ପୁରୀରେ ପର୍ଯ୍ୟଟକ ଦମ୍ପତିଙ୍କୁ ମାଡ଼

ପୁରୀ ଅଫିସ,୨।୨: ପଶ୍ଚିମବଙ୍ଗରୁ ପୁରୀ ଆସିଥିବା ପର୍ଯ୍ୟଟକ ଦମ୍ପତିଙ୍କୁ ସୋମବାର ମାଡ଼ ମରାଯାଇଛି। ଏ ନେଇ ସମୁଦ୍ରକୂଳ ଥାନାରେ ଲିଖିତ ଅଭିଯୋଗ ହୋଇଛି। ପୋଲିସ ଏହି ଘଟଣାର ତଦନ୍ତ ଚଳାଇଥିଲେ ବି ଅଭିଯୁକ୍ତଙ୍କୁ ଗିରଫ କରିପାରିନାହିଁ।
ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗ ଆସାନସୋଲ୍‌ର ରାଖୋରିଆ ମୁନ୍ସି ଓ ତାଙ୍କ ସ୍ତ୍ରୀ ମନୀଷା ମୁନ୍ସି ପୁରୀ ବୁଲିବାକୁ ଆସି ଏକ ହୋଟେଲରେ ରହିଥିଲେ। ଦୁହେଁ ଟ୍ରାଭେଲ ସଂସ୍ଥା ମାଧ୍ୟମରେ ଟିକେଟ୍‌ ବୁକ୍‌ କରି ସୋମବାର ଏକ ବସ୍‌ ଯୋଗେ ଚିଲିକା ବୁଲିବାକୁ ଯାଇଥିଲେ। ତେବେ ଫେରିବା ବେଳେ ତାଙ୍କୁ ପୁରୀ ଅର୍ବାନ ହାଟ ନିକଟରେ ଛାଡ଼ିବା ବଦଳରେ ବସ୍‌ ଡ୍ରାଇଭର ଅନ୍ୟତ୍ର ଓହ୍ଲାଇ ଦେଇଥିଲେ। ମୁନ୍ସି ଦମ୍ପତି ଏହାକୁ ବିରୋଧ କରିବା ସହ ସେମାନଙ୍କୁ ଗନ୍ତବ୍ୟସ୍ଥଳରେ ଛାଡ଼ିବା ପାଇଁ କହିଥିଲେ ମଧ୍ୟ ବସ୍‌ ଡ୍ରାଇଭର ଶୁଣି ନ ଥିଲେ। ଓଲଟା ତାଙ୍କୁ ମାଡ଼ ମାରିଥିଲେ। କେବଳ ଏହି ଦମ୍ପତି ନୁହେଁ ବରଂ ଅଧିକାଂଶ ଯାତ୍ରୀ ସମାନ ଅଭିଯୋଗ ଆଣି ସମ୍ପୃକ୍ତ ବସ୍‌ ଡ୍ରାଇଭରଙ୍କ ସହ ଯୁକ୍ତିତର୍କ କରିଥିଲେ। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବାରୁ ପିସିଆର୍‌ ଭ୍ୟାନ ପହଞ୍ଚି ଆକ୍ରମଣର ଶିକାର ହୋଇଥିବା ଦମ୍ପତିଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ପରେ ଏ ନେଇ ସମୁଦ୍ରକୂଳ ଥାନାରେ ସମ୍ପୃକ୍ତ ଦମ୍ପତି ଏତଲା ଦେଇଛନ୍ତି। ସିଟି ଡିଏସ୍‌ପି କ୍ଷୀରସାଗର ନାୟକ କହିଛନ୍ତି ଯେ, ଘଟଣାର ତଦନ୍ତ ଚାଲିଛି। ଡ୍ରାଇଭର ଫେରାର ଥିବାରୁ ତାଙ୍କୁ ଧରିବା ଲାଗି ପୋଲିସର ଏକ ଟିମ୍‌ ଖୋଜାଖୋଜି ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri