ପର୍ଯ୍ୟଟକଙ୍କୁ ନିଜ ଆଡ଼କୁ ଟାଣି ଆଣୁଛି ଶାନ୍ତି ଉପତ୍ୟକା, ଜମୁଛି ଭିଡ଼

ଦାରିଙ୍ଗବାଡ଼ି,୨୯ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକ ବୁଲିବା ପାଇଁ ଆସିଲେ ଅନେକ ପର୍ଯ୍ୟଟନକ୍ଷେତ୍ର ଦେଖିବାର ସୁଯୋଗ ପାଇଥାନ୍ତି। ହେଲେ ଏଠାରେ ଏଭଳି ଏକ ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ରହିଛି, ଯେଉଁଠିକି ପର୍ଯ୍ୟଟକ ଅଧିକ ପସନ୍ଦ କରିବା ସହ ଗୋଟିଏ ମୁହୂର୍ତ୍ତ ଦେଖିବା ପାଇଁ ଘଣ୍ଟାଘଣ୍ଟା ଅପେକ୍ଷା କରିଥାନ୍ତି। ତାହା ହେଲା ସାଇଲେଣ୍ଟ ଭ୍ୟାଲି ବା ଶାନ୍ତି ଉପତ୍ୟକା। ଦାରିଙ୍ଗବାଡ଼ି ବଜାରଠାରୁ ପ୍ରାୟ ୨ କିମି ଦୂରତା ପର୍ତ୍ତମାହା ପଞ୍ଚାୟତକୁ ଯିବା ବାଟରେ ପଡ଼େ ଏହି ଉପତ୍ୟକା। ଯାହାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ପର୍ଯ୍ୟଟକ ସୂର୍ଯ୍ୟାସ୍ତର ଝଲକ ଟିକେ ପାଇବା ପାଇଁ ବହୁତ ପସନ୍ଦ କରନ୍ତି।
ପୁରୀ ଜିଲାର ଚନ୍ଦ୍ରଭାଗାଠାରେ ସୂର୍ଯ୍ୟୋଦୟ ଦେଖିବାକୁ ଯେମିତି ପର୍ଯ୍ୟଟକଙ୍କ ଭିଡ଼ ଲାଗିଥାଏ ସେମିତି ଅପରାହ୍ନ ହେଲେ ସୂର୍ଯ୍ୟାସ୍ତ ଦେଖିବାକୁ ଦାରିଙ୍ଗବାଡ଼ିର ଏହି ଶାନ୍ତି ଉପତ୍ୟକା ବୁଲିବା ପାଇଁ ପର୍ଯ୍ୟଟକ ଆସିଥାନ୍ତି। କେବଳ ସୂର୍ଯ୍ୟାସ୍ତ ନୁହଁ, ଉକ୍ତ ଉପତ୍ୟକାରେ ଶାନ୍ତି ପରିବେଶ ଚାରିଆଡେ ପାହାଡ଼ ପଦ୍ମପାଖୁଡା ଭଳି ସଜେଇ ହୋଇଥିବା ବେଳେ ଦୂରରୁ ଏକ ଘରୋଇ ରିସର୍ଟ ରହିଛି। ତାହା ଦେଖିବାକୁ ପର୍ଯ୍ୟଟକ ଖୁବ୍‌ ପସନ୍ଦ କରନ୍ତି। ରାସ୍ତାକଡ଼ରେ ଏହି ସବୁ ଭିୟୁ ବା ଦୃଶ୍ୟ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଥିବା ବେଳେ ପାହାଡ଼ ଭିତରେ ସୂର୍ଯ୍ୟ ଲୁଚି ଯାଉଥିବା ଦୃଶ୍ୟ ସବୁଠାରୁ ଆକୃଷ୍ଟ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri