ତୁଷାରପାତକୁ ଖାତିର ନ କରି ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ସଂଖ୍ୟା: ଗୋଟିଏ ଦିନରେ ଆୟ ହୋଇଛି…

ଦାରିଙ୍ଗବାଡ଼ି,୧୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼। ରବିବାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଦାରିଙ୍ଗବାଡ଼ିର ହିଲଭିୟୁ ପାର୍କ ସମେତ ଲଭର୍ସ ପଏଣ୍ଟ, ମିଡିୟୁବାନ୍ଦା ଜଳପ୍ରପାତ, କଫି ବଗିଚା, ଡ଼ୁଲୁରୀ ପାଇନ ବଣ, କିସୁବାଡ଼ି ଜଳପ୍ରପାତ, ଶାନ୍ତି ଉପତ୍ୟକା ସମେତ ପ୍ରକୃତି ଉଦ୍ୟାନ ଓ ବିଭିନ୍ନ ସ୍ଥାନରେ ବୁଲିଥିବା ଜଣାପଡ଼ିଛି। କେବଳ କଫି ବଗିଚା ଓ ହିଲଭିୟୁ ପାର୍କରେ ପର୍ଯ୍ୟଟକଙ୍କଠାରୁ ୫୦ ହଜାର ଆୟ ହୋଇଥିବା ବ୍ଲକ ପ୍ରଶାସନ ସୂତ୍ରରୁ ଜଣାପଡ଼ିଛି। ଅନ୍ୟ ପର୍ଯ୍ୟଟନ କ୍ଷେତ୍ରରେ ମଧ୍ୟ ସେହିପରି ଆୟ ହୋଇଥାଇପାରେ କୌଣସି ରିପୋର୍ଟ ହସ୍ତଗତ ହୋଇ ନ ଥିବା ବିଡିଓ ପ୍ରୀତିରଞ୍ଜନ ରଥ କହିଛନ୍ତି। ତେବେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକ ଶୀତର ମଜା ନେବାକୁ ଦାରିଙ୍ଗବାଡ଼ିରେ ପହଞ୍ଚିଥିବା ଜଣାପଡ଼ିଛି।

ଆଗକୁ ଆହୁରି ଛୁଟି ଦିନମାନଙ୍କରେ ପର୍ଯ୍ୟଟକଙ୍କ ଭିଡ଼ ଜମିବା ଆଶଙ୍କା କରାଯାଇଛି। ସେହିପରି ଗତ ୫ ଦିନ ହେଲା ଅଞ୍ଚଳରେ ତୁଷାରପାତ ଜାରି ରହିଛି। ଏଥିସହ ତାପମାତ୍ରା ୬ ଡିଗ୍ରୀ ରହିଛି। ଧାନ ବିଲ, ଖୋଲା ପଡ଼ିଆରେ ଏହି ତୁଷାରପାତ ଜାରି ରହିଛି। ପ୍ରବଳ ଶୀତ ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଉଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ କରି…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକୁ ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଅବସର ନେଲେ ରାଜେନ୍ଦ୍ର କୁମାର, କେଏସୟୁବିର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ କୁମୁନ୍ଦ ମହାପାତ୍ର

ଭଞ୍ଜନଗର,୩୧।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷ ପଦବୀରୁ ଶନିବାର ଅବସର ନେଇଛନ୍ତି। ଏନେଇ ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri