ଯମୁନା’ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ପର୍ଯ୍ୟଟକ: ଅଞ୍ଚଳବାସୀଙ୍କ ମଧ୍ୟରେ ଭୟର ବାତାବରଣ 

ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଅଞ୍ଚଳରେ ଅବସ୍ଥିତ ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଆଖପାଖ ସ୍ଥାନରେ ମହାବଳ ବାଘୁଣୀ ‘ଯମୁନା’କୁ ନେଇ ଆତଙ୍କ ଖେଳିଯାଇଛି। ଜଣେ ପର୍ଯ୍ୟଟକ ଯମୁନାର ଆକ୍ରମଣରୁ ଅଳ୍ପକେ ବର୍ତ୍ତିଯାଇଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ପର୍ଯ୍ୟଟକମାନେ ମଧ୍ୟ ଜଙ୍ଗଲରେ ପ୍ରବେଶ କରିବାକୁ ସୁରକ୍ଷିତ ମଣୁ ନାହାନ୍ତି।
ସୂଚନା ଅନୁଯାୟୀ, ମହାରାଷ୍ଟ୍ରରୁ ମୟୂରଭଞ୍ଜ ଆସିଥିବା ଯମୁନାକୁ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଅଞ୍ଚଳରେ ଛଡ଼ାଯାଇଛି। ଗତ ୯ ତାରିଖରେ ଏନ୍‌କ୍ଲୋଜରରୁ ଯମୁନା ମୁକୁଳିବା ପରେ ଜଙ୍ଗଲ ମଧ୍ୟରେ ଚଳପ୍ରଚଳ ଆରମ୍ଭ କରିଥିଲା। ନିଜର ସୁରକ୍ଷିତ ସ୍ଥାନ ବାଛିବାକୁ ଯାଇ ପାହାଡ଼ ପରେ ପାହାଡ଼ ଚଢ଼ିବା ସହ ଏକ ପର୍ଯ୍ୟଟନସ୍ଥଳୀରେ ପହଞ୍ଚତ୍ଥିବା ନେଇ ପ୍ରତ୍ୟକ୍ଷଦର୍ଶୀ ପ୍ରକାଶ କରିଛନ୍ତି। ଏହି ସମୟରେ ଯମୁନା ଜଣେ ପର୍ଯ୍ୟଟକଙ୍କ ଉପରୁ ଲମ୍ଫ ପ୍ରଦାନ କରିବା ବେଳେ ପାଟିତୁଣ୍ଡ କରିବାରୁ ସେଠାରୁ ସେ ପଳାଇଯାଇଥିଲା। ଫଳରେ ସେଠାରେ ଉପସ୍ଥିତ ପର୍ଯ୍ୟଟକମାନେ ବାଘୁଣୀ ଭୟରେ ଜଙ୍ଗଲ ମଧ୍ୟରୁ ବାହାରକୁ ପଳାଇ ଆସିଥିଲେ। ଉକ୍ତ ପର୍ଯ୍ୟଟନସ୍ଥଳୀ ନିକଟ ପାଦଚଲା ରାସ୍ତାରେ ବନ କର୍ମଚାରୀମାନେ ଉପସ୍ଥିତ ରହି ପର୍ଯ୍ୟଟକମାନଙ୍କୁ ସତର୍କ କରୁଥିବା ସୂଚନା ମିଳଛି।
ଯମୁନା ଦେହରେ ଲାଗିଥିବା ରେଡିଓ କଲାର ମାଧ୍ୟମରେ ବନ ବିଭାଗର ସ୍ବତନ୍ତ୍ର ଟିମ୍‌ ତା’ର ଗତିବିଧି ଉପରେ ନଜର ରଖିଥିବା କହୁଥିବା ବେଳେ ସହଜ ଖାଦ୍ୟ ଅନ୍ବେଷଣ ଭଳି ସ୍ଥାନ ଚିହ୍ନଟ କରିବା ପରିବର୍ତ୍ତେ ଯମୁନା ବିସ୍ତୀର୍ଣ୍ଣ ଜଙ୍ଗଲରେ ଏପଟସେପଟ ଘୂରି ବୁଲୁଛି।  ଶିକାର କରି ନ ପାରି ଜନବସତି ମୁହଁା ହେଉଥିବା ଜଣାପଡ଼ିଛି।  ଯମୁନା ଗଁା ଗଣ୍ଡାରେ ପ୍ରବେଶ କଲେ ତା’ର ଜୀବନ ପ୍ରତି ବିପଦ ସୃଷ୍ଟି ହୋଇପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri