ବାଣ ପେଟି ଧରି ଗାଁମୁହାଁ

ଅନୁଗୋଳ ଅଫିସ, ୪।୧୧ – ଦୀପାବଳିରେ ବାଣ ବିକ୍ରି ଓ ଫୁଟାଯିବା ଉପରେ ସରକାର ମଙ୍ଗଳବାର ସମ୍ପୂର୍ଣ୍ଣ କଟକଣା ଲଗାଇବା ପରେ ଅନୁଗୋଳ ଜିଲାର ବାଣ ବ୍ୟବସାୟୀଙ୍କ ମଧ୍ୟରେ ଭାଳେଣି ପଡ଼ିଯାଇଛି। କୋଭିଡ୍‌ ପାଇଁ ସବୁ ପର୍ବ ମାଡ଼ ଖାଇଯାଉଥିବା ବେଳେ ଦୀପାବଳିରେ କିଛିଟା ବ୍ୟବସାୟ କରିବାକୁ ସେମାନେ ଆଶା ରଖିଥିଲେ। ହେଲେ ସରକାର କଟକଣା ସମ୍ପର୍କରେ ଘୋଷଣା କରିବା ପରେ କେତେଜଣ ବ୍ୟବସାୟୀ ଓ ଜନସାଧାରଣ ଗୋଦାମରୁ ବାଣ ଧରି ଗାଁମୁହାଁ ହୋଇଥିବା ଦେଖିବାକୁ ମିଳିଛି।
ଦୀପାବଳି ପୂର୍ବରୁ ଅନୁଗୋଳ ସହର ତଥା ବିଭିନ୍ନ ସ୍ଥାନରେ ବାଣ ବେପାର ଆରମ୍ଭ ହୁଏ। ବିଶେଷକରି ଅନୁଗୋଳ ଷ୍ଟାଡିୟମରେ ବହୁ ଅସ୍ଥାୟୀ ଦୋକାନ ଖୋଲେ। ସେହିପରି ଗ୍ରାମାଞ୍ଚଳରେ ମଧ୍ୟ ଜୋରଦାର ବ୍ୟବସାୟ ହୁଏ। କିନ୍ତୁ ଚଳିତବର୍ଷ କରୋନା କଟକଣା ଯୋଗୁ ଦୀପାବଳିରେ ବାଣ ଫୁଟାଯିବା ନେଇ ସରକାର କଟକଣା ଲଗାଇପାରନ୍ତି ବୋଲି ଆଶଙ୍କା କରାଯାଉଥିଲା। ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ପୂର୍ବରୁ କିଛି ସ୍ପଷ୍ଟ କରାଯାଇ ନ ଥିଲା। ତଥାପି ସହର ଉପକଣ୍ଠରେ ଥିବା କୁମଣ୍ଡର କେତେକ ବାଣ ଗୋଦାମରେ ବିକ୍ରିବଟା ଆରମ୍ଭ ହୋଇଯାଇଥିଲା। ତେବେ ସରକାର ଏ ନେଇ ନିଷ୍ପତ୍ତି ଜଣାଇବା ପରେ ବ୍ୟବସାୟୀ ମହଲରେ ନିରାଶା ଖେଳିଯାଇଛି। ଅନ୍ୟପକ୍ଷରେ ବିଭିନ୍ନ ସ୍ଥାନରୁ ଲୋକମାନେ ଆସି କୁମଣ୍ଡସ୍ଥିତ ଗୋଦାମରୁ ପେଟି ପେଟି ବାଣ ଗାଁକୁ ବୋହି ନେଇଥିବା ଦେଖିବାକୁ ମିଳିଛି। ଏ ନେଇ ପୋଲିସ ନା ପ୍ରଶାସନ କାହାରି ନିକଟରେ କିଛି ବି ସୂଚନା ନାହିଁ। ଏ ସମ୍ପର୍କରେ ଅନୁଗୋଳ ଏସ୍‌ଡିପିଓ ଅଶ୍ୱିନୀ ସାହୁ କହିଛନ୍ତି, କୁମଣ୍ଡରେ ଯେଉଁ ଗୋଦାମ ରହିଛି ତାହାର ଲାଇସେନ୍ସ ଯାଞ୍ଚ କରାଯିବ। ବାଣ ରଖିବାକୁ ଅନୁମତି ଥିଲେ ବ୍ୟବସାୟ କରିପାରିବା କଥା ନୁହେଁ। ଏ ନେଇ ଅନୁଧ୍ୟାନ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ଡିପିଓ ସାହୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…

ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି…

ଦିଗପହଣ୍ଡି ଘୋଡାହାଡ଼ ଡ଼୍ୟାମ ଇକୋ ଟୁରିଜିମ ପ୍ରକଳ୍ପ ନେଇ ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା, ବିକାଶ….

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଘୋଡାହାଡ଼ ଡ଼୍ୟାମ ପାର୍ଶ୍ଵରେ ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ପାର୍କ ଏବଂ ବନ ବିଭାଗ ପକ୍ଷରୁ ନିର୍ମାଣ…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…

ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri