ସୋରଡ଼ାକୁ ଛୁଟୁଛି ପର୍ଯ୍ୟଟକଙ୍କ ସୁଅ

ସୋରଡ଼ା,୨୭ା୧୧(ଡି.ଏନ୍‌.ଏ.): ସାରା ରାଜ୍ୟର ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଭିଡ଼ ଏବେ ସୋରଡ଼ା ଅଞ୍ଚଳରେ ଦେଖାଯାଇଛି। ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକଙ୍କ ସୁଅ ଛୁଟିଥିବା ବେଳେ ସୋରଡ଼ା ଦେଇ ପର୍ଯ୍ୟଟକମାନେ ଯିବାଆସିବା କରିଥାନ୍ତି। ଯିବା ସମୟରେ ଏଠାକାର ପାହାଡ଼ ଉପର ଖୁଣ୍ଟେଶରୀ ମନ୍ଦିର,ସିଦ୍ଧେଶ୍ୱର ମନ୍ଦିର ତଥା ଚତୁଃପାର୍ଶ୍ୱରେ ସବୁଜିମା ପରିବେଶ,ପାହାଡ଼ ଉପରୁ ବୃହତ ଜଳଭଣ୍ଡାର ଦୃଶ୍ୟ, ଶିଶୁଉଦ୍ୟାନ ସମସ୍ତଙ୍କୁ ଆକୃଷ୍ଟ କରୁଛି। ନିକଟ ଭଗବାନପୁର ପାର୍ଶ୍ୱ ହୁଲୁହୁଳା ଜଳପ୍ରପାତ ପ୍ରଭୃତିରେ ବଣଭୋଜିର ମଜା ଉଠାଉଛନ୍ତି ପର୍ଯ୍ୟଟକ। ସବୁ ଅଞ୍ଚଳରୁ ଏଠାକୁ ଆଗମନ ଯୋଗୁ ହୋଟେଲ ବ୍ୟବସାୟୀ, ଚା’ ଦୋକାନୀଙ୍କ ବ୍ୟବସାୟ ବଢ଼ିଛି। ରାଜ୍ୟର ଭୁବନେଶ୍ବର,କଟକ,ବ୍ରହ୍ମପୁର ସମେତ ସବୁ ଜିଲା ଓ ପଶିମବଙ୍ଗର ପର୍ଯ୍ୟଟକମାନଙ୍କ ବହୁ ମାତ୍ରାରେ ୨୪ ଘଣ୍ଟିଆ ରାସ୍ତା ଚଳଚଞ୍ଚଳ ରହୁଛି। ଏଥିପାଇଁ ପୋଲିସ ପକ୍ଷରୁ ରାତ୍ରକାଳୀନ ପାଟ୍ରୋଲିଂକୁ କଡ଼ାକଡ଼ି କରାଯାଇଛି। ମୁଣ୍ଡମରାଇଠାରୁ ଗଜଲବାଡ଼ି ପର୍ଯ୍ୟନ୍ତ ୪୫ କିମି ଜାତୀୟ ରାଜପଥରେ ଧୀରଗତିରେ ଗାଡ଼ି ଚାଳନା ପାଇଁ କୁହାଯାଉଛି। ସବୁସ୍ଥାନରେ ବଣଭୋଜିର ଆୟୋଜନ ସାଙ୍ଗକୁ ନୃତ୍ୟ ଗୀତର ଆସର ଚାଲିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?