୨୦ ବର୍ଷରେ ପାଦ ଥାପିବ ଟାଉନ ଦୁର୍ଗାପୂଜା କମିଟି, ବଂଶଧାରା ନଦୀତଟରେ ପୂଜାର୍ଚ୍ଚନା

ଗୁଡ଼ାରି,୧୯ା୯(ପ୍ରମୋଦ କୁମାର ପତି): ପବିତ୍ର ରାଧାଷ୍ଟମୀ ଅବସରରେ ଶନିବାର ଗୁଡ଼ାରି ଟାଉନ ଦୁର୍ଗାପୂଜା କମିଟି ପକ୍ଷରୁ ଦୁର୍ଗାପୂଜା ନିମନ୍ତେ ମୃତ୍ତିକା ପୂଜା ଅନୁଷ୍ଠିତ ହୋଇଯାଇଛି। ପବିତ୍ର ବଂଶଧାରା ନଦୀ ତଟରେ ମୃର୍ତ୍ତିକା ପୂଜା ଓ ଗଙ୍ଗା ପୂଜା ପରେ ସ୍ଥାନୀୟ ଭଣ୍ଡାରଘରଣୀ ମନ୍ଦିରରେ ଘୃତଯଜ୍ଞ ହୋଇଥିଲା। ଗଞ୍ଜାମରୁ ଆସିଥିବା ପୁରୋହିତମାନେ ପୂଜା କାର୍ଯ୍ୟ ସମ୍ପାଦିତ କରିଥିବା ବେଳେ ସ୍ଥାନୀୟ ରାଧାକୃଷ୍ଣ ମନ୍ଦିର ପୂଜାରୀ ରାଧାରମଣ ପାଢ଼ୀ ସପତ୍ନୀକ କର୍ତ୍ତା ଭାବେ ଦାୟିତ୍ୱ ତୁଲାଇଥିଲେ। ଭଣ୍ଡାର ଘରଣୀ ମନ୍ଦିରରେ ପୂଜା ପରେ ନାମ ସଂକୀର୍ତ୍ତନ କରି ଏକ ଶୋଭାଯାତ୍ରାରେ ପୂଜା ହୋଇଥିବା ମୃତ୍ତିକା ଓ ଶୁଭଖୁଣ୍ଟି ଦୁର୍ଗାପୂଜା ମଣ୍ଡପକୁ ନିଆଯାଇଥିଲା ଏବଂ ସେଠାରେ ସ୍ଥାପନ କରାଯାଇଥିଲା। ଚଳିତ ବର୍ଷ ଗୁଡାରି ଟାଉନ ଦୁର୍ଗାପୂଜା କମିଟି ୨୦ ବର୍ଷ ପୂର୍ତ୍ତି କରିବ। ଏହି ଅବସରରେ ଧୂମ୍‌ଧାମରେ ଦୁର୍ଗାପୂଜା ହେବ ଏବଂ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବ ବୋଲି କମିଟି ସଭାପତି ସନ୍ତୋଷ ମହାନ୍ତି ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ କମିଟି ସମ୍ପାଦକ କେଦାର ସାହୁ, ଶିବ ସାହୁ, ମାନସ ମାଳି, ଏମ ଗୌତମ, ଗୌରାଙ୍ଗ ପାଢ଼ୀ, ବୁବୁରୁ ଦଳପତିଙ୍କ ସମେତ ଅନ୍ୟ କମିଟି ସଦସ୍ୟ ଓ ଶ୍ରଦ୍ଧାଳୁ ଯୋଗଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪…

ହତ୍ୟା କରିବା ପରେ ବାଇକ୍‌ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…

ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା।…

ସ୍ବାମୀଙ୍କୁ ପିଟିଦେଲା ବାଇକ୍‌, ରକ୍ତାକ୍ତ ଅବସ୍ଥାରେ ରାସ୍ତା ଉପରେ ପଡ଼ିଥିବା ଖବର ଶୁଣି ସ୍ତ୍ରୀଙ୍କୁ ହେଲା…

କଲ୍ୟାଣସିଂହପୁର,୧୭ା୯(ଦୀପକ କୁମାର ପରିଡ଼ା): ଦ୍ରୁତଗତିରେ ଆସୁଥିବା ଏକ ବାଇକ୍‌ ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା…

ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି, ୩୦ ବର୍ଷରେ…

ଗୁଣପୁର,୧୬ା୯(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଅଫିସ ସମ୍ମୁଖରେ ଜାଗୃତି ସାଂସ୍କୃତିକ ସଙ୍ଗଠନ ପକ୍ଷରୁ ହେବାକୁ ଥିବା ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ବୁଧବାର ଶୁଭଖୁଣ୍ଟି…

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?