Posted inଜାତୀୟ

ଜାଲିଆନାୱାଲାବାଗ: ଐତିହାସିକ ଶହୀଦ କୂଅରେ ଆଉ ପର୍ଯ୍ୟଟକ ପକାଇ ପାରିବେ ନାହିଁ ମୁଦ୍ରା

ଅମୃତସର,୨୬ ।୭: ପଞ୍ଜାବର ଅମୃତସରରେ ଥିବା ଐତିହାସିକ ଜାଲିଆନାୱାଲାବାଗକୁ ଦେଖିବାକୁ ସାରା ବିଶ୍ୱରୁ ପର୍ଯ୍ୟଟକ ଆସିଥାଆନ୍ତି । ଏଠାରେ ଥିବା କୂଅରେ ପର୍ଯ୍ୟଟକମାନେ କଏନ ପକାଇ ଥାଆନ୍ତି । ହେଲେ ଏବେ ଆଉ କୌଣସି ପର୍ଯ୍ୟଟକ ଏହି ଶହୀଦ କୂଅରେ କଏନ ପକାଇ ପାରିବେ ନାହିଁ ବୋଲି କୁହାଯାଇଛି । କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଶହୀଦ କୂଅରେ ମୁଦ୍ରା ପକାଇବାକୁ ବାରଣ କରିଛି । ଏହାସହ କୂଅର ଉପର ଭାଗକୁ ବନ୍ଦ କରିବାକୁ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏହା ପୂର୍ବରୁ କୂଅର ବାହାରେ ନୋଟିସ ବୋର୍ଡ ବି ଲଗାଇ ଦିଆଯାଇଥିଲା । ହେଲେ ଏହା ପରେ ବି ପର୍ଯ୍ୟଟକ କୂଅରେ ମୁଦ୍ରା ପକାଇ ଚାଲିଥିଲେ । ତେଣୁ ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଏବେ କୂଅର ଉପର ଭାଗକୁ ବନ୍ଦ କରିବାକୁ ମନ୍ତ୍ରଣାଳୟ ନିଷ୍ପତ୍ତି ନେଇଛି ।
ସୂଚନାଯୋଗ୍ୟ, ପର୍ଯ୍ୟଟକ ଏଠାରେ ଶହୀଦଙ୍କ ସମ୍ମାନରେ ମୁଦ୍ରା ପକାଇ ଥାଆନ୍ତି । ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକ ଜାଲିଆନାୱାଲାବାଗରେ ଶହୀଦଙ୍କୁ ସମ୍ମାନ ଦେବା ସମୟରେ କୂଅକୁ ଦେଖିଥାଆନ୍ତି ଓ ସମ୍ମାନରେ ମୁଦ୍ରା ପକାଇ ଥାଆନ୍ତି । ସୂଚନାଯୋଗ୍ୟ, ୨୦୧୯ରେ ଜାଲିଆନାୱାଲାବାଗ ନରସଂହାରର ଶତାବ୍ଦି ଅବସରରେ କେନ୍ଦ୍ର ସରକାର ଏହାର ନବିକରଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ଖୋଳିବାରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?