ଦଳ ଉପରେ ଚଢ଼ି ଯାଉଛନ୍ତି ପର୍ଯ୍ୟଟକ

ବାରଙ୍ଗ,୨୪।୧(ଡି.ଏନ୍‌.ଏ.):ନନ୍ଦନକାନନର ବିକାଶ ପାଇଁ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ଆସୁଛି। ହେଲେ କର୍ତ୍ତୃପକ୍ଷ ଏହାକୁ ଠିକ୍‌ ଭାବେ ବ୍ୟବହାର କରିପାରୁ ନ ଥିବାରୁ ପର୍ଯ୍ୟଟକମାନେ ନାନା ହଇରାଣ ହେଉଥିବା ଅଭିଯୋଗ ହେଉଛି। ଯାହାର ଉଦାହରଣ ଏବେ ନନ୍ଦନକାନନରେ ହେଉଥିବା ଦଳ ସଫା କାମରେ ଦେଖିବାକୁ ମିଳିଛି। ଦଳ ସଫା କରୁଥିବା ଠିକାଦାର ରାସ୍ତାରୁ ଦଳ ଉଠାଉ ନ ଥିବାରୁ ପର୍ଯ୍ୟଟକମାନେ ଦଳ ଉପରେ ଚଢ଼ି ଯାତାୟାତ ହେଉଛି। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରକାଶ ଯେ, ଲକ୍ଷାଧିକ ଟଙ୍କା ବ୍ୟୟ କରାଯାଇ କାଞ୍ଜିଆ ହ୍ରଦକୁ ସଫା କରାଯାଉଛି। କାଞ୍ଜିଆ ହ୍ରଦକୁ ଦଳ ମୁକ୍ତ କରିବା ପାଇଁ ରେଞ୍ଜରମାନେ ଠିକାଦାରଙ୍କ ଜରିଆରେ କାମ କରୁଛନ୍ତି। କିନ୍ତୁ କାଞ୍ଜିଆରୁ ବାହାରୁଥିବା ଦଳକୁ ରାସ୍ତା ଉପରେ ପାହାଡ ଭଳି ଗଦା କରି ରଖିଛନ୍ତି। ଦଳ ସଫା ପାଇଁ ଏହି ରାସ୍ତାକୁ ବ୍ୟବହାର କରାଯାଇଥିବାରୁ ଯାତାୟତ ବନ୍ଦ କରାଯାଇଥିବାର କୌଣସି ସୂଚନାଫଳକ ଲଗାଯାଇ ନାହିଁ। ଫଳରେ ନନ୍ଦନକାନନକୁ ବୁଲିବାକୁ ଆସୁଥିବା ପର୍ଯ୍ୟଟକ ପଶୁପକ୍ଷୀଙ୍କୁ ଦେଖିବାକୁ ଯାଉଥିବାବେଳେ କାଞ୍ଜିଆକୁଳ ରାସ୍ତାଦେଇ ଯାଉଛନ୍ତି। ପର୍ଯ୍ୟଟକମାନେ ବାଧ୍ୟ ହୋଇ ପାହଡଭଳି ଗଦା ହୋଇଥିବା ଦଳ ଉପରେ ଚଢି ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri