ପାରାଦୀପରେ ପର୍ଯ୍ୟଟକଙ୍କ ଭିଡ଼

ପାରାଦୀପ,୨୯ା୧୨(ସ୍ବ.ପ୍ର.): ୨୦୨୨ ବର୍ଷର ଶେଷ ବୁଧବାର ପାରାଦୀପ ଦୁଇଟି ଘଟଣା ପାଇଁ ଚର୍ଚ୍ଚାର ପରିସରକୁ ଆସିଛି। ପାରାଦୀପରେ ରେକର୍ଡ ସଂଖ୍ୟକ ପର୍ଯ୍ୟଟକଙ୍କ ଭିଡ ଦେଖିବାକୁ ମିଳିଛି। ବିଶେଷକରି ନେହେରୁ ବଙ୍ଗଳା ମହାନଦୀ ମୁହାଣ ଅଞ୍ଚଳରେ ହଜାରରୁ ଅଧିକ ପର୍ଯ୍ୟଟକ ଭୋଜି କରିଛନ୍ତି। ନିକଟସ୍ଥ ମନ୍ମଦ ଉଦ୍ୟାନରେ ୫୦୦ରୁ ଅଧିକ ସ୍ଥାନରେ ଭୋଜି ହୋଇଛି। ଏହାବ୍ୟତୀତ ସମୁଦ୍ର ବେଳାଭୂମି, ସାମୁଦ୍ରିକ ଜଳଜୀବ ସଂଗ୍ରହାଳୟ, ୫ ନଂ. ଗେଟ୍‌ ପାଖ ବନ୍ଦର ନିଷିଦ୍ଧାଞ୍ଚଳର ପଣ୍ୟବାହୀ ଜାହାଜ ଦେଖିବା ପାଇଁ ପର୍ଯ୍ୟଟକ ରାତି ପର୍ଯ୍ୟନ୍ତ ଭିଡ ଲଗାଇଥିବା ଦେଖିବାକୁ ମିଳିଛି। ଅପରପକ୍ଷେ ପାରାଦୀପର ଅଠରବାଙ୍କିଠାରୁ ଦୋଛକି ଏବଂ ଅଠରବାଙ୍କିଠାରୁ ନେହେରୁ ବଙ୍ଗଳା ରାସ୍ତା ପଣ୍ୟବାହୀ ଭାରୀଯାନ ଯୋଗୁ ଦିନ ତମାମ ଟ୍ରାଫିକ ବ୍ୟବସ୍ଥା ଅନିୟନ୍ତ୍ରିତ ହୋଇପଡିଥିଲା। ବିଶେଷକରି ଅଠରବାଙ୍କି ଦୋଛକି ୩ ଥାକିଆ ରାସ୍ତାର ୨ ରାସ୍ତା ମଙ୍ଗଳବାର ରାତି ୧୧ଟାରୁ ବୁଧବାର ସକାଳ ଯାଏ ସମ୍ପୂର୍ଣ୍ଣ ଜାମ୍‌ ହୋଇଥିଲା। ସେହି ରାସ୍ତାରେ ଫଶିଥିବା ଅନେକ ଲୋକ ରାତିତମାମ ଗାଡିରେ ରହିଥିଲେ ବୋଲି ପାରାଦୀପର ଶ୍ରୀକାନ୍ତ ପରିଡା ଅଭିଯୋଗ କରିଛନ୍ତି। ମଙ୍ଗଳବାର ରାତିରେ କେତେଗୋଟି ଭାରୀଯାନ ଓଭରଟେକ୍‌ କରି ମଝି ରାସ୍ତାରେ ପଶିଯିବାରୁ ରାସ୍ତା ଜାମ୍‌ ହୋଇଯାଇଥିଲା ବୋଲି ଲକ୍‌ ଥାନା ଅଧିକାରୀ ଭାବଗ୍ରାହୀ ରାଉତ କୁହଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri