ପର୍ଯ୍ୟଟନକ୍ଷେତ୍ର ଲଭର୍ସ ପଏଣ୍ଟକୁ ଯାଇ ଅଧାବାଟରୁ ଫେରୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ବର୍ଷା ଦିନରେ ମଧ୍ୟ ଦୈନିକ ଶହଶହ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି। ତେବେ କିଛି ପର୍ଯ୍ୟଟନକ୍ଷେତ୍ରକୁ ଯାତାୟାତ ରାସ୍ତାର ଦୁରବସ୍ଥା ଯୋଗୁ ପର୍ଯ୍ୟଟକ ନାନା ହଇରାଣ ହରକତ ହେଉଥିବା ଅଭିଯୋଗ ହେଉଛି। ଏଭଳି ଏକ ପ୍ରମୁଖ ପର୍ଯ୍ୟଟନକ୍ଷେତ୍ର ହେଲା ଉକ୍ତ ବ୍ଲକ କିରିକୁଟି ପଞ୍ଚାୟତରେ ଥିବା ଲଭର୍ସ ପଏଣ୍ଟ। ଯେଉଁଠିକୁ ଶହଶହ ପର୍ଯ୍ୟଟକ ଆସି ବଣଭୋଜି କରି ମଜା ନିଅନ୍ତି।

ସେହିଭଳି ପ୍ରମୁଖ ପର୍ଯ୍ୟଟନସ୍ଥଳୀକୁ ଯିବା ପାଇଁ ୫୯ ନଂ ଜାତୀୟ ରାଜପଥର ଆଦିବାସୀ ଗ୍ରାମଠାରୁ ପ୍ରାୟ ୮ ଶହ ମିଟର ଦୂରତା କେବଳ ମାଟି ରାସ୍ତା ରହିଛି। ଉକ୍ତ ରାସ୍ତା ବର୍ଷାଦିନ ଆସିଲେ କର୍ଦ୍ଦମାକ୍ତ ହୋଇପଡୁଛି। ଫଳରେ ଲଭର୍ସ ପଏଣ୍ଟରେ ପହଞ୍ଚିବାକୁ ପର୍ଯ୍ୟଟକ ଚାରିଚକିଆ ଯାନରେ ଭିତରକୁ ଯାଇପାରୁନାହାନ୍ତି। ଶେଷରେ ନିରାଶ ହୋଇ ଫେରୁଛନ୍ତି। ଲଭର୍ସ ପଏଣ୍ଟକୁ ପସନ୍ଦ କରୁଥିବା ଓ ବାରମ୍ବାର ଆସୁଥିବା ପର୍ଯ୍ୟଟକ ନିରାଶ ହୋଇ ଅସନ୍ତୋଷ ହେଉଥିବା ବେଳେ ପକ୍କା ରାସ୍ତା କରାଯିବା ପାଇଁ ଦାବି ହେଉଛି। କିଛି ପର୍ଯ୍ୟଟକ ରାଜପଥ ଉପରେ ନିଜ ଗାଡ଼ି ରଖି ୮ ଶହ ମିଟର ଚାଲିଚାଲି ଯାତାୟାତ କରୁଥିବା ଦେଖିବାକୁ ମିଳୁଛି। ବିଶେଷ କରି ବରିଷ୍ଠ ନାଗରିକ ଓ ଶିଶୁ ପର୍ଯ୍ୟଟକ ବହୁ ହଇରାଣ ଭୋଗୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri