ଭୟରେ କଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ: ବିମାନ ବନ୍ଦରରେ ପ୍ରବଳ ଭିଡ଼

ଶ୍ରୀନଗର,୨୩।୪: ପହଲଗାମ୍‌ ଆକ୍ରମଣ ପରେ ଭୟରେ କଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ। ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଏୟାର ଇଣ୍ଡିଆ ପକ୍ଷରୁ ସ୍ବତନ୍ତ୍ର ବିମାନ ବ୍ୟବସ୍ଥା କରାଯାଇଛି। ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ହେବା ପରେ ଏୟାର ଇଣ୍ଡିଆ ବୁଧବାର ଶ୍ରୀନଗରରୁ ଦିଲ୍ଲୀ ଏବଂ ମୁମ୍ବାଇକୁ ଦୁଇଟି ଅତିରିକ୍ତ ବିମାନ ଉଡ଼ାଣ ଘୋଷଣା କରିଛି। ଏୟାର ଇଣ୍ଡିଆ ସୋସିଆଲ ମିଡିଆ ପ୍ଲାଟଫର୍ମରେ କହିଛି ଯେ, ଏୟାରଲାଇନ୍ସ ଏପ୍ରିଲ ୨୩ ଅର୍ଥାତ୍‌ ଆଜିଠାରୁ ଶ୍ରୀନଗରରୁ ଦିଲ୍ଲୀ ଏବଂ ମୁମ୍ବାଇକୁ ଦୁଇଟି ଅତିରିକ୍ତ ବିମାନ ଚଳାଚଳ କରିବ।

ଏୟାର ଇଣ୍ଡିଆ କହିଛି ଯେ, ବୁଧବାର ଦିନ ଶ୍ରୀନଗରରୁ ଦିଲ୍ଲୀକୁ ସକାଳ ୧୧:୩୦ ଏବଂ ମୁମ୍ବାଇକୁ ମଧ୍ୟାହ୍ନ ୧୨:୦୦ ରେ ବିମାନ ଚଳାଚଳ କରିବ। ଆମର ଅନ୍ୟ ସମସ୍ତ ବିମାନ କାର୍ଯ୍ୟସୂଚୀ ଅନୁଯାୟୀ ଶ୍ରୀନଗରରୁ ଛାଡ଼ିବ। ଏୟାର ଇଣ୍ଡିଆ ଏହି ରୁଟରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ମାଗଣା ପୁନଃବୁକିଂ ଏବଂ ପୂର୍ଣ୍ଣ ଫେରସ୍ତ ମଧ୍ୟ ପ୍ରଦାନ କରିବ।

ସୂଚନାଯୋଗ୍ୟ, କିଛିଦିନର ନୀରବତା ପରେ ଜମ୍ମୁ-କଶ୍ମୀରରେ ପୁଣି ରକ୍ତମୁଖା ହୋଇଛନ୍ତି ଆତଙ୍କବାଦୀ। ପହଲଗାମ୍‌ ଜିଲାରେ ସେମାନେ ମଙ୍ଗଳବାର ଅପରାହ୍ନ ୩ଟାରେ ବଡ଼ଧରଣର ଆକ୍ରମଣ କରିଛନ୍ତି। ପ୍ରାକୃତିକ ଶୋଭାରାଜି ପାଇଁ ‘ମିନି ସୁଇଜରଲାଣ୍ଡ’ ଭାବେ ପରିଚିତ ଦକ୍ଷିଣ କଶ୍ମୀରର ମୁଖ୍ୟ ପର୍ଯ୍ୟଟନସ୍ଥଳ ବୈସରନ୍‌ରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କର-ଇ-ତୋଇବା (ଏଲ୍‌ଇଟି) ସଦସ୍ୟମାନେ ଅନୂ୍ୟନ ୫୦ ରାଉଣ୍ଡ ଗୁଳି ଚଳାଇଛନ୍ତି। ଏହି ଅତର୍କିତ ଆକ୍ରମଣରେ ଜଣେ ଓଡ଼ିଆ ଓ ୨ ଜଣ ବିଦେଶୀଙ୍କ ସମେତ ୨୬ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ କେତେଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି। ଆହତଙ୍କୁ ଉଦ୍ଧାର କରିବା ପାଇଁ ସେନା ହେଲିକପ୍ଟରକୁ ନିୟୋଜିତ କରାଯାଇଛି। ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ସାଉଦି ଗସ୍ତ ଛାଡ଼ି ଭାରତ ଫେରି ଆସିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ବିମାନ ବନ୍ଦରରେ ସଦ୍ୟତମ ପରିସ୍ଥିତି ସମ୍ପର୍କରେ ଏକ ବୈଠକ କରିଛନ୍ତି। ଏଥିରେ NSA ଅଜିତ ଡୋଭାଲ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ ସମର୍ପିତ ହୋଇ କାମ କରିବାକୁ ଆହ୍ବାନ

ନୂଆପଡ଼ା,୨୧ା୧ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ବିଧାୟକ ଜୟ...

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri