ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଟିଣ୍ଡିବାଲି ପାହାଡ଼: ପଥରକୁ ପିଟିଲେ ଶୁଭୁଛି ଘଣ୍ଟ ଶବ୍ଦ

ଦାରିଙ୍ଗବାଡି,୧୯।୧(ଡି.ଏନ.ଏ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ଜଣାଶୁଣା। ଅନେକ ପର୍ଯ୍ୟଟନସ୍ଥଳୀ ତଥା ମିଡିୟୁନ୍ଦା ଜଳ ପ୍ରପାତ ସମେତ ନେଚର ଲଭର୍ସ ପଏଣ୍ଟ, ପାଟାନ୍ଧା ଜଳପ୍ରପାତ, ଶାନ୍ତି ଉପତ୍ୟକା, କଫି ବଗିଚା ଆଦି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି। ତେବେ ଏପରି କିଛି ସ୍ଥାନ ଏବେ ପର୍ଯ୍ୟଟକଙ୍କ ନଜରକୁ ଆସିଛି ଯାହା କେବଳ ଅନୁସୂଚିତ ଜନଜାତି ସାମ୍ପ୍ରଦାୟଙ୍କ ନିକଟରେ ଇତିହାସ ହୋଇରହିଛି। ଏଭଳି ଏକ ପାହାଡ଼ ରହିଛି, ଯାହା କିରିକୁଟି ପଞ୍ଚାୟତ ପାଟାଙ୍ଗି ଗ୍ରାମଠାରୁ ପ୍ରାୟ ୨ କି.ମି. ଜଙ୍ଗଲ ରାସ୍ତା ଦେଇ ଗଲେ ଟିଣ୍ଡିବାଲି ପାହାଡ଼ରେ ପହଞ୍ଚିବେ। ଟିଣ୍ଡିବାଲି ହେଉଛି ଜନଜାତିଙ୍କ କୁଇ ଭାଷା ଏହାର ଓଡ଼ିଆ ଅର୍ଥ ଘଣ୍ଟ ପାହାଡ଼ ବୋଲି କହନ୍ତି। ଉକ୍ତ ପାହାଡ଼ରେ ଥିବା ଏକ ପଥର ଉପରେ ଅନ୍ୟ ଏକ ପଥର ରହିଛି ଯାହା ପ୍ରାୟ ୫ ରୁ ୭ ଫୁଟ୍‌ ଲମ୍ବ ହେବ ତାହା ଅନ୍ୟ ପଥରଠାରୁ ଭିନ୍ନ ଶବ୍ଦ ବାହାରୁଛି ଯାହାକି ଏକ ଘଣ୍ଟ ବାଡେଇବା ଭଳି ଶବ୍ଦ ହେଉଛି। ଏବେ ସେହି ପଥରକୁ ଦେଖିବାକୁ ଏବଂ ଶବ୍ଦ ଶୁଣିବାକୁ ପର୍ଯ୍ୟଟକଙ୍କ ଯାତାୟତ ହେଉଥିବା ଗ୍ରାମବାସୀ କହିଛନ୍ତି। ଉକ୍ତ ପଥରର ସୁରକ୍ଷା ସମେତ ପାହାଡ଼ରେ ପାଦଚଲା ରାସ୍ତାଟିଏ କରିବାକୁ ଗ୍ରାମବାସୀ ସ୍ଥାନୀୟ ପ୍ରଶାସନ ନିକଟରେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣ ସୋମବାର ପାଇଁ ଅଛି କି ସ୍ୱତନ୍ତ୍ର ଡ୍ରେସ କୋଡ? ଜାଣନ୍ତୁ ଜିନ୍ସ-ଟିସାର୍ଟ ପିନ୍ଧି ପୂଜା କରିପାରିବେ କି ନାହିଁ…

ସନାତନ ଧର୍ମରେ ଶ୍ରାବଣ ମାସକୁ ଅତ୍ୟନ୍ତ ପବିତ୍ର, ମଙ୍ଗଳକାରୀ ଏବଂ ଆଧ୍ୟାତ୍ମିକ ଦୃଷ୍ଟିକୋଣରୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ଏହି ମାସ ଭଗବାନ ଶିବଙ୍କୁ…

ଅଧିନାୟକ ବଦଳରେ ଅଧିନାୟକ.ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ.. ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

ଘରୁ ମା’, କେନାଲରୁ ଝିଅ: ଏକାସାଥିରେ ମିଳିଲା ଦୁଇ ମୃତଦେହ, ରହସ୍ୟମୟ ଘଟଣାରେ ଥରହର ଅଞ୍ଚଳ

ଉଦଳା, ୨୮।୭(ସନ୍ତୋଷ କୁମାର ବାଛିନୀ): ଘରୁ ମିଳିଲା ମା ଏବଂ ଦିବ୍ୟାଙ୍ଗ ଝିଅର ମୃତଦେହ । ଯାହା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଉଦଳା…

ଲଗାଣ ବର୍ଷାରେ ଗ୍ରାମବାସୀ ଜଳବନ୍ଦୀ

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡିଛି ଉଦଳା। ଏପରି କି କପ୍ତିପଦା ଉପଖଣ୍ଡ ଉଦଳା, କପ୍ତିପଦା ଏବଂ ଗୋପବନ୍ଧୁନଗର ବ୍ଲକ ଅଞ୍ଚଳରେ ମଧ୍ୟ…

କୋଟିଆରେ ଚାଲୁଥିବା SIR-୨୦୨୬ କାର୍ଯ୍ୟକ୍ରମର ସମୀକ୍ଷା କଲେ ଉପ-ଶାସନ ସଚିବ, ଦେଲେ ଏଭଳି ନିର୍ଦ୍ଦେଶ

ପଟ୍ଟାଙ୍ଗି, ୨୮।୭(ଶରତ କୁମାର ଧଳ): କୋରାପୁଟ ଜିଲା ଗସ୍ତରେ ଆସିଥିବା ଉପ-ଶାସନ ସଚିବ ଜିତେନ୍ଦ୍ର କୁମାର ପାତ୍ର ଜିଲାର ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତରେ ପହଞ୍ଚିଛନ୍ତି।…

ପାଟପୁର କଲେଜରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ: ନୀତିନିୟମ ସମ୍ପର୍କରେ କରାଗଲା ସଚେତନ

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯୁକ୍ତ ୨ ପ୍ରଥମ…

ଘରୁ ବାହାରିଲା ବୃଦ୍ଧାଙ୍କ ପଚାସଢା ମୃତଦେହ : କାନ୍ଧ ଦେଲେନି ବନ୍ଧୁପରିଜନ, ଶେଷରେ ସତ୍କାର କଲେ ଆଇଆଇସି

ପୁରୁଷୋତ୍ତମପୁର,୨୮। (ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏଠାରେ ପରିବାର ଓ ବନ୍ଧୁବର୍ଗଙ୍କ ମାନବିକତା ହଜିଯାଇଛି…

ବଢୁଛି ବୈତରଣୀ: ଚାରିଆଡ଼େ ଜଳମଗ୍ନ

କେନ୍ଦୁଝର, ୨୮।୭: (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲାରେ ଗତ ୨୪ ଘଣ୍ଟାରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ନଦୀର ଜଳ ସ୍ତର ବୃଦ୍ଧି ପାଇବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri