ଯମୁନା’ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ପର୍ଯ୍ୟଟକ: ଅଞ୍ଚଳବାସୀଙ୍କ ମଧ୍ୟରେ ଭୟର ବାତାବରଣ 

ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଅଞ୍ଚଳରେ ଅବସ୍ଥିତ ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଆଖପାଖ ସ୍ଥାନରେ ମହାବଳ ବାଘୁଣୀ ‘ଯମୁନା’କୁ ନେଇ ଆତଙ୍କ ଖେଳିଯାଇଛି। ଜଣେ ପର୍ଯ୍ୟଟକ ଯମୁନାର ଆକ୍ରମଣରୁ ଅଳ୍ପକେ ବର୍ତ୍ତିଯାଇଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ପର୍ଯ୍ୟଟକମାନେ ମଧ୍ୟ ଜଙ୍ଗଲରେ ପ୍ରବେଶ କରିବାକୁ ସୁରକ୍ଷିତ ମଣୁ ନାହାନ୍ତି।
ସୂଚନା ଅନୁଯାୟୀ, ମହାରାଷ୍ଟ୍ରରୁ ମୟୂରଭଞ୍ଜ ଆସିଥିବା ଯମୁନାକୁ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଅଞ୍ଚଳରେ ଛଡ଼ାଯାଇଛି। ଗତ ୯ ତାରିଖରେ ଏନ୍‌କ୍ଲୋଜରରୁ ଯମୁନା ମୁକୁଳିବା ପରେ ଜଙ୍ଗଲ ମଧ୍ୟରେ ଚଳପ୍ରଚଳ ଆରମ୍ଭ କରିଥିଲା। ନିଜର ସୁରକ୍ଷିତ ସ୍ଥାନ ବାଛିବାକୁ ଯାଇ ପାହାଡ଼ ପରେ ପାହାଡ଼ ଚଢ଼ିବା ସହ ଏକ ପର୍ଯ୍ୟଟନସ୍ଥଳୀରେ ପହଞ୍ଚତ୍ଥିବା ନେଇ ପ୍ରତ୍ୟକ୍ଷଦର୍ଶୀ ପ୍ରକାଶ କରିଛନ୍ତି। ଏହି ସମୟରେ ଯମୁନା ଜଣେ ପର୍ଯ୍ୟଟକଙ୍କ ଉପରୁ ଲମ୍ଫ ପ୍ରଦାନ କରିବା ବେଳେ ପାଟିତୁଣ୍ଡ କରିବାରୁ ସେଠାରୁ ସେ ପଳାଇଯାଇଥିଲା। ଫଳରେ ସେଠାରେ ଉପସ୍ଥିତ ପର୍ଯ୍ୟଟକମାନେ ବାଘୁଣୀ ଭୟରେ ଜଙ୍ଗଲ ମଧ୍ୟରୁ ବାହାରକୁ ପଳାଇ ଆସିଥିଲେ। ଉକ୍ତ ପର୍ଯ୍ୟଟନସ୍ଥଳୀ ନିକଟ ପାଦଚଲା ରାସ୍ତାରେ ବନ କର୍ମଚାରୀମାନେ ଉପସ୍ଥିତ ରହି ପର୍ଯ୍ୟଟକମାନଙ୍କୁ ସତର୍କ କରୁଥିବା ସୂଚନା ମିଳଛି।
ଯମୁନା ଦେହରେ ଲାଗିଥିବା ରେଡିଓ କଲାର ମାଧ୍ୟମରେ ବନ ବିଭାଗର ସ୍ବତନ୍ତ୍ର ଟିମ୍‌ ତା’ର ଗତିବିଧି ଉପରେ ନଜର ରଖିଥିବା କହୁଥିବା ବେଳେ ସହଜ ଖାଦ୍ୟ ଅନ୍ବେଷଣ ଭଳି ସ୍ଥାନ ଚିହ୍ନଟ କରିବା ପରିବର୍ତ୍ତେ ଯମୁନା ବିସ୍ତୀର୍ଣ୍ଣ ଜଙ୍ଗଲରେ ଏପଟସେପଟ ଘୂରି ବୁଲୁଛି।  ଶିକାର କରି ନ ପାରି ଜନବସତି ମୁହଁା ହେଉଥିବା ଜଣାପଡ଼ିଛି।  ଯମୁନା ଗଁା ଗଣ୍ଡାରେ ପ୍ରବେଶ କଲେ ତା’ର ଜୀବନ ପ୍ରତି ବିପଦ ସୃଷ୍ଟି ହୋଇପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri