ତାରାତାରିଣୀରୁ ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ପୁରୁଷୋତ୍ତମପୁର,୧୧ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ତଥା ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ପୀଠଟି ଏକ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳ ଭାବରେ ପରିଚିତ ହୋଇଥିବା ହେତୁ ରାଜ୍ୟ ଓ ରାଜ୍ୟ ବାହାରୁ ବହୁ ପର୍ଯ୍ୟଟକ ଏଠାକୁ ଆସିଥାନ୍ତି। ଏହି ତାରାତାରିଣୀ ପୀଠକୁ କିଭଳି ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧିପାଇବ ସେ ନେଇ ରାଜ୍ୟ ସରକାର ଗୁରୁତ୍ୱ ଦେଇ କୋଟି କୋଟି ଟଙ୍କା ବ୍ୟୟ କରି ମନ୍ଦିରକୁ ନବକଳେବର କରିବା ସାଙ୍ଗକୁ ଚତୁପାର୍ଶରେ ଉନ୍ନୟନମୂଳକ କାର୍ଯ୍ୟ କରିବାରେ ଲାଗିପଡ଼ିଛନ୍ତି। ବର୍ତ୍ତମାନ ପିକ୍‌ନିକ ଋତୁ ହୋଇଥିବା ହେତୁ ପ୍ରତ୍ୟହ ଶହଶହ ସଂଖ୍ୟାରେ ପର୍ଯ୍ୟଟକ ଏଠାକୁ ଆସି ମା’ ତାରାତାରିଣୀଙ୍କ ଦର୍ଶନ କରିବା ସାଙ୍ଗକୁ ପାହାଡ଼ ପାଦଦେଶରେ ଥିବା ମନୋରମପୂର୍ଣ୍ଣ ଜଙ୍ଗଲର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ସହ ସେଠାରେ ବଣଭୋଜି କରି ଖାଇପିଇ ମଜା ଉଠାଇବାରେ ଲାଗିଛନ୍ତି। ହେଲେ ଏହି ଜଙ୍ଗଲର ପରିବେଶ ସମ୍ପୂର୍ଣ୍ଣ ରୁପେ ଅପରିଷ୍କାର ହୋଇ ପଡିରହିଥିବା ବେଳେ ଏହାକୁ ସଫା ସୁତରା କରିବା ଲାଗି ପ୍ରଶାସନ ପକ୍ଷରୁ ଆଦୌ ଗୁରୁତ୍ୱ ଦିଆଯାଉନାହିଁ। କୁଢ କୁଢ ଆବର୍ଜନା ପଡ଼ି ସମ୍ପୂର୍ଣ୍ଣ ଦୂଷିତ ପରିବେଶ ସୃଷ୍ଟିହୋଇଛି। ଫଳରେ ଆସୁଥିବା ପର୍ଯ୍ୟଟକମାନେ ମୁହଁ ଫେରାଇ ଚାଲିଯାଉଛନ୍ତି। ସରକାର ସ୍ବଛ ଭାରତ ମିଶନର ନାରା ଦେଇ କୋଟି କୋଟି ଟଙ୍କା ସଫେଇ ବାବଦରେ ଖର୍ଚ୍ଚ କରିବାରେ ଲାଗିଥିବା ବେଳେ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ସମ୍ପୂର୍ଣ୍ଣ ପ୍ରଦ୍ୟୁଷିତ ହେବା ଚିନ୍ତାର ବିଷୟ ପାଲଟିଛି। ତୁରନ୍ତ ଏଥିପ୍ରତି ଗଞ୍ଜାମ ଜିଲାପାଳ ଓ ପର୍ଯ୍ୟଟନ ବିଭାଗ ଦୃଷ୍ଟି ଦେଇ ପଦକ୍ଷେପ ନେବା ଲାଗି ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri