ଇକୋ ରିଟ୍ରିଟରେ ପର୍ଯ୍ୟଟକଙ୍କ ସୁରକ୍ଷାକୁ ନେଇ ସଚେତନତା

ଦାରିଙ୍ଗବାଡ଼ି,୯।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକଠାରେ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆରମ୍ଭ ହୋଇଥିବା ଇକୋ ରିଟ୍ରିଟରେ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏହିକ୍ରମରେ ଗୁରୁବାର ଅଗ୍ନିଶମ ବିଭାଗ ପକ୍ଷରୁ ଅଗ୍ନି ନିରାପତ୍ତା ସମ୍ପର୍କରେ ଇକୋ ରିଟ୍ରିଟରେ କାର୍ଯ୍ୟରତ ସିକ୍ୟୁରିଟି ଗାର୍ଡ଼ ସମେତ ଅଗ୍ନିଶମ ବିଭାଗର ସମସ୍ତ କର୍ମଚାରୀଙ୍କୁ ନିଆଁରୁ ନିଜେ ସୁରକ୍ଷିତ ରହିବା ସହ ପର୍ଯ୍ୟଟକଙ୍କୁ କିଭଳି ସୁରକ୍ଷା ଦିଆଯାଇପାରିବ ସେନେଇ ସଚେତନ କରାଯାଇଥିଲା। ଏପରି କି ରୋଷେଇ ସମୟରେ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗିଲେ କିଭଳି ଆୟତ୍ତ କରାଯିବ ସେ ନେଇ ପ୍ରଦର୍ଶନୀ ମାଧ୍ୟମରେ ବୁଝାଯାଇଥିଲା।
ଏପରି କି ଇକୋ ରିଟ୍ରିଟରେ ସ୍ବତନ୍ତ୍ର ଦାୟିତ୍ୱରେ ଥିବା ବିଭାଗର ଷ୍ଟେଶନ ଅଧିକାରୀ ଚିନ୍ମୟ କୁମାର ବାରିକଙ୍କ ତତ୍ତ୍ୱାବଧାନରେ ଇକୋ ରିଟ୍ରିଟରେ ପର୍ଯ୍ୟଟକଙ୍କ ପାଇଁ କରାଯାଇଥିବା କଟେଜ ସମେତ ଡାଇନିଂ ହଲ୍‌, ରିସେପସନ, ଶିଶୁ ପର୍ଯ୍ୟଟକ ଅଞ୍ଚଳ ଆଦି କିଭଳି ନିଆଁ ଦାଉରୁ ସୁରକ୍ଷିତ ରହିବ ସେନେଇ ତାଲିମ ପ୍ରଦାନ କରାଯାଇଥିଲା। ଫାୟାର ମ୍ୟାନ୍‌ ଚକ୍ରଧର କହଁର, ଦିଲୀପ ମହାନନ୍ଦ ପ୍ରମୁଖ ନିଆଁକୁ ଆୟତ୍ତ କରିବାର କୌଶଳ ପ୍ରଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri