ଦଳ ଉପରେ ଚଢ଼ି ଯାଉଛନ୍ତି ପର୍ଯ୍ୟଟକ

ବାରଙ୍ଗ,୨୪।୧(ଡି.ଏନ୍‌.ଏ.):ନନ୍ଦନକାନନର ବିକାଶ ପାଇଁ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ଆସୁଛି। ହେଲେ କର୍ତ୍ତୃପକ୍ଷ ଏହାକୁ ଠିକ୍‌ ଭାବେ ବ୍ୟବହାର କରିପାରୁ ନ ଥିବାରୁ ପର୍ଯ୍ୟଟକମାନେ ନାନା ହଇରାଣ ହେଉଥିବା ଅଭିଯୋଗ ହେଉଛି। ଯାହାର ଉଦାହରଣ ଏବେ ନନ୍ଦନକାନନରେ ହେଉଥିବା ଦଳ ସଫା କାମରେ ଦେଖିବାକୁ ମିଳିଛି। ଦଳ ସଫା କରୁଥିବା ଠିକାଦାର ରାସ୍ତାରୁ ଦଳ ଉଠାଉ ନ ଥିବାରୁ ପର୍ଯ୍ୟଟକମାନେ ଦଳ ଉପରେ ଚଢ଼ି ଯାତାୟାତ ହେଉଛି। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରକାଶ ଯେ, ଲକ୍ଷାଧିକ ଟଙ୍କା ବ୍ୟୟ କରାଯାଇ କାଞ୍ଜିଆ ହ୍ରଦକୁ ସଫା କରାଯାଉଛି। କାଞ୍ଜିଆ ହ୍ରଦକୁ ଦଳ ମୁକ୍ତ କରିବା ପାଇଁ ରେଞ୍ଜରମାନେ ଠିକାଦାରଙ୍କ ଜରିଆରେ କାମ କରୁଛନ୍ତି। କିନ୍ତୁ କାଞ୍ଜିଆରୁ ବାହାରୁଥିବା ଦଳକୁ ରାସ୍ତା ଉପରେ ପାହାଡ ଭଳି ଗଦା କରି ରଖିଛନ୍ତି। ଦଳ ସଫା ପାଇଁ ଏହି ରାସ୍ତାକୁ ବ୍ୟବହାର କରାଯାଇଥିବାରୁ ଯାତାୟତ ବନ୍ଦ କରାଯାଇଥିବାର କୌଣସି ସୂଚନାଫଳକ ଲଗାଯାଇ ନାହିଁ। ଫଳରେ ନନ୍ଦନକାନନକୁ ବୁଲିବାକୁ ଆସୁଥିବା ପର୍ଯ୍ୟଟକ ପଶୁପକ୍ଷୀଙ୍କୁ ଦେଖିବାକୁ ଯାଉଥିବାବେଳେ କାଞ୍ଜିଆକୁଳ ରାସ୍ତାଦେଇ ଯାଉଛନ୍ତି। ପର୍ଯ୍ୟଟକମାନେ ବାଧ୍ୟ ହୋଇ ପାହଡଭଳି ଗଦା ହୋଇଥିବା ଦଳ ଉପରେ ଚଢି ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri