ପ୍ରଥମ ଦିନରେ ୨୨ କଟେଜରେ ପର୍ଯ୍ୟଟକ

କୋଣାର୍କ,୧୦ା୧୨(ଡି.ଏନ୍‌.ଏ.):ଓଡ଼ିଶାର ପ୍ରକୃତିର ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ସହ ପର୍ଯ୍ୟଟକଙ୍କୁ ଆଡ୍‌ଭେଞ୍ଚର ସ୍ପୋର୍ଟସ, ମନୋରଞ୍ଜନ ଆଦିର ଭିନ୍ନ ଅନୁଭବ ଦେବାକୁ ବୁଧବାରଠାରୁ ଆରମ୍ଭ ହୋଇଛି ‘ଇକୋ ରିଟ୍ରିଟ୍‌’। ପର୍ଯ୍ୟଟନ ବିଭାଗ ପକ୍ଷରୁ ରାଜ୍ୟର ୫ଟି ସ୍ଥାନରେ ଆୟୋଜିତ ଏହି ଫେଷ୍ଟିଭାଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଥିବାବେଳେ ଦ୍ୱିତୀୟଥର ଆରମ୍ଭ ହୋଇଥିବା ‘କୋଣାର୍କ ଇକୋ ରିଟ୍ରିଟ୍‌’ ପ୍ରତି ପର୍ଯ୍ୟଟକମାନେ ଅଧିକ ଆକର୍ଷିତ ହୋଇଛନ୍ତି। ପୁରୀ-କୋଣାର୍କ ବେଳାମାର୍ଗ ରାମଚଣ୍ଡୀ ମୁହାଣ ବେଳାଭୂମିର ପ୍ରାକୃତିକ ପରିବେଶ, ବିଳାସପୂର୍ଣ୍ଣ କଟେଜରେ ରାତ୍ରିଯାପନର ଅନନ୍ୟ ଅନୁଭୂତି ଆଣିଦେଉଛି କୋଣାର୍କ ଇକୋ ରିଟ୍ରିଟ୍‌। ଇତିମଧ୍ୟରେ ୪ଶହରୁ ଅଧିକ ବୁକିଂ ହୋଇଥିବାବେଳେ ମୋଟ ୫୦ଟି ଅତ୍ୟାଧୁନିକ କଟେଜ ମଧ୍ୟରୁ ପ୍ରଥମ ଦିନରେ ୨୨ କଟେଜରେ ପର୍ଯ୍ୟଟକମାନେ ରହିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆକର୍ଷଣୀୟ ସାଜସଜ୍ଜା ଭିତରେ ଦିନରେ ଇକୋ ରିଟ୍ରିଟ୍‌ ସ୍ଥଳ ଉତ୍ସବମୁଖର ହୋଇପଡୁଥିବାବେଳେ ସନ୍ଧ୍ୟାରେ ଝଲସି ଉଠୁଛି ସମୁଦ୍ର ବେଳାଭୂମି। ଅତ୍ୟାଧୁନିକ କଟେଜରେ ରହିଛି ପଞ୍ଚତାରକା ହୋଟେଲ ଭଳି ସମସ୍ତ ସୁବିଧା ରହିଛି। ଏହାସହ ଇକୋ ରିଟ୍ରିଟ ପରିସରରେ ୩ଡି ମ୍ୟାପିଙ୍ଗ, ଜଳକ୍ରୀଡ଼ା ସହ ପର୍ଯ୍ୟଟକଙ୍କୁ ଆକୃଷ୍ଟ କଲାଭଳି ପାରା ମୋଟରିଂ, ବାନାନା ରାଇଡ, ଜର୍ବିଂ, ବିଚ୍‌ ଭଲିବଲ, କାଇଟ୍‌ ଫ୍ଲାଇଙ୍ଗ, ପାରାସେଲିଂ, ସେଲଫି ପଏଣ୍ଟ ଆଦି ପର୍ଯ୍ୟଟନଙ୍କ ଚିତ୍ତ ବିନୋଦର ନିଆରା ପରିବେଶ ସୃଷ୍ଟି କରୁଛି। ମାସ୍କ ଓ ସାମାଜିକ ଦୂରତାକୁ ବିଶେଷ ଗୁରୁତ୍ୱ ଦିଆଯାଇଥିବାବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଫେବୃୟାରୀ ୨୮ ପର୍ଯ୍ୟନ୍ତ ଚାଲିବାକୁ ଥିବା ଇକୋ ରିଟ୍ରିଟ୍‌କୁ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା, ପର୍ଯ୍ୟଟନ ସଚିବ ବିଶାଲ ଦେବ, ଜଗତ୍‌ସିଂହପୁର ଏମ୍‌ପି ରାଜଶ୍ରୀ ମଲ୍ଲିକ ଓ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ ବେଲୁନ ଉଡ଼ାଇ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ଓଡ଼ିଶା ଉନ୍ନୟନ ନିଗମ ମହାପ୍ରବନ୍ଧକ ପି.କେ. ଚାନ୍ଦ, ପର୍ଯ୍ୟଟନ ଅଧିକାରୀ ରତିକାନ୍ତ ପଟ୍ଟନାୟକ, ସରୋଜକାନ୍ତ ପ୍ରଧାନ ପ୍ରମୁଖ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri