ପରିବେଶ ପର୍ଯ୍ୟଟନସ୍ଥଳୀରୁ ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଖଣ୍ଡପଡ଼ା,୧୪ା୧୧(ସ୍ବ.ପ୍ର.): ଖଣ୍ଡପଡ଼ା ସହର ଉପକଣ୍ଠରେ ରହିଛି ସୁନାମୁହିଁ ପରିବେଶ ପର୍ଯ୍ୟଟନ ସ୍ଥଳୀ। ୨ବର୍ଷ ତଳେ ଏହା ଲୋକାରଣ୍ୟ ହୋଇଉଠୁଥିଲା। ରାଜ୍ୟ ତଥା ରାଜ୍ୟ ବାହାରରୁ ଏଠାକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଥିଲା। ଏବେ ପର୍ଯ୍ୟଟନ ଋତୁ ଆରମ୍ଭ ହୋଇଥିଲେ ହେଁ ଆଉ ପୂର୍ବପରି ପର୍ଯ୍ୟଟକ ଆସୁ ନ ଥିବାରୁ ଏହି ପର୍ଯ୍ୟଟନସ୍ଥଳୀ ଖାଁ ଖାଁ ଲାଗୁଛି।
ଖଣ୍ଡପଡା କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ନିର୍ବାହୀଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଅଧୀନରେ ଥିବା ଏହି ପର୍ଯ୍ୟଟନସ୍ଥଳୀରେ ୨ ବର୍ଷ ତଳେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ଅନେକ ଉନ୍ନୟନମୂଳକ କାର୍ଯ୍ୟ କରାଯାଇଥିଲା। ପିଲାମାନଙ୍କ ଆମୋଦପ୍ରମୋଦ ନିମନ୍ତେ ଦୋଳିଠାରୁ ଆରମ୍ଭ କରି ବିଭିନ୍ନ ପ୍ରକାର କ୍ରୀଡା ସାମଗ୍ରୀ ସ୍ଥାପନ କରାଯାଇଥିଲା। ସେହିପରି ଯୁବତୀଯୁବକ ଓ ବୟସ୍କ ବ୍ୟକ୍ତିମାନଙ୍କ ଶାରୀରିକ ବ୍ୟାୟାମ ନିମନ୍ତେ ଅନେକ ମୂଲ୍ୟବାନ ଉପକରଣ ଉପଲବ୍ଧ ହେଉଥିଲା। ମାତ୍ର ପ୍ରଶାସନିକ ସ୍ଥାଣୁତା ସାଙ୍ଗକୁ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଆନ୍ତରିକତା ଅଭାବର ସୁଯୋଗ ନେଇ ଦୁର୍ବୃତ୍ତମାନେ ପର୍ଯ୍ୟଟନ ସ୍ଥଳୀ ପରିସରରୁ ଅନେକ ମୂଲ୍ୟବାନ ସାମଗ୍ରୀ ଚୋରୀକରି ନେଇଛନ୍ତି। ଫଳରେ ଏହା ପରିସର ଶ୍ରୀହୀନ ହେବାରେ ଲାଗିଛି। ବର୍ତ୍ତମାନ ଏହ ସ୍ଥାନରେ କୁଢ କୁଢ ମଦ ବୋତଲ, ପାଣିପାଉଚ ଜରି, ଅଇଁଠା ଖଲିପତ୍ର ଓ ଠୁଙ୍ଗା ଆଦି ଏଣେତେଣେ ପଡିଥିବା ପରିଲକ୍ଷିତ ହେଉଛି। ପର୍ଯ୍ୟଟନସ୍ଥଳୀର ଏପରି ଅବସ୍ଥାକୁ ଦେଖି ପର୍ଯ୍ୟଟକମାନେ ଏଠାରୁ ମୁହଁ ବୁଲାଇ ଅନ୍ୟତ୍ର ଚାଲିଯାଉଛନ୍ତି। ଏହାର ସୁରକ୍ଷା ଓ ରକ୍ଷଣାବେକ୍ଷଣ ଦିଗରେ ଜିଲା ପ୍ରଶାସନ, ଖଣ୍ଡପଡା ଏନ୍‌ଏସି କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ବିଭିନ୍ନ ମହଲରୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri