ପର୍ଯ୍ୟଟକଙ୍କ ମନମୋହୁଛି ଗଣ୍ଡାହାତୀ

ପାରଳାଖେମୁଣ୍ଡି,୨୦ା୧୨(ଗିରିଧାରୀ ପରିଚ୍ଛା): ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ଗଜପତିର ଗଣ୍ଡାହାତୀ ଜଳପ୍ରପାତ। ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ଗଜପତି ଜିଲାର ରହିଛି ସ୍ବତନ୍ତ୍ର ମାନ୍ୟତା। ଯେଉଁଠି ପ୍ରକୃତି ଅଜାଡ଼ି ଦେଇଛି ତା’ର ସବୁ କାରିଗରୀ, ତାହା ହେଉଛି ଗଣ୍ଡାହାତୀ ଜଳପ୍ରପାତ। ଜିଲା ସଦର ମହକୁମା ପାରଳାଖେମୁଣ୍ଡିଠାରୁ ପ୍ରାୟ ୩୦ କି.ମି. ଦୂରରେ ଅବସ୍ଥିତ ଏହି ପର୍ଯ୍ୟଟନସ୍ଥଳୀ। ସବୁବେଳେ ଏଠାରେ ଲାଗିରହିଥାଏ ପର୍ଯ୍ୟଟକଙ୍କ ଭିଡ଼। ଶୀତଋତୁର ଆଗମନ ପରେ ଏଠାକୁ ଲମ୍ବୁଛି ପର୍ଯ୍ୟଟକଙ୍କ ଧାଡ଼ି। ଜମୁଛି ପିକ୍‌ନିକ୍‌। କେବଳ ସେତିକି ନୁହେଁ, ଜଳପ୍ରପାତର କୁଳୁକୁଳୁ ନାଦ ପର୍ଯ୍ୟଟକଙ୍କ ମନକୁ ଆନନ୍ଦିତ କରୁଛି ।
ପ୍ରକୃତିର ସୁନ୍ଦରତା କାରଣରୁ ଶୀତଦିନେ ଖାସ୍‌କରି ନବବର୍ଷ ସମୟରେ ହଜାର ହଜାର ପର୍ଯ୍ୟଟକଙ୍କୁ ଡାକିଆଣେ ଗଣ୍ଡାହାତୀ। ଏଠାରେ ଥିବା ବିଭିନ୍ନ ପିକ୍‌ନିକ୍‌ ସ୍ପଟ୍‌ରେ ଏବେ ପ୍ରବଳ ଗହଳି ପରିଲକ୍ଷିତ ହୋଇଛି। ଆନ୍ଧ୍ର ଓ ଓଡ଼ିଶାର ବିଭିନ୍ନ ସ୍ଥାନରୁ ଲୋକେ ଆସି ଏଠାରେ ଭୋଜିଭାତ କରିବା ସହିତ ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରୁଛନ୍ତି। ବିଶେଷକରି ରବିବାର ତଥା ଛୁଟିଦିନମାନଙ୍କରେ ହଜାର ହଜାର ପର୍ଯ୍ୟଟକଙ୍କ ଭିଡ଼ ଜମିଥାଏ। ଏଠାରେ ଲୋକେ ବଣ ଜଙ୍ଗଲରେ ବୁଲିବା ସହ ଜଳ ପ୍ରପାତରେ ଗାଧୋଇବା ଏବଂ ସ୍ମୃତିକୁ ନିଜ କ୍ୟାମେରାରେ ଧରି ରଖିବାର ମଜା ନେବା ପାଇଁ ପର୍ଯ୍ୟଟକମାନେ କୌଣସି ମଉକା ଛାଡ଼ନ୍ତି ନାହିଁ। ତେବେ ଏଠାକୁ ଆସିଥିବା ପର୍ଯ୍ୟଟକ ରଞ୍ଜନ କୁମାର ସାହୁ କହିଛନ୍ତି, ‘ଏହି ସ୍ଥାନକୁ ଦେଖି ଆମ ଭିତରେ ଭିନ୍ନ ଏକ ଉନ୍ମାଦନା ସୃଷ୍ଟି ହେଉଛି, ଲାଗୁଛି ସତେ ଯେମିତି ସ୍ବର୍ଗପୁର। ଏଭଳି ପରିବେଶରେ ସାଙ୍ଗସାଥୀଙ୍କ ସହ ସମୟ ବିତାଇବା ଏକ ନିଆରା ଅନୁଭୂତି।’ ଶିଳ୍ପବିହୀନ ଗଜପତି ଜିଲାର ଅର୍ଥନୈତିକ ଏବଂ ସାମାଜିକ ଉନ୍ନତି କେବଳ ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ପର୍ଯ୍ୟଟନ କ୍ଷେତ୍ର ପାଇଁ ସମ୍ଭବ ହୋଇପାରିଛି। ହେଲେ ସରକାର କିମ୍ବା ପର୍ଯ୍ୟଟନ ବିଭାଗ ଏହି ପ୍ରାକୃତିକ ମନୋରମ ଗନ୍ତାଘରର ଯେଭଳି ଉନ୍ନତି କରିବା କଥା ତାହା ଆଜିଯାଏ ହୋଇପାରିନାହିଁ। ଜିଲାର ଏହି ପ୍ରମୁଖ ପର୍ଯ୍ୟଟନସ୍ଥଳୀର ଯେଉଁଭଳି ଉନ୍ନତି ହେବା କଥା ତାହା ଆଜିଯାଏଁ ହୋଇ ପାରିନଥିବାରୁ ବୁଦ୍ଧିଜୀବୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri