ସୂର୍ଯ୍ୟମନ୍ଦିର ବନ୍ଦ, ନିରାଶରେ ଫେରିଲେ ପର୍ଯ୍ୟଟକ

କୋଣାର୍କ,୧୭।୪(ଡି.ଏନ.ଏ): ମହାମାରୀ କରୋନାର ଦ୍ୱିତୀୟ ଲହର ରାଜ୍ୟରେ କାୟା ବିସ୍ତାର କରିିଚାଲିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ମେ ୧୫ ତାରିଖ ପର୍ଯ୍ୟନ୍ତ କୋଣାର୍କ ସୂର୍ଯ୍ୟମନ୍ଦିର ବନ୍ଦ ରଖିବା ଲାଗି କେନ୍ଦ୍ର ସଂସ୍କୃତି ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଶୁକ୍ରବାର ସୂର୍ଯ୍ୟମନ୍ଦିର ବନ୍ଦ ରହିଥିଲେ ମଧ୍ୟ ଆଇଓଏଫ୍‌ ବ୍ୟାଖ୍ୟାନ କେନ୍ଦ୍ର ଖୋଲା ରହିଥିବା ଦେଖିବାକୁ ମିଳିଛି। ସୂର୍ଯ୍ୟମନ୍ଦିର ପରିଦର୍ଶନ ପାଇଁ ଆସିଥିବା ଅନେକ ପର୍ଯ୍ୟଟକ ମୁଖ୍ୟ ଦ୍ୱାର ବନ୍ଦ ରହିଥିବା ଦେଖି ନିରାଶ ହୋଇ ଫେରିଯାଇଥିଲେ। ସେହିପରି କୋଣାର୍କ ସୂର୍ଯ୍ୟମନ୍ଦିର ପରିସର, ଚନ୍ଦ୍ରଭାଗା ବେଳାଭୂମି ଓ ରାମଚଣ୍ଡୀ ପୀଠ ଏକପ୍ରକାର ଜନଶୂନ୍ୟ ହୋଇପଡ଼ିଛି। ଦେଶ ବିଦେଶର ପର୍ଯ୍ୟଟକଙ୍କ ଗହଳିଚହଳି ନାହିଁ। ଫଳରେ ଏସବୁ ଉପରେ ନିର୍ଭର କରି ଚଳୁଥିବା ଫଟୋଗ୍ରାଫର, ଗାଇଡ, ହୋଟେଲ, ଲଜ, ହସ୍ତଶିଳ୍ପ ଓ ଅନ୍ୟ ବ୍ୟବସାୟୀଙ୍କୁ ଚିନ୍ତା ଘାରିଲାଣି। ଅନ୍ୟପକ୍ଷରେ କୋଣାର୍କ ବସଷ୍ଟାଣ୍ଡ, ମେଡିକାଲ ଛକ, ରିଂରୋଡ୍‌, ଥାନା ଛକ, ମାଧିପୁର ଛକ ଓ ଜୁଣେଇ ବଜାରରେ ଲୋକଙ୍କ ଗହଳି ପରିଲକ୍ଷିତ ହୋଇଛି। ପ୍ରଶାସନ ପକ୍ଷରୁ କୋଭିଡ୍‌ କଟକଣା ଜାରି ହୋଇଥିଲେ ମଧ୍ୟ ତାହାକୁ ପାଳନ କରାଯାଉ ନାହିଁ। କରୋନା କଟକଣା ଯୋଗୁ ପ୍ରଥମ ଥର ଗତ ୬ମାସ ସୂର୍ଯ୍ୟମନ୍ଦିର ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଭରବ୍ରିଜ୍‌ରୁ ବସ୍‌ ଖସି ଦୁର୍ଘଟଣା: ମୃତକଙ୍କୁ ୩୦ ଲକ୍ଷ କ୍ଷତିପୂରଣ ପ୍ରଦାନ ଦାବି

କଟକ,୧୬ା୪ (କାର୍ତ୍ତିକ ସାହୁ) ଯାଜପୁର ଜିଲା ବାରବାଟୀ ନିକଟରେ ସୋମବାର ରାତିରେ ଓଭରବ୍ରିଜରୁ ପ୍ରାୟ ୩୦ ଫୁଟ ତଳକୁ ଯାତ୍ରୀବାହୀ ବସ୍‌ ଖସି ଦୁର୍ଘଟଣା ଘଟିବାକୁ...

ଫୁଲ ଧରିଲେ ବିଜେଡିର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ) ପୂର୍ବତନ ବିଜେଡି ବିଧାୟକ ବେଦବ୍ୟାସ ନାୟକ ଆଜି ଶଙ୍ଖ ଛାଡ଼ି ଫୁଲ ଧରିଛନ୍ତି। ଭୁବନେଶ୍ୱରରେ ଏକ ମିଶ୍ରଣ କାର୍ଯ୍ୟକ୍ରମରେ ସେ ତାଙ୍କ...

ବଜ୍ରପାତରେ ୩ ମୃତ

କେନ୍ଦ୍ରାପଡ଼ା,୧୬।୪: କେନ୍ଦ୍ରାପଡ଼ାରେ କାଳବୈଶାଖୀ ବର୍ଷା ସାଙ୍ଗକୁ ଜୋରରେ ପବନ ହୋଇଛି। ତେବେ ବଜ୍ରପାତରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ପାଟକୁରା କୁଦାନଗରୀ ବଙ୍ଗାରିରେ ଜଣେ, କୁଣ୍ଡିଲୋରେ...

ମା’ ଧାମୁରାଇଙ୍କୁ ପୂଜା କରି ପ୍ରଚାର ଆରମ୍ଭ କଲେ କଂଗ୍ରେସ ପ୍ରାର୍ଥୀ

ଚାନ୍ଦବାଲି,୧୬।୪(କିଷାନ ପାତ୍ର)- ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନୀ ମଣ୍ଡଳୀ କଂଗ୍ରେସ କଂଗ୍ରେସ ପ୍ରାର୍ଥୀ ଅମୀୟ ମହାପାତ୍ର ମଙ୍ଗଳବାର ଧାମରାଠାରେ ମା’ଧାମୁରାଇଙ୍କ ଦର୍ଶନ କରି ପ୍ରଚାର ଆରମ୍ଭ...

ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁ ପଡ଼ିଲେ ଅଭିଯୁକ୍ତ

ଝାରସୁଗୁଡ଼ା,୧୬।୪: ଝାରସୁଗୁଡ଼ା ଜିଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ମଙ୍ଗଳବାର ଜଣେ ଅଭିଯୁକ୍ତ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବେଲପାହାଡ଼ ଥାନା...

ଫେରାର କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

କାଳିଆ ପାଣି,୧୬।୪:(ଅସିତ ମହାନ୍ତ): ଯାଜପୁର ଜିଲା କାଳିଆପାଣି ଥାନା ଅଧୀନ ପାନାସିଆ ଗାଁର ଜଣେ ବିଚାରଧୀନ ଫେରାର କଏଦୀଙ୍କ ମଙ୍ଗଳବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା ଭାଜପା: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ପଟ୍ଟାଙ୍ଗି,୧୬।୦୪(ଶରତ ଧଳ): କୋରାପୁଟ ଲୋକ ସଭା ଅଧିନସ୍ଥ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀକୁ ହାତେଇବା ପାଇଁ ତିନି ଦଳ ମଧ୍ୟରେ ଆଗଭର ଦେଖାଦେଇଛି। ଏଥିପାଇଁ ଦଳୀୟ କର୍ମୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri