ଦାରିଙ୍ଗବାଡ଼ିକୁ ଛୁଟୁଛି ପର୍ଯ୍ୟଟକଙ୍କ ସୁଅ, କୋହଲା ପାଗରେ ବୁଲି ନେଉଛନ୍ତି ମଜା

ଦାରିଙ୍ଗବାଡ଼ି,୩୦ା୧୦(ଅରୁଣ ସାହୁ): ଆସିଲା ପର୍ଯ୍ୟଟନ ଋତୁ। ଧିରେ ଧିରେ ପାହାନ୍ତିଆରେ ଶୀତ ପଡ଼ିବା ସହ କାକର ପଡୁଛି। ଅନ୍ୟ ଜିଲା ଅପେକ୍ଷା ଦାରିଙ୍ଗବାଡ଼ିକୁ ପ୍ରଥମ ପସନ୍ଦ କରିଥାନ୍ତି ପର୍ଯ୍ୟଟକ। ଏହି କ୍ରମରେ ଏବେ ପର୍ଯ୍ୟଟକ ଦାରିଙ୍ଗବାଡ଼ି ମୁହାଁ ହେଉଛନ୍ତି। ଯଦିଓ ଏବେ ବାହାରେ ଥଣ୍ଡା ଅନୁଭୂତ ହେଲାଣି କିନ୍ତୁ ୪ କାନ୍ଥ ଭିତରେ ସେତେଟା ଶୀତ ଅନୁଭତ ହୋଇନାହିଁ କିନ୍ତୁ ଜଳବାୟୁ କେତେବେଳେ ଶୁଖିଲା ତ ଆଉ କେତେବେଳେ ପାଗ ମେଘୁଆ କରି କୋହଲା ପାଗ ସୃଷ୍ଟି ହେଉଛି। ଯାହାକି କୋହଲା ପାଗ ସମୟରେ ପର୍ଯ୍ୟଟକ ବୁଲିବାକୁ ଅଧିକ ପସନ୍ଦ କରୁଥିବା ଦେଖିବାକୁ ମିଳିଛି।

ଦାରିଙ୍ଗବାଡ଼ିର କଫି ବଗିଚା ସମେତ ଡୁଲୁରୀ ପାଇନ ବଣ,ମିଡିୟୁବାନ୍ଦା ଜଳପ୍ରପାତ, ପାଙ୍ଗାଲି ରେନବୋ ଜଳପ୍ରପାତ, କିରିକୁଟିର ଲଭର୍ସ ପଏଣ୍ଟ, କିସୁବାଡ଼ି ଜଳପ୍ରପାତ, ଋଷିମାଳ, ହିଲଭିୟୁ ଓ ପ୍ରକୃତି ଉଦ୍ୟାନ ସମେତ ଶାନ୍ତି ଉପତ୍ୟକା ଆଦି ପର୍ଯ୍ୟଟକ ବୁଲି ମଜା ନେଉଛନ୍ତି।

ସେହିପରି ବିଭିନ୍ନ ସ୍ଥାନରେ ପରିବାର ସହ ବଣଭୋଜି କରି ମଜାନେଉଛନ୍ତି। ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ମଧ୍ୟ ପର୍ଯ୍ୟଟକଙ୍କୁ ମୌଳିକ ସୁବିଧା ଯୋଗାଇଦେବାକୁ ପ୍ରୟାସ ଜୋରଦାର କରିଛି।

ବାଲିଗୁଡା ଉପଜିଲାପାଳ ପ୍ରଣୀତା ଦାସଙ୍କ ତତ୍ତ୍ୱାବଧାନରେ ଦାରିଙ୍ଗବାଡ଼ି ବିଡିଓ ପ୍ରୀତିରଞ୍ଜନ ରଥ, ସହକାରୀ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ ରଥ, ସହକାରୀ ଯନ୍ତ୍ରୀ ତୁଷାର ସେଠୀ, କନିଷ୍ଠ ଯନ୍ତ୍ରୀ ଧୀରେନ ସେଠୀ, ଏପିଓ କେଦାର ଚନ୍ଦ୍ର ପଣ୍ଡା ଓ ଅନ୍ୟ ଅଧିକାରୀମାନେ ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ କାର୍ଯ୍ୟ କରୁଛନ୍ତି। କିରିକୁଟି ଲଭର୍ସ ପଏଣ୍ଟରେ ଏକ ଉଚ୍ଚ ବିଶିଷ୍ଟ ଓ୍ବାଚ୍‌ ଟାଓ୍ବାର ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଦାରିଙ୍ଗବାଡ଼ି ହିଲଭିୟୁ ପାର୍କ ପରିସର ମଧ୍ୟରେ ମଧ୍ୟ ଉଚ୍ଚ କ୍ଷମତା ଓ ଟୁ ଷ୍ଟାର ଓ୍ବାଚ୍‌ ଟାଓ୍ବାର ନିର୍ମାଣ କାର୍ଯ୍ୟ ଜୋରଦାର ଚାକିଥିବା ଜଣାପଡ଼ିଛି। ସେହିପରି କଫି ବଗିଚାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ମଧ୍ୟ ଜୋର୍‌ଦାର ଚାଲିଥିବା ଜଣାପଡ଼ିଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri