ବାତ୍ୟା ଛନକା: ପୁରୀ ଛାଡୁଛନ୍ତି ପର୍ଯ୍ୟଟକ

ପୁରୀ,୨୨ା୧୦: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପୁରୀରୁ ପର୍ଯ୍ୟଟକମାନଙ୍କୁ ଫେରିଯିବାକୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି। ଏଭଳିସ୍ଥିତିରେ ବୁଳିବାକୁ ଆସିଥିବା ପର୍ଯ୍ୟଟକ ମଙ୍ଗଳବାର ପୁରୀ ଛାଡି ପଳାଉଥିବା ଦେଖିବାକୁ ମିଳିଛି। ଏନେଇ ବସ୍‌ଷ୍ଟାଣ୍ଡ ସାଙ୍ଗକୁ ବିଭିନ୍ନ ଛକରେ ଲୋକ ଠିଆ ହୋଇ ଗାଡିକୁ ଅପେକ୍ଷା କରିଛନ୍ତି।

ମଙ୍ଗଳବାରଠାରୁ ଯେଭଳି କୌଣସି ପର୍ଯ୍ୟଟକ ପୁରୀ ନ ଆସିବେ ସେନେଇ ପଦକ୍ଷେପ ନେବାକୁ ସରକାର ଜିଲା ପ୍ରଶାସନକୁ କୁହାଯାଇଛି। ଅନ୍ୟପକ୍ଷେ ଯେଉଁମାନେ ପୁରୀ ବାସିନ୍ଦା ନୁହନ୍ତି ଓ ରହିବାର ଆବଶ୍ୟକତା ଥିବ ସେମାନଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଅନ୍ୟପକ୍ଷେ, ପୁରୀରେ ଥିବା ହବିଷିଆଳିଙ୍କ ସୁରକ୍ଷା ପାଇଁ ସରକାର ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରିବେ। ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସୋମବାରଠାରୁ ଓଡ୍ରାଫ ଟିମ୍‌କୁ ସମ୍ଭାବ୍ୟ ପ୍ରଭାବିତ ଜିଲାକୁ ପଠାଇ ଦିଆଯାଇଛି। ସେମାନେ ଜିଲା ମୁଖ୍ୟାଳୟ ଓ ପ୍ରମୁଖ ସ୍ଥାନମାନଙ୍କରେ ଆଲର୍ଟ ରହିବେ। ସେହିପରି ଓଡ଼ିଶାରେ ଥିବା ଏନ୍‌ଡିଆର୍‌ଏଫ୍‌ ଟିମ୍‌କୁ ମଧ୍ୟ ମଙ୍ଗଳବାରଠାରୁ ବିଭିନ୍ନ ସମ୍ବେଦନଶୀଳ ସ୍ଥାନକୁ ପଠାଯିବ। ବାତ୍ୟା ସ୍ଥିତିର ମୁକାବିଲା ପାଇଁ ଅଧିକ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଓ ହେଲିକପ୍ଟର ଯୋଗାଇ ଦେବାକୁ କେନ୍ଦ୍ର ସରକାର ସମ୍ମତି ଦେଇଛନ୍ତି। ୨୩ତାରିଖ ସୁଦ୍ଧା ଓଡ଼ିଶାକୁ ଏହା ମିଳିବ ବୋଲି ରାଜସ୍ବ ମନ୍ତ୍ରୀ କହିଛନ୍ତି।

ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଯେଉଁ ଜିଲାପାଳମାନଙ୍କର ଅଭିଜ୍ଞତା ରହିଛି ସେମାନଙ୍କୁ ନିଜ ନିଜର ପୂର୍ବ ସ୍ଥାନକୁ ଯାଇ କାର୍ଯ୍ୟ କରିବାକୁ ମଧ୍ୟ ସରକାର ପରାମର୍ଶ ଦେଇଛନ୍ତି। ବାତ୍ୟା ସ୍ଥିତିରେ ସୁଧାର ନ ଆସିବା ପର୍ଯ୍ୟନ୍ତ ଜିଲାପାଳମାନେ ୨୪ଘଣ୍ଟିଆ କଣ୍ଟ୍ରୋଲରୁମ୍‌ ଖୋଲି ପରିସ୍ଥିତି ଉପରେ ନଜର ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri