‘ସାପୁଆ’ରେ ପର୍ଯ୍ୟଟକଙ୍କୁ ମିଳିବ ସୁରକ୍ଷା

ଢେଙ୍କାନାଳ ଅଫିସ, ୧୦।୧୨: ପର୍ଯ୍ୟଟନ ସମ୍ଭାରରେ ଭରପୂର ‘ସାପୁଆ’ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କୁ ପର୍ଯ୍ୟାପ୍ତ ସୁରକ୍ଷା ଯୋଗାଇ ଦିଆଯିବ। ପର୍ଯ୍ୟଟନ ଋତୁରେ ପୋଲିସ ପକ୍ଷରୁ ନିୟମିତ ପାଟ୍ରୋଲିଂ ଜାରି ରହିବ। ବଣଭୋଜି ପାଇଁ ପାନୀୟ ଜଳର ସୁବନ୍ଦୋବସ୍ତ କରାଯିବ। ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ଏହାକୁ ସ୍ଥାନିତ କରିବା ଲାଗି ଆବଶ୍ୟକ ସମସ୍ତ ପଦକ୍ଷେପ ନିଆଯିବ। ଜିଲାପାଳ ସରୋଜ କୁମାର ସେଠୀଙ୍କ ନିର୍ଦ୍ଦେଶରେ ଶୁକ୍ରବାର ପ୍ରଶାସନିକ ଅଧିକାରୀମାନେ ଭିତ୍ତିଭୂମି ପରଖିବା ସହ ‘ସାପୁଆ’ର ବିକାଶ ପାଇଁ ଏଭଳି ନୀଳନକ୍ସା ପ୍ରସ୍ତୁତ କରାଯାଉଥିବା ସୂଚନା ଦେଇଛନ୍ତି।
ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକର ସବୁଜ ବନାନୀ ମଧ୍ୟରେ ଅବସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ରାଜ୍ୟ ତଥା ରାଜ୍ୟ ବାହାରର ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ତେବେ ସନ୍ଧ୍ୟା ହେଲେ ଅସାମାଜିକ କାର୍ଯ୍ୟକଳାପ ବଢୁଥିବାରୁ ପର୍ଯ୍ୟଟକମାନେ ସୁରକ୍ଷିତ ମଣୁନାହାନ୍ତି। ଏ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି। ଜିଲାପାଳଙ୍କ ନିର୍ଦ୍ଦେଶରେ ଶୁକ୍ରବାର ଅପରାହ୍ନରେ ହିନ୍ଦୋଳ ଉପଜିଲାପାଳ ଶିବାନନ୍ଦ ସ୍ବାଇଁ, ତହସିଲଦାର ସୁଶାନ୍ତ ମିଶ୍ର, ରେଞ୍ଜର ଲୋହିତ ରଥ, ବ୍ଲକ ଉପାଧ୍ୟକ୍ଷ ବରୁଣ ସର, ବିଭିନ୍ନ ବିଭଗର ସରକାରୀ ଅଧିକାରୀ, ପୋଲିସ ଅଧିକାରୀ, ପାଣି ପଞ୍ଚାୟତ କର୍ମକର୍ତ୍ତାମାନେ ପହଞ୍ଚତ୍ ଭିତ୍ତିଭୂମି ପରଖିଛନ୍ତି।
ଏ ସଂକ୍ରାନ୍ତରେ ସୂଚନା ଦେଇ ଉପଜିଲାପାଳ କୁହନ୍ତି, ‘ସାପୁଆ’କୁ ଅଧିକ ଆକର୍ଷଣୀୟ କରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଠାରେ ପର୍ଯ୍ୟଟନ ଅନୁକୂଳ ବାତାବରଣ ସୃଷ୍ଟି କରାଯିବ। ଜଳଭଣ୍ଡାର ବିକାଶ, ପାନୀୟ ଜଳ ବ୍ୟବସ୍ଥା ହେବ। ଉକ୍ତ ଅଞ୍ଚଳ ହାତୀ ଉପଦ୍ରୁତ ହୋଇଥିବାରୁ ଅପରାହ୍ନ ୫ଟା ସୁଦ୍ଧା ପର୍ଯ୍ୟଟକଙ୍କୁ ପର୍ଯ୍ୟଟନସ୍ଥଳୀ ଛାଡ଼ିବାକୁ ସଚେତନ କରାଯିବ। ସୁରକ୍ଷା ପାଇଁ ବନ କର୍ମଚାରୀ ନିୟମିତ ପାଟ୍ରୋଲିଂ କରିବେ। ହାତୀଙ୍କ ଗତିବିଧି ଉପରେ ନଜର ରଖିବା ଲାଗି ଏକ ୱାଚ୍‌ ଟାୱାର ପାଇଁ ପ୍ରସ୍ତାବ ଦିଆଯାଇଛି। ଏଥିସହ ଜଙ୍ଗଲ ମଧ୍ୟରେ ଥିବା ପ୍ରାକୃତିକ ଝରଣାର ଦୁଇପାର୍ଶ୍ୱରେ ଉନ୍ନତୀକରଣ କାର୍ଯ୍ୟ ହେବ ବୋଲି ଉପଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?