ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବେ ପର୍ଯ୍ୟଟକ

ସମ୍ବଲପୁର,୧ା୧୨(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାର ପାର୍ଶ୍ୱ ଜମାଦାରପାଲିଠାରେ ଗୁରୁବାର ହୀରାକୁଦ ଇକୋ ରିଟ୍ରିଟ୍‌ ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ୍‌ ମୋଡ୍‌ରେ ହୀରାକୁଦ ସମେତ ଓଡ଼ିଶାର ୬ଟି ସ୍ଥାନରେ ଇକୋ ରିଟ୍ରିଟର ଉଦ୍‌ଘାଟନ କରିଛନ୍ତି।

ଉଦ୍‌ଘାଟନୀ ଉତ୍ସବରେ ଉତ୍ତରାଞ୍ଚଳ ରାଜସ୍ବ କମିଶନର ଡ. ସୁରେଶ ଚନ୍ଦ୍ର ଦଳେଇ, ଜିଲାପାଳ ଅନନ୍ୟା ଦାସ, ଏସ୍‌ପି ବି. ଗଙ୍ଗାଧର, ଜିଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦିଲୀପ କୁମାର ବଳ, ମହାନଗର ନିଗମ କମିଶନର ପ୍ରଦୀପ କୁମାର ସାହୁଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

ଆର୍‌ଡିସି ଡ. ଦଳେଇ କହିଛନ୍ତି, ରାଜ୍ୟରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ଏହା ଏକ ବଡ଼ ପଦକ୍ଷେପ। ଦେଶର ବିଭିନ୍ନ ରାଜ୍ୟରୁ ପର୍ଯ୍ୟଟକଙ୍କ ସମାଗମ ହୋଇ ଭାବର ଆଦାନ ପ୍ରଦାନ ହେବ। ସ୍ଥାନୀୟ ଅଞ୍ଚଳବାସୀଙ୍କ ସାମାଜିକ, ଆର୍ଥିକ ସ୍ଥିତିରେ ଅଭିବୃଦ୍ଧି ଘଟିବ। ୨ବର୍ଷ ହେଲା କୋଭିଡ୍‌ ଯୋଗୁ ଇକୋ ରିଟ୍ରିଟରେ ବାଧା ସୃଷ୍ଟି ହୋଇଥିଲା। ହେଲେ ଏବର୍ଷ ଅଧିକ ସଂଖ୍ୟାରେ ପର୍ଯ୍ୟଟକ ଆସିବେ ବୋଲି ଆଶା କରାଯାଉଛି। ଜିଲାପାଳ ଦାସ କହିଛନ୍ତି, ଚଳିତବର୍ଷ ଆକର୍ଷଣୀୟ ଭାବେ ଇକୋ ରିଟ୍ରିଟ କରାଯାଇଛି। ପର୍ଯ୍ୟଟକଙ୍କ ପାଇଁ ସମସ୍ତ ସୁବିଧା ମଧ୍ୟ ରହିଛି। ଅଧିକ ପର୍ଯ୍ୟଟକ ଆସି ଏହାର ଲାଭ ନେଇପାରିବେ ବୋଲି ଆଶା ବ୍ୟକ୍ତି କରିଛନ୍ତି।

ସୂଚନାଯୋଗ୍ୟ, ହୀରାକୁଦ ଜଳଭଣ୍ଡାର ସହିତ ପର୍ଯ୍ୟଟକମାନେ ଡେବ୍ରିଗଡ଼, ଘଣ୍ଟେଶ୍ୱରୀ ମନ୍ଦିର, ଜିରୋ ପଏଣ୍ଟ, ହୁମା ବକ୍ର ମନ୍ଦିର, ସମଲେଶ୍ୱରୀ ମନ୍ଦିର ଭଳି ବିଭିନ୍ନ ଶକ୍ତିପୀଠ ଓ ପର୍ଯ୍ୟଟନ ସ୍ଥଳ ଦେଖିପାରିବେ। ପର୍ଯ୍ୟଟକ ଇକୋ ରିଟ୍ରିଟରେ ରହିବା ସହ ପର୍ଯ୍ୟଟନସ୍ଥଳ ବୁଲି ମଜା ନେଇପାରିବେ। ଚଳିତଥର ଇକୋ ରିଟ୍ରିଟରେ ପର୍ଯ୍ୟଟକଙ୍କ ପାଇଁ ୨୫ଟି ବିଳାସପୂର୍ଣ୍ଣ କଟେଜ ରହିଛି। ସକାଳ ଜଳଖିଆଠାରୁ ଆରମ୍ଭ କରି ରାତ୍ରି ଭୋଜନ ପର୍ଯ୍ୟନ୍ତ ମେନୁରେ ସୁସ୍ବାଦୁ ବ୍ୟଞ୍ଜନ ଗୁଡ଼ିକ ରହିଛି। ଓଟିଡିସି ପକ୍ଷରୁ ଏହାକୁ ପରିଚାଳନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?