ଭୟରେ କଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ: ବିମାନ ବନ୍ଦରରେ ପ୍ରବଳ ଭିଡ଼

ଶ୍ରୀନଗର,୨୩।୪: ପହଲଗାମ୍‌ ଆକ୍ରମଣ ପରେ ଭୟରେ କଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ। ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଏୟାର ଇଣ୍ଡିଆ ପକ୍ଷରୁ ସ୍ବତନ୍ତ୍ର ବିମାନ ବ୍ୟବସ୍ଥା କରାଯାଇଛି। ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ହେବା ପରେ ଏୟାର ଇଣ୍ଡିଆ ବୁଧବାର ଶ୍ରୀନଗରରୁ ଦିଲ୍ଲୀ ଏବଂ ମୁମ୍ବାଇକୁ ଦୁଇଟି ଅତିରିକ୍ତ ବିମାନ ଉଡ଼ାଣ ଘୋଷଣା କରିଛି। ଏୟାର ଇଣ୍ଡିଆ ସୋସିଆଲ ମିଡିଆ ପ୍ଲାଟଫର୍ମରେ କହିଛି ଯେ, ଏୟାରଲାଇନ୍ସ ଏପ୍ରିଲ ୨୩ ଅର୍ଥାତ୍‌ ଆଜିଠାରୁ ଶ୍ରୀନଗରରୁ ଦିଲ୍ଲୀ ଏବଂ ମୁମ୍ବାଇକୁ ଦୁଇଟି ଅତିରିକ୍ତ ବିମାନ ଚଳାଚଳ କରିବ।

ଏୟାର ଇଣ୍ଡିଆ କହିଛି ଯେ, ବୁଧବାର ଦିନ ଶ୍ରୀନଗରରୁ ଦିଲ୍ଲୀକୁ ସକାଳ ୧୧:୩୦ ଏବଂ ମୁମ୍ବାଇକୁ ମଧ୍ୟାହ୍ନ ୧୨:୦୦ ରେ ବିମାନ ଚଳାଚଳ କରିବ। ଆମର ଅନ୍ୟ ସମସ୍ତ ବିମାନ କାର୍ଯ୍ୟସୂଚୀ ଅନୁଯାୟୀ ଶ୍ରୀନଗରରୁ ଛାଡ଼ିବ। ଏୟାର ଇଣ୍ଡିଆ ଏହି ରୁଟରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ମାଗଣା ପୁନଃବୁକିଂ ଏବଂ ପୂର୍ଣ୍ଣ ଫେରସ୍ତ ମଧ୍ୟ ପ୍ରଦାନ କରିବ।

ସୂଚନାଯୋଗ୍ୟ, କିଛିଦିନର ନୀରବତା ପରେ ଜମ୍ମୁ-କଶ୍ମୀରରେ ପୁଣି ରକ୍ତମୁଖା ହୋଇଛନ୍ତି ଆତଙ୍କବାଦୀ। ପହଲଗାମ୍‌ ଜିଲାରେ ସେମାନେ ମଙ୍ଗଳବାର ଅପରାହ୍ନ ୩ଟାରେ ବଡ଼ଧରଣର ଆକ୍ରମଣ କରିଛନ୍ତି। ପ୍ରାକୃତିକ ଶୋଭାରାଜି ପାଇଁ ‘ମିନି ସୁଇଜରଲାଣ୍ଡ’ ଭାବେ ପରିଚିତ ଦକ୍ଷିଣ କଶ୍ମୀରର ମୁଖ୍ୟ ପର୍ଯ୍ୟଟନସ୍ଥଳ ବୈସରନ୍‌ରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କର-ଇ-ତୋଇବା (ଏଲ୍‌ଇଟି) ସଦସ୍ୟମାନେ ଅନୂ୍ୟନ ୫୦ ରାଉଣ୍ଡ ଗୁଳି ଚଳାଇଛନ୍ତି। ଏହି ଅତର୍କିତ ଆକ୍ରମଣରେ ଜଣେ ଓଡ଼ିଆ ଓ ୨ ଜଣ ବିଦେଶୀଙ୍କ ସମେତ ୨୬ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ କେତେଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି। ଆହତଙ୍କୁ ଉଦ୍ଧାର କରିବା ପାଇଁ ସେନା ହେଲିକପ୍ଟରକୁ ନିୟୋଜିତ କରାଯାଇଛି। ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ସାଉଦି ଗସ୍ତ ଛାଡ଼ି ଭାରତ ଫେରି ଆସିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ବିମାନ ବନ୍ଦରରେ ସଦ୍ୟତମ ପରିସ୍ଥିତି ସମ୍ପର୍କରେ ଏକ ବୈଠକ କରିଛନ୍ତି। ଏଥିରେ NSA ଅଜିତ ଡୋଭାଲ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?