ବାତ୍ୟା ଛନକା: ପୁରୀ ଛାଡୁଛନ୍ତି ପର୍ଯ୍ୟଟକ

ପୁରୀ,୨୨ା୧୦: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପୁରୀରୁ ପର୍ଯ୍ୟଟକମାନଙ୍କୁ ଫେରିଯିବାକୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି। ଏଭଳିସ୍ଥିତିରେ ବୁଳିବାକୁ ଆସିଥିବା ପର୍ଯ୍ୟଟକ ମଙ୍ଗଳବାର ପୁରୀ ଛାଡି ପଳାଉଥିବା ଦେଖିବାକୁ ମିଳିଛି। ଏନେଇ ବସ୍‌ଷ୍ଟାଣ୍ଡ ସାଙ୍ଗକୁ ବିଭିନ୍ନ ଛକରେ ଲୋକ ଠିଆ ହୋଇ ଗାଡିକୁ ଅପେକ୍ଷା କରିଛନ୍ତି।

ମଙ୍ଗଳବାରଠାରୁ ଯେଭଳି କୌଣସି ପର୍ଯ୍ୟଟକ ପୁରୀ ନ ଆସିବେ ସେନେଇ ପଦକ୍ଷେପ ନେବାକୁ ସରକାର ଜିଲା ପ୍ରଶାସନକୁ କୁହାଯାଇଛି। ଅନ୍ୟପକ୍ଷେ ଯେଉଁମାନେ ପୁରୀ ବାସିନ୍ଦା ନୁହନ୍ତି ଓ ରହିବାର ଆବଶ୍ୟକତା ଥିବ ସେମାନଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଅନ୍ୟପକ୍ଷେ, ପୁରୀରେ ଥିବା ହବିଷିଆଳିଙ୍କ ସୁରକ୍ଷା ପାଇଁ ସରକାର ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରିବେ। ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସୋମବାରଠାରୁ ଓଡ୍ରାଫ ଟିମ୍‌କୁ ସମ୍ଭାବ୍ୟ ପ୍ରଭାବିତ ଜିଲାକୁ ପଠାଇ ଦିଆଯାଇଛି। ସେମାନେ ଜିଲା ମୁଖ୍ୟାଳୟ ଓ ପ୍ରମୁଖ ସ୍ଥାନମାନଙ୍କରେ ଆଲର୍ଟ ରହିବେ। ସେହିପରି ଓଡ଼ିଶାରେ ଥିବା ଏନ୍‌ଡିଆର୍‌ଏଫ୍‌ ଟିମ୍‌କୁ ମଧ୍ୟ ମଙ୍ଗଳବାରଠାରୁ ବିଭିନ୍ନ ସମ୍ବେଦନଶୀଳ ସ୍ଥାନକୁ ପଠାଯିବ। ବାତ୍ୟା ସ୍ଥିତିର ମୁକାବିଲା ପାଇଁ ଅଧିକ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଓ ହେଲିକପ୍ଟର ଯୋଗାଇ ଦେବାକୁ କେନ୍ଦ୍ର ସରକାର ସମ୍ମତି ଦେଇଛନ୍ତି। ୨୩ତାରିଖ ସୁଦ୍ଧା ଓଡ଼ିଶାକୁ ଏହା ମିଳିବ ବୋଲି ରାଜସ୍ବ ମନ୍ତ୍ରୀ କହିଛନ୍ତି।

ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଯେଉଁ ଜିଲାପାଳମାନଙ୍କର ଅଭିଜ୍ଞତା ରହିଛି ସେମାନଙ୍କୁ ନିଜ ନିଜର ପୂର୍ବ ସ୍ଥାନକୁ ଯାଇ କାର୍ଯ୍ୟ କରିବାକୁ ମଧ୍ୟ ସରକାର ପରାମର୍ଶ ଦେଇଛନ୍ତି। ବାତ୍ୟା ସ୍ଥିତିରେ ସୁଧାର ନ ଆସିବା ପର୍ଯ୍ୟନ୍ତ ଜିଲାପାଳମାନେ ୨୪ଘଣ୍ଟିଆ କଣ୍ଟ୍ରୋଲରୁମ୍‌ ଖୋଲି ପରିସ୍ଥିତି ଉପରେ ନଜର ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri