ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଲୋକେ ଭୟଭୀତ ଅବସ୍ଥାରେ ରହୁଛନ୍ତି। ଏଥିସହ ଗୃହପାଳିତ ପ୍ରାଣୀ ମାନେ ମଧ୍ୟ ବିପଦରେ ପଡିଛନ୍ତି। ଏହିଭଳି ପରିସ୍ଥିତିରେ ବୁଧବାର ରାତିରେ କେନ୍ଦ୍ରୀୟ ବନାଞ୍ଚଳ କାଳିଆମ୍ବା ସେକ୍ସନ ପୁରୁଣାପାଣି ବଞ୍ଜର ମାଳରେ ଥିବା ଡମ୍ବ ପାତ୍ରଙ୍କ ଗାଇ କୁହାଁରରେ ଦନ୍ତା ହାତୀ ଭଙ୍ଗା ରୁଜା କରିଛି। ଏଥିସହ କାଳିଆମ୍ବାର ପୁର୍ଣ ନାୟକଙ୍କ ଗୋଟେ ଗାଈକୁ ଦନ୍ତା ଆକ୍ରମଣ କରିଛି।

ସେହିଭଳି ପୁରୁଣାପାଣିର ନିଳକଣ୍ଠ ପରିଡା ଓ ରଞ୍ଜନ ପରିଡାଙ୍କ ଗୋଟିଏ ଲେଖାଏ ଗାଈ ଦନ୍ତା ହାତୀ ଆକ୍ରମଣରେ ଗୁରୁତର ଭାବେ ଆହତ ହୋଇଛି। ଉପର ମଳାସପଦରର ଗଙ୍ଗା ନାୟକଙ୍କ ଏକ ଗାଈ ମଧ୍ୟ ହାତୀ ଆକ୍ରମଣରେ ଗୁରୁତର ଭାବେ ଆହତ ହୋଇଛି। ଏହି ଘଟଣାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଖବର ପାଇ ଡିଏଫଓ ହିମାଂଶୁ ଶେଖର ମହାନ୍ତି, ରେଞ୍ଜର ପୃଥିବୀ ରାଜ ପ୍ରଧାନ ଘଟଣାର ତଦନ୍ତ କରୁଛନ୍ତି । ଏଥିସହ ଏକ ସତନ୍ତ୍ର ଟିମ ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛି। ବୁଧବାର ସୁଦ୍ଧା ଏହି ବନଖଣ୍ଡରେ ୪୪ଟି ହାତୀ ଅଛି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମ ଗୁଡିକରେ ବ୍ୟାପକ ଫସଲ କ୍ଷତି କରୁଛନ୍ତି। ଏଥିସହ ଘରଦ୍ୱାର ଭାଙ୍ଗୁଛନ୍ତି। ଏହି ସମୟରେ ଲୋକଙ୍କୁ ମଧ୍ୟ ଆକ୍ରମଣ କରୁଛନ୍ତି। ଚକରା ଘାଟି ରାସ୍ତା ବର୍ତ୍ତମାନ ପର୍ଯ୍ୟଟକଙ୍କ ପାଇଁ ବିପଦ ସାଜିଛି। ଉକ୍ତ ରାସ୍ତାରେ ହାତୀ ବାରମ୍ବାର ଚଳପ୍ରଚଳ କରୁଛନ୍ତି। ମଙ୍ଗଳବାର ହାତୀପଲ ଘାଟିରେ ବ୍ୟାପକ ଭଙ୍ଗାରୁଜା କରୁଛନ୍ତି। ଏଥିସହ ଘାଟି ପରିଦର୍ଶନରେ ଯାଉଥିବା ଲୋକଙ୍କ ସହ ହାତୀପଲ ମୁହାଁମୁହିଁ ହୋଇଛନ୍ତି। ତେଣୁ ଉକ୍ତ ରାସ୍ତା ବର୍ତ୍ତମାନ ପର୍ଯ୍ୟଟକଙ୍କ ପାଇଁ ସୁରକ୍ଷିତ ନୁହେଁ। ଘାଟିରେ କାମ କରୁଥିବା ଶ୍ରମିକ ମାନେ ମଧ୍ୟ ଭୟଭୀତ ଅବସ୍ଥାରେ କାମ କରୁଛନ୍ତି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସାଧାରଣରେ ଦାବି ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri