ପରିବେଶ ପର୍ଯ୍ୟଟନସ୍ଥଳୀରୁ ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଖଣ୍ଡପଡ଼ା,୧୪ା୧୧(ସ୍ବ.ପ୍ର.): ଖଣ୍ଡପଡ଼ା ସହର ଉପକଣ୍ଠରେ ରହିଛି ସୁନାମୁହିଁ ପରିବେଶ ପର୍ଯ୍ୟଟନ ସ୍ଥଳୀ। ୨ବର୍ଷ ତଳେ ଏହା ଲୋକାରଣ୍ୟ ହୋଇଉଠୁଥିଲା। ରାଜ୍ୟ ତଥା ରାଜ୍ୟ ବାହାରରୁ ଏଠାକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଥିଲା। ଏବେ ପର୍ଯ୍ୟଟନ ଋତୁ ଆରମ୍ଭ ହୋଇଥିଲେ ହେଁ ଆଉ ପୂର୍ବପରି ପର୍ଯ୍ୟଟକ ଆସୁ ନ ଥିବାରୁ ଏହି ପର୍ଯ୍ୟଟନସ୍ଥଳୀ ଖାଁ ଖାଁ ଲାଗୁଛି।
ଖଣ୍ଡପଡା କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ନିର୍ବାହୀଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଅଧୀନରେ ଥିବା ଏହି ପର୍ଯ୍ୟଟନସ୍ଥଳୀରେ ୨ ବର୍ଷ ତଳେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ଅନେକ ଉନ୍ନୟନମୂଳକ କାର୍ଯ୍ୟ କରାଯାଇଥିଲା। ପିଲାମାନଙ୍କ ଆମୋଦପ୍ରମୋଦ ନିମନ୍ତେ ଦୋଳିଠାରୁ ଆରମ୍ଭ କରି ବିଭିନ୍ନ ପ୍ରକାର କ୍ରୀଡା ସାମଗ୍ରୀ ସ୍ଥାପନ କରାଯାଇଥିଲା। ସେହିପରି ଯୁବତୀଯୁବକ ଓ ବୟସ୍କ ବ୍ୟକ୍ତିମାନଙ୍କ ଶାରୀରିକ ବ୍ୟାୟାମ ନିମନ୍ତେ ଅନେକ ମୂଲ୍ୟବାନ ଉପକରଣ ଉପଲବ୍ଧ ହେଉଥିଲା। ମାତ୍ର ପ୍ରଶାସନିକ ସ୍ଥାଣୁତା ସାଙ୍ଗକୁ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଆନ୍ତରିକତା ଅଭାବର ସୁଯୋଗ ନେଇ ଦୁର୍ବୃତ୍ତମାନେ ପର୍ଯ୍ୟଟନ ସ୍ଥଳୀ ପରିସରରୁ ଅନେକ ମୂଲ୍ୟବାନ ସାମଗ୍ରୀ ଚୋରୀକରି ନେଇଛନ୍ତି। ଫଳରେ ଏହା ପରିସର ଶ୍ରୀହୀନ ହେବାରେ ଲାଗିଛି। ବର୍ତ୍ତମାନ ଏହ ସ୍ଥାନରେ କୁଢ କୁଢ ମଦ ବୋତଲ, ପାଣିପାଉଚ ଜରି, ଅଇଁଠା ଖଲିପତ୍ର ଓ ଠୁଙ୍ଗା ଆଦି ଏଣେତେଣେ ପଡିଥିବା ପରିଲକ୍ଷିତ ହେଉଛି। ପର୍ଯ୍ୟଟନସ୍ଥଳୀର ଏପରି ଅବସ୍ଥାକୁ ଦେଖି ପର୍ଯ୍ୟଟକମାନେ ଏଠାରୁ ମୁହଁ ବୁଲାଇ ଅନ୍ୟତ୍ର ଚାଲିଯାଉଛନ୍ତି। ଏହାର ସୁରକ୍ଷା ଓ ରକ୍ଷଣାବେକ୍ଷଣ ଦିଗରେ ଜିଲା ପ୍ରଶାସନ, ଖଣ୍ଡପଡା ଏନ୍‌ଏସି କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ବିଭିନ୍ନ ମହଲରୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri