୍ୟୁତ୍‌ ଉତ୍ପାଦନ କେନ୍ଦ୍ର ଅନ୍ୟତମ ଆକର୍ଷଣ, ରକ୍ଷଣାବେକ୍ଷଣ ଅଭାବରୁ ଯାହାକି ଦୀର୍ଘବର୍ଷ ହେଲା ଅଚଳ ହୋଇପଡ଼ିଛି। ଏହା ଛଡ଼ା ଏଠାରେ ବର୍ଷା ଓ ଖରା ଦିନରେ ଆଶ୍ରୟ ନେବାକୁ ବିଶ୍ରାମ ଗୃହ ନାହିଁ କିମ୍ବା ଆଲୋକ ବ୍ୟବସ୍ଥା ନାହିଁ। ପର୍ଯ୍ୟଟକଙ୍କ ପାଇଁ ପାନୀୟ ଜଳ, ଖାଦ୍ୟ ଆଦି ବ୍ୟବସ୍ଥା ମଧ୍ୟ ନାହିଁ। ପିକ୍‌ନିକ୍‌ ଋତୁରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଲୋକ ଆସିଥାନ୍ତି କିନ୍ତୁ ସୁବ୍ୟବସ୍ଥା ନ ଥିବାରୁ ନିରାଶ ହୋଇ ଫେରିଥାନ୍ତି ବୋଲି ଗ୍ରାମବାସୀ କହିଛନ୍ତି। ଏଣୁ ଏ ସବୁର ସମାଧାନ କରିବାକୁ ଦାବି କରିଛନ୍ତି। ବାବା ରାମେଶ୍ବର ମନ୍ଦିର ଟ୍ରଷ୍ଟ ଧରଣୀର ସଭାପତି ଧର ପରିହାଳଙ୍କ ନେତୃତ୍ୱରେ ଗ୍ରାମବାସୀ ଏହି ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri