ହାତିଆ ପାହାଡ଼ରେ ପର୍ଯ୍ୟଟକ ଅସୁରକ୍ଷିତ

ଖୋର୍ଦ୍ଧା ଅଫିସ,୧୮ା୯: ଖୋର୍ଦ୍ଧା ୧୬ନଂ. ଜାତୀୟ ରାଜପଥ ନିଜଗଡ଼ ତାପଙ୍ଗରେ ରହିଛି ହାତିଆ ପାହାଡ଼। ଏଠାରେ ସୃଷ୍ଟି ହୋଇଥିବା କୃତ୍ରିମ ହ୍ରଦ, ନୀଳ ଜଳରାଶିର ମନୋରମ ପ୍ରାକୃତିକ ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ପରେ ପର୍ଯ୍ୟଟକଙ୍କ ସୁଅ ଛୁଟିବାରେ ଲାଗିଛି। ଏହି ସ୍ଥାନରେ ସିନେମା ଗୀତ, ଆଲବମ ଏବଂ ଫଟୋଗ୍ରାଫି ପାଇଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଲୋକେ ଆସୁଛନ୍ତି। ପୋଲିସ ପାଟ୍ରୋଲିଂ ନ ଥିବା ବେଳେ ବହୁ ପର୍ଯ୍ୟଟକ ଲୁଟ୍‌ର ଶିକାର ହେଉଛନ୍ତି। ଯୁବପିଢି ବିପଦସଙ୍କୁଳ ଅବସ୍ଥାରେ ଛିଡା ହୋଇ ସେଲ୍ଫି ନେବା ଯେପରି ପ୍ରତିଯୋଗିତା ଚାଲିଛି। ସେଲ୍ଫି ନିଶାରେ ବିପଦକୁ ଟାଣି ଆଣୁଛନ୍ତି ବୋଲି ବୁଦ୍ଧିଜୀବୀ ମହଲରେ ମତପ୍ରକାଶ ପାଇଛି।
ସୂଚନାଥାଉ କି, ପାଇକ ବିଦ୍ରୋହର ଗଡ଼ଭାବେ ନିଜଗଡ଼ ତାପଙ୍ଗ ପରିଚିତ। ବିଟ୍ରିଶ ସରକାର ସହ ଲଢେଇ ବେଳେ ପାଇକମାନେ ଏଠାରେ ରହୁଥିଲେ। ହସ୍ତେଶ୍ୱରୀ ଦେବୀଙ୍କ ଆଶୀର୍ବାଦରୁ ପାଇକ ବୀରମାନେ ବୀରତ୍ୱ ସହ ଲଢେଇ କରୁଥିଲେ। ଦେବୀଙ୍କ ନାମାନୁସାରେ ଏହାକୁ ହାତିଆ ପାହାଡ଼ ବୋଲି କୁହାଯାଏ। ତେବେ ଖଣି ମାଫିଆଙ୍କ ପଥର ବ୍ଲାଷ୍ଟିଂ ଯୋଗୁ ଏଠାରେ ସୃଷ୍ଟି ହୋଇଥିବା କୃତ୍ରିମ ହ୍ରଦ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି। ପଥର ଚାରିପଟେ ଶିଆଳି ଲଟା, ଗଛଲତା ମାଡି ଜଳରାଶିରେ ପଡି ନୀଳବର୍ଣ୍ଣ ଦେଖାଯାଉଛି। ଏଠାରେ ସକାଳର ସୂର୍ଯ୍ୟକିରଣ ପଡିବା ପରେ ଏହାର ସୌନ୍ଦର୍ଯ୍ୟକୁ ଦ୍ୱିଗଣିତ କରୁଛି। ଏହି ନୀଳ ଜଳରାଶି ଏବଂ ଚାରିପଟେ ପାହାଡର ଦୃଶ୍ୟ ଏହାର ପରିବେଶକୁ ଅତି ଆକର୍ଷଣୀୟ କରୁଛି। ଫଳରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଯୁବପିଢିଙ୍କ ଭିଡ଼ ଜମୁଛି। ଏହି ଅଘୋଷିତ ପର୍ଯ୍ୟଟନସ୍ଥଳି ପର୍ଯ୍ୟଟକଙ୍କ ଲାଗି ବିପଦ ଥିବା ବେଳେ ପ୍ରଶାସନ ଏଥିପ୍ରତି ଗୁରୁତ୍ୱ ଦେବା ଜରୁରୀ ହୋଇପଡ଼ିଛି ବୋଲି ସାଧାରଣରେ ମତପ୍ରକାଶ ପାଇଛି। ଏନେଇ ଜିଲାପାଳଙ୍କ ମତାମତ ମିଳପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri