ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିଲେ ପଶ୍ଚିମବଙ୍ଗର ୪ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ ୨୩/୧୨( ଅଜିତ୍ କୁମାର ମହାନ୍ତି): ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ ଆସି ସମୁଦ୍ରରେ ସ୍ନାନ କରିବା ସହ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି । ତେବେ ପ୍ରତ୍ୟେକ ଦିନ ପର୍ଯ୍ୟଟକ ମାନେ ବେଳାଭୂମିରେ ସ୍ନାନ କରିବା ସମୟରେ ଛୋଟ ମୋଟ ଅଘଟଣ ଦେଖିବାକୁ ମିଳୁଛି। ସୋମବାର ୪ଜଣ ପର୍ଯ୍ୟଟକ ସମୁଦ୍ରରେ ସ୍ନାନ କରୁଥିବା ସମୟରେ ଭାସି ଯାଇଥିଲେ। ସେମାନଙ୍କୁ ଲାଇଫଗାର୍ଡମାନେ ଉଦ୍ଧାର କରିଛନ୍ତି।

ଭାସି ଯାଇଥିବା ପର୍ଯ୍ୟଟକମାନେ ହେଲେ ପଶ୍ଚିମବଙ୍ଗ ୨୪ ପ୍ରଙ୍ଗଣାର ନାରାୟଣ ସାହା ନିଳାଦ୍ରି ସାହା, ସାଇନାଥ ସାହା ଓ ସାମର୍ଥ ସାହା। ମିଳିଥିବା ସୂଚନା ଅନୁଯାୟୀ ୪ ଜଣ ଯାକ ସୋମବାର ଅପରାହ୍ନରେ ସେକ୍ଟର ୯ ଅଞ୍ଚଳରେ ସ୍ନାନ କରୁଥିବା ବେଳେ ଏକ ବଡ଼ ଲହଡିରେ ସମୁଦ୍ର ଭିତରକୁ ଭାସି ଯାଇଥିଲେ । ତେବେ ସେଠାରେ ଉପସ୍ଥିତ ଥିବା ଲାଇଫଗାର୍ଡମାନେ ସମୁଦ୍ର ମଧ୍ୟକୁ ଯାଇ ଭାସିଯାଉଥିବା ପର୍ଯ୍ୟଟକମାନଙ୍କୁ ଉଦ୍ଧାର କରି କୂଳକୁ ଆଣିଥିଲେ । ଯଦି କହିବା ଏକ ବଡ଼ ଦୁର୍ଘଟଣା ଟଳିଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?